Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

January 28, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଏବଂ ଉତ୍ତରାଖଣ୍ଡ ଗସ୍ତ କରିବେ। ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ ସେ ଭୁବନେଶ୍ୱର ଜନତା ମଇଦାନରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫କୁ ଉଦଘାଟନ କରିବେ। ଏହା ପରେ ସେ ଉତ୍ତରାଖଣ୍ଡର ଡେରାଡୁନ ଗସ୍ତ କରିବେ ଏବଂ ସନ୍ଧ୍ୟା ପ୍ରାୟ ୬ଟାରେ ସେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିବେ।

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ

ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଉତ୍କର୍ଷ ଓଡ଼ିଶା-ମେକ୍ ଇନ୍ ଓଡ଼ିଶା ସମ୍ମିଳନୀ ୨୦୨୫କୁ ଉଦଘାଟନ କରିବେ। ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ ଏହି ପ୍ରମୁଖ ବିଶ୍ୱସ୍ତରୀୟ ନିବେଶ ସମ୍ମିଳନୀର ଲକ୍ଷ୍ୟ ହେଉଛି ରାଜ୍ୟକୁ ପୂର୍ବୋଦୟ ପରିକଳ୍ପନାର ଆଧାର ଏବଂ ଭାରତର ଏକ ଅଗ୍ରଣୀ ପୁଞ୍ଜି ବିନିଯୋଗ ଲକ୍ଷ୍ୟସ୍ଥଳୀ ତଥା ଶିଳ୍ପ କେନ୍ଦ୍ର ଭାବରେ ଅବସ୍ଥାପିତ କରିବା।

ପ୍ରଧାନମନ୍ତ୍ରୀ ମେକ୍ ଇନ୍ ଓଡ଼ିଶା ପ୍ରଦର୍ଶନୀକୁ ମଧ୍ୟ ଉଦଘାଟନ କରିବେ ଯାହା ଏକ ସକ୍ରିୟ ଶିଳ୍ପ ଇକୋସିଷ୍ଟମ୍ ବିକାଶରେ ରାଜ୍ୟର ସଫଳତା ଉପରେ ଆଧାରିତ । ଏହି ଦୁଇ ଦିନିଆ ସମ୍ମିଳନୀ ଜାନୁଆରୀ ୨୮ରୁ ୨୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହା ଶିଳ୍ପପତି, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନଙ୍କ ପାଇଁ ଏକ ମଞ୍ଚ ଭାବେ କାର୍ଯ୍ୟ କରିବ, ଯେଉଁଠି ସେମାନେ ଏକ ପସନ୍ଦଯୋଗ୍ୟ ନିବେଶ ଗନ୍ତବ୍ୟସ୍ଥଳ ଭାବେ ଓଡ଼ିଶା ପ୍ରଦାନ କରୁଥିବା ସୁଯୋଗଗୁଡ଼ିକ ଉପରେ ଆଲୋଚନା କରିପାରିବେ। ଏହି ସମ୍ମିଳନୀରେ ବିଭିନ୍ନ ସଂସ୍ଥାର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ନେତାମାନଙ୍କ ମଧ୍ୟରେ ଗୋଲଟେବୁଲ ବୈଠକ, କ୍ଷେତ୍ରୀୟ ଅଧିବେଶନ, ବ୍ୟବସାୟିକ ବୈଠକ ଏବଂ ନୀତିଗତ ଆଲୋଚନା ଆୟୋଜନ କରାଯିବ, ଯାହା ସାରା ବିଶ୍ୱରେ ନିବେଶକମାନଙ୍କ ସହିତ ଲକ୍ଷ୍ୟବଦ୍ଧ ସମ୍ପର୍କ ସୁନିଶ୍ଚିତ କରିବ।

ଉତ୍ତରାଖଣ୍ଡରେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଡେରାଡୁନରେ ୩୮ତମ ଜାତୀୟ କ୍ରୀଡ଼ାର ଉଦଘାଟନ କରିବେ। ଚଳିତ ଥର ଏହି ପ୍ରତିଯୋଗିତାର ରୌପ୍ୟ ଜୟନ୍ତୀ ସଂସ୍କରଣ ଉତ୍ତରାଖଣ୍ଡରେ ଆୟୋଜିତ ହେଉଛି ଏବଂ ଜାନୁଆରୀ ୨୮ରୁ ଫେବୃଆରୀ ୧୪ ପର୍ଯ୍ୟନ୍ତ ଉତ୍ତରାଖଣ୍ଡର ୮ଟି ଜିଲ୍ଲାର ୧୧ଟି ସହରରେ ଅନୁଷ୍ଠିତ ହେବ।

୩୬ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ଏହି ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିବେ। ୧୭ ଦିନ ଧରି ୩୫ଟି କ୍ରୀଡା ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିମଧ୍ୟରୁ ୩୩ଟି କ୍ରୀଡ଼ା ପାଇଁ ପଦକ ପ୍ରଦାନ କରାଯିବ ଏବଂ ଦୁଇଟି ପ୍ରଦର୍ଶନୀ କ୍ରୀଡ଼ା ହେବ। ଯୋଗ ଏବଂ ମଲ୍ଲଖମ୍ବକୁ ପ୍ରଥମ ଥର ପାଇଁ ଜାତୀୟ କ୍ରୀଡ଼ାରେ ସାମିଲ କରାଯାଇଛି। ଏହି ପ୍ରତିଯୋଗିତାରେ ଦେଶର ବିଭିନ୍ନ ସ୍ଥାନରୁ ୧୦ ହଜାରରୁ ଅଧିକ ଆଥଲେଟ୍ ଅଂଶଗ୍ରହଣ କରିବେ।

ଦୀର୍ଘସ୍ଥାୟିତ୍ୱ ଉପରେ ଧ୍ୟାନ ଦେଇ, ଚଳିତ ବର୍ଷ ଜାତୀୟ କ୍ରୀଡ଼ାର ବିଷୟବସ୍ତୁ ‘‘ସବୁଜ କ୍ରୀଡ଼ା’’ ରଖାଯାଇଛି। ଏହି ସ୍ଥାନ ନିକଟରେ ଏକ ସ୍ୱତନ୍ତ୍ର ପାର୍କ, ଯାହାକୁ ସ୍ପୋର୍ଟସ୍ ଫରେଷ୍ଟ କୁହାଯାଏ, ବିକଶିତ କରାଯିବ, ଯେଉଁଠାରେ ଆଥଲେଟ୍ ଏବଂ ଅତିଥିମାନଙ୍କ ଦ୍ୱାରା 10,000 ରୁ ଅଧିକ ଚାରା ରୋପଣ କରାଯିବ। କ୍ରୀଡ଼ାବିତମାନଙ୍କ ପାଇଁ ପଦକ ଏବଂ ପ୍ରମାଣପତ୍ର ପରିବେଶ ଅନୁକୂଳ ଏବଂ ଜୈବ ବିଘଟନଶୀଳ ସାମଗ୍ରୀରୁ ପ୍ରସ୍ତୁତ କରାଯିବ।

ଉତ୍ତରାଖଣ୍ଡ ଓଡିଶା ଧର୍ମେନ୍ଦ୍ର ପ୍ରଧାନ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟ ଶିକ୍ଷା ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.