Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ଅଷ୍ଟମ ପାଳି
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ଅଷ୍ଟମ ପାଳି

February 3, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଅଷ୍ଟମ ପାଳି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଅଧିକ କ୍ରିୟାଶୀଳ ହୋଇଛି। ମୁଖ୍ୟମନ୍ତ୍ରୀ, ସାଧାରଣ ଲୋକଙ୍କ ସୁଖ ଦୁଃଖ ଶୁଣିବା ଏବଂ ସମସ୍ୟାର ସମାଧାନ ଉପରେ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି।

ଆଜି ବୌଦ୍ଧ ଜିଲ୍ଲାର ହେରମ୍ବ ଗିରି ତାଙ୍କ ୭ ବର୍ଷର ଝିଅ ପ୍ରତ୍ୟୁଷା ଗିରିଙ୍କୁ ନେଇ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିଲେ । ଝିଅଟି ଜେରୋଡର୍ମା ନାମକ ଏକ ଜଟିଳ ରୋଗରେ ପୀଡ଼ିତ । ଏହି ରୋଗର ଚିକିତ୍ସା ମଧ୍ୟ ବହୁ ବ୍ୟୟସାପେକ୍ଷ । ଗତ ଡିସେମ୍ୱର ୩୦ ତାରିଖରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଆସି ଦେଖା କରିଥିଲେ । ମୁଖ୍ୟମନ୍ତ୍ରୀ ପିଲାଟିର ଅବସ୍ଥା ଦେଖି ତାକୁ ତୁରନ୍ତ କ୍ୟାପିଟାଲ ହସପିଟାଲ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ କଟକ ବଡ଼ ମେଡିକାଲକୁ ପଠାଇ ତା’ର ଚିକିତ୍ସା ବ୍ୟବସ୍ଥା କରିଥିଲେ । ଏକମାସ ଚିକିତ୍ସା ହୋଇ ଫେରିବା ପରେ ସେ ଆଜି ପୁଣି ଥରେ ମୁଖ୍ୟମନ୍ତ୍ରୀଙ୍କୁ ଆସି ସହାୟତା ପାଇଁ ଦେଖା କଲେ । ମୁଖ୍ୟମନ୍ତ୍ରୀ ଗୋଟିଏ ପିଲାର କଷ୍ଟ ଓ ତା ବାପା ମା’ଙ୍କ ଅସହାୟତାକୁ ହୃଦୟଙ୍ଗମ କରି ଅଭିଯୋଗ ପ୍ରକୋଷ୍ଠରେ Single Window Systemରେ ଚିକିତ୍ସା ବାବଦକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ତ୍ୱରିତ ସହାୟତା ଅନୁମୋଦନ କରି ତୁରନ୍ତ ଯୋଗାଇ ଦେବାକୁ ବ୍ୟବସ୍ଥା କରିଥିଲେ । ଏଥି ସହିତ ତାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାଧ୍ୟମରେ ଗୋଟିଏ ଘର ଯୋଗାଇ ଦେବାପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । ହେରମ୍ୱ ଗିରି ଗଣମାଧ୍ୟମକୁ ତାଙ୍କ ପ୍ରତିକ୍ରିୟାରେ କହିଥିଲେ ମୁଁ ଯେଉଁ ଆଶା ନେଇ ଆସିଥିଲି ସେହି ଆଶା ପୂରଣ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଋଣ ମୁଁ କେବେ ଶୁଝି ପାରିବି ନାହିଁ ।

ସେହିପରି ଆଉ ଜଣେ ଥିଲେ ବଲାଙ୍ଗୀରର ରତନ କାଲଶେ । ତାଙ୍କ ୧୬ ବର୍ଷର ଭିନ୍ନକ୍ଷମ ପୁଅ ଆଲୋକ କାଲଶେକୁ ସାଙ୍ଗରେ ନେଇ ଆସିଥିଲେ । ପିଲାଟି ବସି ପାରୁନି କି ଚାଲିବୁଲି ପାରୁନି । ପିଲାର କଷ୍ଟ ଓ ତା ବାପା ମୁହଁର ଦୁଃଖ ଦେଖି ତାକୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ହସପିଟାଲ ପଠାଇ ତା’ର ଚିକିତ୍ସା ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ କରିଥିଲେ, ଏବଂ ସି.ଏମ୍‍.ଆର୍‍.ଏଫ୍‍.ରୁ ସହାୟତା ପ୍ରଦାନ କରିବା ପାଇଁ ସେ ଉପସ୍ଥିତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହିଭଳି ଅଭିଯୋଗ ପ୍ରକୋଷ୍ଠକୁ ବିଭିନ୍ନ ଆଶା ଭରସା ନେଇ ଆସୁଥିବା ଲୋକମାନଙ୍କୁ ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ ତାଙ୍କ ସହୃଦୟତାର ପରିଚୟ ପ୍ରଦାନ କରିଛନ୍ତି ।

