Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠାରୁ ଆରମ୍ଭ ହେବ ଧଉଳି-କଳିଙ୍ଗ ମହୋତ୍ସବ, ଗୁରୁ ରାମହରି ଦାସଙ୍କୁ ଏଥର ବୁଦ୍ଧ ସମ୍ମାନ
ଆଜିର ଖବର

ଆସନ୍ତାକାଲିଠାରୁ ଆରମ୍ଭ ହେବ ଧଉଳି-କଳିଙ୍ଗ ମହୋତ୍ସବ, ଗୁରୁ ରାମହରି ଦାସଙ୍କୁ ଏଥର ବୁଦ୍ଧ ସମ୍ମାନ

February 6, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲିଠାରୁ ଆରମ୍ଭ ହେବ ଧଉଳି-କଳିଙ୍ଗ ମହୋତ୍ସବ, ଗୁରୁ ରାମହରି ଦାସଙ୍କୁ ଏଥର ବୁଦ୍ଧ ସମ୍ମାନ

ଭୁବନେଶ୍ବର: ଓଡିଶା ସରକାର, ରାଜ୍ୟର ସଂସ୍କୃତି ଓ ପର୍ଯ୍ୟଟନର ବିଶ୍ଵ ବ୍ୟାପି ପ୍ରଚାର, ପ୍ରସାର ଓ ବିକାଶ ଉଦ୍ଦେଶ୍ୟ ନେଇ କାର୍ଯ୍ୟରତ। ଓଡିଶାକୁ ବିଶ୍ଵ ମାନଚିତ୍ରରେ ଏକ ପ୍ରମୁଖ ସାଂସ୍କୃତିକ ଓ ପର୍ଯ୍ୟଟନ କ୍ଷେତ୍ର ଭାବେ ଉପସ୍ଥାପିତ କରିବା ପାଇଁ ରାଜ୍ୟ ସରକାର ସର୍ବଦା ଚେଷ୍ଟା କରି ଆସୁଅଛନ୍ତି।

ବିଶେଷ କରି ସାଂସ୍କୃତିକ ପର୍ଯ୍ୟଟନ ସ୍ଥଳିର ବିକାଶ, ଜାତୀୟ ଐତିହର ସୁରକ୍ଷା, ପର୍ଯାବରଣ ପର୍ଯ୍ୟଟନର ପ୍ରସାର କରି ଦେଶ ବିଦେଶରୁ ବହୁ ସଂଖ୍ୟକ ପର୍ଯ୍ୟଟକଙ୍କୁ ଓଡିଶାମୁଖୀ କରିବା ସରକାରଙ୍କର ଲକ୍ଷ୍ୟ। ଏହି ପରିପ୍ରେକ୍ଷିରେ ଆସନ୍ତା ଫେବୃୟାରୀ ୭ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ପାଳିତ ହେବାକୁ ଯାଉଛି ଏକବିଂଶତମ ଧଉଳି-କଳିଙ୍ଗ ମହୋତ୍ସବ।

ପ୍ରତି ବର୍ଷ ଫେବୃୟାରୀ ମାସରେ ଏହି ମହୋତ୍ସବ ବିଶ୍ଵ ପ୍ରସିଦ୍ଧ ଧଉଳି ପାହାଡର ପାଦ ଦେଶରେ ଅନୁଷ୍ଠିତ ହୋଇଥାଏ। ଦେଶ ବିଦେଶରୁ ଖ୍ୟାତି ସମ୍ପନ୍ନ କଳାକାର ମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ଏହିଠାରେ ଅବସ୍ଥିତ ଶାନ୍ତି ସ୍ତୂପକୁ ସାକ୍ଷୀ କରି  ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରଦାନ କରିଥାନ୍ତି।

ଧଉଳି- କଳିଙ୍ଗ ମହୋତ୍ସବରେ ନୃତ୍ୟ ଶିଳ୍ପୀମାନେ  ଭାରତୀୟ ଶାସ୍ତ୍ରୀୟ ନୃତ୍ୟ, ସଙ୍ଗୀତ, ଲୋକ ନୃତ୍ୟ ଏବଂ ଦେଶ ବିଦେଶର ସମର କଳା ପ୍ରଦର୍ଶିତ କରି ଶାନ୍ତି ଓ ମୈତ୍ରୀର ବାର୍ତ୍ତା  ପ୍ରେରଣ କରିଥାଏ।

