Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବ ସମୁଦ୍ର ତଟର କୋଷ୍ଟ ଗାର୍ଡ କମାଣ୍ଡର ADG ଙ୍କ ସହ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ବୈଠକ
ଆଜିର ଖବର

ପୂର୍ବ ସମୁଦ୍ର ତଟର କୋଷ୍ଟ ଗାର୍ଡ କମାଣ୍ଡର ADG ଙ୍କ ସହ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ବୈଠକ

January 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଭୁବନେଶ୍ୱରସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ପୂର୍ବ ସମୁଦ୍ର ତଟର କୋଷ୍ଟ ଗାର୍ଡ କମାଣ୍ଡର ADG ଡନି ମିଚେଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉପକୂଳ ସୁରକ୍ଷା ଏବଂ ପ୍ରାକୃତିକ ବିପର୍ଯୟ ସମୟରେ ନିଆ ଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଥିଲା। ଏହା ସହ ଆଗାମୀ ଦିନରେ ଉପକୂଳ ସୁରକ୍ଷା ନିମନ୍ତେ ଉଭୟ ବିଭାଗ ମଧ୍ୟରେ ଉପଯୁକ୍ତ ସମନ୍ୱୟ ରଖି କାର୍ଯ୍ୟ କରିବା ଉପରେ ବୈଠକରେ ମତପ୍ରକାଶ ପାଇଥିଲା।

ଏହା ସହ ଉପକୂଳ ଅଞ୍ଚଳରେ ଜୋରଦାର ପାଟ୍ରୋଲିଂ, ଆକାଶ ମାର୍ଗରୁ ଗତିବିଧି ନିରୀକ୍ଷଣ ଏବଂ ଆଦେଶ ଅନୁଯାୟୀ ସମ୍ପୂର୍ଣ୍ଣ ଉପକୂଳକୁ ନିୟନ୍ତ୍ରଣ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରାଯିବା ଭଳି ଯୋଜନା ସମ୍ପର୍କରେ ଆଲୋଚନା ହୋଇଥିଲା। ଏହା ସହ ତଟ ସୁରକ୍ଷା ବାହିନୀ ପକ୍ଷରୁ ଓଡିଶା ପୋଲିସକୁ ସମସ୍ତ ପ୍ରକାର ସହଯୋଗ କରିବା ସଂକ୍ରାନ୍ତରେ ମଧ୍ୟ ବୈଠକରେ ବିଶଦ ଭାବେ ଆଲୋଚନା ହୋଇଛି।

ଆଗାମୀ ଦିନରେ ତଟ ସୁରକ୍ଷା ଏବଂ ଓଡିଶା ପୋଲିସର ଅଫିସରଙ୍କୁ ନେଇ ଏକ ସ୍ୱତନ୍ତ୍ର ବୋର୍ଡ଼ ଗଠନ କରାଯିବ। ଏହି ଦୁଇ ବିଭାଗର ଅଧିକାରୀମାନେ ସମ୍ପୂର୍ଣ୍ଣ ଉପକୂଳ ଅଞ୍ଚଳକୁ ତନ୍ନ ତନ୍ନ କରି ଯାଞ୍ଚ କରିବେ ଏବଂ ସେମାନଙ୍କ ରିପୋର୍ଟ ଅନୁଯାୟୀ ମେରାଇନ ଥାନା ଗୁଡିକୁ ବୋଟ ଯୋଗାଇଦିଆଯିବ ବୋଲି ଡିଜିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଏହା ସହ ତଟ ସୁରକ୍ଷା ବାହିନୀ ଏବଂ ଭାରତୀୟ ନୌ ବାହିନୀରେ କାର୍ଯ୍ୟ କରି ଅବସର ଗ୍ରହଣ କରିଥିବା ଯବାନମାନଙ୍କୁ ଆଗାମୀ ଦିନରେ ମେରାଇନ ଥାନା ଗୁଡିକରେ ନିଯୁକ୍ତି ଦିଆଯିବ।

ଓଡିଶା ପୋଲିସ ଏବଂ ତଟ ସୁରକ୍ଷା ସହ ଯେଉଁ ସମ୍ପର୍କ ସ୍ଥାପନ ହୋଇଛି, ତାହା ଦୀର୍ଘସ୍ଥାୟୀ ରଖିବାକୁ ସବୁବେଳେ ଉଦ୍ୟମ ଜାରି ରହିବ ବୋଲି ଡିଜିପି ଶ୍ରୀ ଖୁରାନିଆ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି।

ଡିଜିପି କ୍ୟାମ୍ପ କାର୍ଯ୍ୟାଳୟ ଭୁବନେଶ୍ୱର ଯୋଗେଶ ବାହାଦୁର ଖୁରାନିଆ
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.