ଆଜି ଥିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠର ଅଷ୍ଟମ ପାଳି । ମୁଖ୍ୟମନ୍ତ୍ରୀ ପ୍ରଥମେ ଆସି ବାହାରେ ଚେୟାରରେ ବସିଥିବା ପ୍ରାୟ ୩୦ ଜଣ ଭିନ୍ନକ୍ଷମଙ୍କୁ ଭେଟିଥିଲେ । ସେମାନଙ୍କ ସମସ୍ୟା ଅଭିଯୋଗକୁ ଗୋଟି ଗୋଟି କରି ଶୁଣିବା ପରେ ପାଖରେ ଥିବା ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନଙ୍କୁ ଅଭିଯୋଗ ପତ୍ର ଧରାଇ ସମାଧାନ କିପରି ହେବ ସେଥିପ୍ରତି ଯତ୍ନବାନ ହେବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।
ଆଜି ୧୦୦୦ ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ କରିଥିଲେ । ମୁଖ୍ୟମନ୍ତ୍ରୀ, ତାଙ୍କ ସହଯୋଗୀ ମନ୍ତ୍ରୀମଣ୍ଡଳର ସଦସ୍ୟମାନେ ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱଦେଇ ଶୁଣୁଥିଲେ ଓ ସମାଧାନ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଉପସ୍ଥିତ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଅଭିଯୋଗ ପ୍ରକୋଷ୍ଠରେ ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଲୋକଙ୍କୁ ନ୍ୟାୟ ଦେବାରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସଫଳତା ହାସଲ କରିଛି । ଗତବର୍ଷ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ପ୍ରଥମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରୁ ସପ୍ତମ ପାଳି ସୁଦ୍ଧା ୮୧ ପ୍ରତିଶତ କେସ୍ ସମାଧାନ ହୋଇଛି । ଗତ ୭ଟି ପାଳି ସୁଦ୍ଧା ସମୁଦାୟ ୮୦୩୧ ଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା, ତନ୍ମଧ୍ୟରୁ ୬୫୪୫ଟି ଅଭିଯୋଗର ସମାଧାନ କରାଯାଇଛି । ପ୍ରଥମ ପାଳିରେ ୯୦ ପ୍ରତିଶତ ଅଭିଯୋଗର ସମାଧାନ ହୋଇଥିଲା ବେଳେ ଦ୍ୱିତୀୟ ପାଳିରେ ୮୮ ପ୍ରତିଶତ, ତୃତୀୟ ପାଳିରେ ୮୬ ପ୍ରତିଶତ, ଚତୁର୍ଥ ପାଳିରେ ୮୪ ପ୍ରତିଶତ, ପଞ୍ଚମ ପାଳିରେ ୮୩ ପ୍ରତିଶତ, ଷଷ୍ଠ ପାଳିରେ ୫୪ ପ୍ରତିଶତ ଏବଂ ସପ୍ତମ ପାଳିରେ ୪୭ ପ୍ରତିଶତ ଅଭିଯୋଗର ସମାଧାନ କରାଯାଇଛି । ବକେୟା ଅଭିଯୋଗଗୁଡ଼ିକ ପ୍ରୋସେସରେ ରହିଛି । ସରକାରଙ୍କ ପାଖକୁ ଯେଉଁ ଆଶା ଭରସା ନେଇ ଲୋକମାନେ ଆସୁଛନ୍ତି ଆମେ ସେମାନଙ୍କୁ କେବେ ନିରାଶ କରିବୁ ନାହିଁ । ସମସ୍ତଙ୍କ ଅଭିଯୋଗ ଓ ସମସ୍ୟାକୁ ଗୁରୁତ୍ୱଦେଇ ଶୁଣି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ମୁଖ୍ୟମନ୍ତ୍ରୀ ଗଣମାଧ୍ୟମ ଜରିଆରେ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତି ଯେ, ହଇରାଣ ଓ ଖର୍ଚ୍ଚାନ୍ତ ହୋଇ ଏଠାକୁ ନ ଆସି ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରଥମେ ଅଭିଯୋଗ ଜଣାନ୍ତୁ, ସେଠାରେ ମଧ୍ୟ ସମାଧାନ ହେଉଛି । ଜଟିଳ ସମସ୍ୟା ହେଲେ ଜିଲ୍ଲାପାଳଙ୍କ ଅନୁମୋଦନ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସନ୍ତୁ ।

ମୁଖ୍ୟମନ୍ତ୍ରୀଙ୍କ ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ, ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଅଭିଯୋଗ ଶୁଣାଣି ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026
Latest News

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ ରୁଷବୈଦେଶିକ ମନ୍ତ୍ରୀ

May 14, 2026

ଓଡ଼ିଶାରେ ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଶେଷ ପଦକ୍ଷେପ

May 14, 2026

ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ

May 14, 2026

ପୁରୁଣାଗଡ଼ରେ ପ୍ରତ୍ନତାତ୍ୱିକ ଗବେଷଣା କାର୍ଯ୍ୟ ଆରମ୍ଭ

May 14, 2026

ସ୍ତ୍ରୀର ଅଶ୍ଳୀଳ ଫଟୋ ଭାଇରାଲ କରି ସ୍ଵାମୀ ଗିରଫ

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.