Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀରେ ଭାରତ ପାଳୁଛି ପରାକ୍ରମ ଦିବସ
ଆଜିର ଖବର

ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀରେ ଭାରତ ପାଳୁଛି ପରାକ୍ରମ ଦିବସ

January 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ଐତିହାସିକ କଟକ ସହରର ବାରବାଟୀ ଦୁର୍ଗ ଭିତରେ ୨୩ ଜାନୁୟାରୀରୁ ୨୫ ଜାନୁୟାରୀ ପର୍ଯ୍ୟନ୍ତ ପରାକ୍ରମ ଦିବସ ପାଳନ କରାଯିବ। ନେତାଜୀଙ୍କ ୧୨୮ତମ ଜୟନ୍ତୀ ଉପଲକ୍ଷେ ତିନି ଦିନ ଧରି ଚାଲିବାକୁ ଥିବା ବହୁମୁଖୀ କାର୍ଯ୍ୟକ୍ରମକୁ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିବେ।

କେନ୍ଦ୍ର ସରକାରଙ୍କ ନିଷ୍ପତି କ୍ରମେ ଦେଶରେ ପ୍ରଥମ ପରାକ୍ରମ ଦିବସ କୋଲକାତାସ୍ଥିତ ଭିକ୍ଟୋରିଆ ମେମୋରିଆଲ ହଲରେ ପାଳନ କରାଯାଇଥିଲା। ୨୦୨୨ ମସିହାରେ ନୂଆଦିଲ୍ଲୀର ଇଣ୍ଡିଆ ଗେଟଠାରେ ନେତାଜୀଙ୍କ ହଲୋଗ୍ରାମ ରହିଥିବା ଏକ ଷ୍ଟାଚ୍ୟୁକୁ ଅନାବରଣ କରାଯାଇଥିଲା। ୨୦୨୩ ମସିହାରେ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜରେ ରହିଥିବା ୨୧ଟି ଛୋଟ ବଡ ଦ୍ୱୀପକୁ ୨୧ ଜଣ ପରମବୀର ଚକ୍ର ବିଜେତାଙ୍କ ନାମରେ ନାମକରଣ କରାଯାଇଥିଲା। ୨୦୨୪ରେ ନୂଆଦିଲ୍ଲୀସ୍ଥିତ ଐତିହାସିକ ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ।

ତେବେ ଏହି ପରମ୍ପରାକ୍ରମେ ଚଳିତବର୍ଷ ନେତାଜୀଙ୍କ ଜନ୍ମସ୍ଥାନ କଟକ ସହରରେ କେନ୍ଦ୍ର ସଂସ୍କୃତି ବିଭାଗ ପକ୍ଷରୁ ଜାତୀୟ ପରାକ୍ରମ ଦିବସ ପାଳନର କାର୍ଯ୍ୟକ୍ରମ ରହିଛି। ଏହି ତିନି ଦିନିଆ କାର୍ଯ୍ୟକ୍ରମ ଅଧୀନରେ ଓଡିଶା ମୁଖ୍ୟମନ୍ତ୍ରୀ ଓ ଅନ୍ୟ ପଦାଧିକାରୀମାନେ ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟରେ ରହିଥିବା ତାଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରି ସଂଗ୍ରହାଳୟ ପରିସରରେ ଜାତୀୟ ପତାକା ଉତ୍ତୋଳନ କରିବେ। ପରେ ପରେ ବାରବାଟୀ ଦୁର୍ଗ ଭିତରେ ଜାତୀୟସ୍ତରୀୟ ପରାକ୍ରମ ଦିବସ ପାଳନ କରାଯିବ। ପ୍ରଧାନମନ୍ତ୍ରୀଙ୍କ ଏକ ଭିଡିଓ ମେସେଜରୁ ଆରମ୍ଭ ହୋଇ ନେତାଜୀଙ୍କ ସମ୍ପର୍କିତ ବିଭିନ୍ନ ପୁସ୍ତକ, ଫଟୋ, ଚିଠି, କାଗଜପତ୍ରର ପ୍ରଦର୍ଶନ ମଧ୍ୟ କରାଯିବ। ନେତାଜୀଙ୍କ ଜୀବନ ବୃତ୍ତାନ୍ତ ଓ ସ୍ୱାଧୀନତା ସଂଗ୍ରାମ ଉପରେ ଆଧାରିତ ବିଭିନ୍ନ ତଥ୍ୟ ପ୍ରଦର୍ଶିତ କରାଯିବ। ଏହି ଅବସରରେ ଚିତ୍ରକଳା ଶିବିର ସହ ଭାସ୍କର୍ଯ୍ୟ ଶିଳ୍ପ ନିର୍ମାଣ କରିବାର ମଧ୍ୟ ବନ୍ଦୋବସ୍ତ କରାଯାଇଛି। ନେତାଜୀ ଏବଂ ଓଡିଶା ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଚଳଚ୍ଚିତ୍ର ପ୍ରଦର୍ଶନ କରାଯିବ।

ଓଡିଶା ମୁଖ୍ୟମନ୍ତ୍ରୀ ନ‌େତାଜୀ ସୁଭାଷ ଚନ୍ଦ୍ର ବୋଷ ପରାକ୍ରମ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Latest News

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026

ବିଶ୍ୱକପ୍ ର ସୁପର ୮ ପର୍ଯ୍ୟାୟ: ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମ୍ୟାଚ୍ ରେ ବର୍ଷା ସମ୍ଭାବନା

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.