ମୈାସୁମୀ ଓ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଅପରାହ୍ନ ୪ଟା ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଗଞ୍ଜାମ, ଗଜପତି ,ପୁରୀ ,ନବରଙ୍ଗପୁର, ମାଲକାନଗିରି ,କୋରାପୁଟ, କଟକ ,ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ମୈାସୁମୀ ଓ ଲଘୁଚାପ ପ୍ରଭାବରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବା ସମ୍ଭାବନା ରହିଛି। ତେଣୁ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ଏହି ୯ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ପ୍ରବେଶ କରିବାକୁ ବାରଣ କରାଯାଇଛି।