ଏହି ଉତ୍ସବର ଆଉ ଏକ ପ୍ରମୁଖ ଲକ୍ଷ ହେଲା ଦେଶର ଯୁବକ ସମାଜ  ବିଶେଷ କରି ଛାତ୍ର ଓ ଛାତ୍ରୀ ମାନଙ୍କୁ  ଭାରତୀୟ ସଂସ୍କୃତିର ମହାନ ଗୌରବୋଜ୍ଜ୍ଵଳ ଐତିହ ଓ ପରମ୍ପରା ବିଷୟରେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ସଚେତନ  କରାଇବା ।

ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡିଶା ଡ୍ୟାନ୍ସ ଏକାଡେମି ତରଫରୁ ବୁଦ୍ଧ ସମ୍ମାନ ଓ ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନ, ନୃତ୍ୟ ସଙ୍ଗୀତ କ୍ଷେତ୍ରରେ ପରିଚିତ ପାଇଥିବା କୃତବିଦ୍ୟ ବ୍ୟକ୍ତି ବିଶେଷ ମାନଙ୍କୁ ପ୍ରଦାନ କରା ଯାଉଅଛି।

ବୁଦ୍ଧ ସମ୍ମାନ :

ଏହି ସମ୍ମାନଟି ଦୀର୍ଘ ୧୫ ବର୍ଷ ଧରି ଧଉଳି-କଳିଙ୍ଗ ମହୋତ୍ସବ ମଞ୍ଚରେ ପ୍ରଦାନ କରା ଯାଉଅଛି।  ପ୍ରତି ବର୍ଷ ଜଣେ  ପ୍ରଥିତ ଯଶା ଶିଳ୍ପୀ ଓ କଳାକାରଙ୍କୁ ଉକ୍ତ ସମ୍ମାନ ପ୍ରଦାନ କରାଯାଇଥାଏ । ଏହି ପୁରସ୍କାର ସହ ସମ୍ମାନ ସ୍ୱରୂପ ୨ଲକ୍ଷ ଟଙ୍କା ମାନପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯାଇଥାଏ । ଏହି ସମ୍ମାନ ଓଡିଶା ଡ୍ୟାନ୍ସ ଏକାଡେମୀ, ଭୁବନେଶ୍ଵର ଦ୍ଵାରା ପ୍ରଦତ୍ତ।  ଚଳିତ ବର୍ଷର ସମ୍ମାନ ପାଉଛନ୍ତି ବିଶିଷ୍ଟ ଓଡିଶୀ ସଂଗୀତଜ୍ଞ କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରାପ୍ତ ଗୁରୁ ରାମହରି ଦାସ ।

ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନ :

ଓଡିଶା ଡ୍ୟାନ୍ସ ଏକାଡ଼େମୀର ପ୍ରତିଷ୍ଠାତା ଗୁରୁ ଗଙ୍ଗାଧର ପ୍ରଧାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆଉ ଏକ ପ୍ରତିଷ୍ଠିତ ସମ୍ମାନ ଏକାଡେମୀ ଦ୍ଵାରା ୨୦୧୬ ମସିହାରୁ ଓଡିଶୀ ନୃତ୍ୟ, ସଙ୍ଗୀତ, ନାଟକ, ଯନ୍ତ୍ର ସଙ୍ଗୀତ ଓ ଓଡିଶୀ ନୃତ୍ୟ ସହ ଯୋଡିହୋଇ ରହିଥିବା  ଅନ୍ୟାନ୍ୟ ସୃଜନାତ୍ମକ କ୍ଷେତ୍ରରେ ବିଶିଷ୍ଟ ଶିଳ୍ପୀ ତଥା ଓଡିଶୀ ନୃତ୍ୟକୁ ଦେଶ ବିଦେଶରେ ପ୍ରଚାର ଓ ପ୍ରସାର କରିବାରେ ଗୁରୁ ଦାଇତ୍ଵ ନିଭାଇଥିବା ବ୍ୟକ୍ତି ବିଶେଷଙ୍କୁ ପ୍ରଦାନ କରା ଯାଉଛି ।

ଚଳିତ ବର୍ଷ ଗୁରୁ ଗଙ୍ଗାଧର ପ୍ରଧାନ ସ୍ମୃତି ସମ୍ମାନ ପାଉଥିବା ବ୍ୟକ୍ତି ବିଶେଷ ମାନେ ହେଲେ ଯଥାକ୍ରମେ ଗୁରୁ ଶ୍ରୀମତି ଶର୍ମିଳା ବିଶ୍ଵାସ, କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରାପ୍ତ ବିଶିଷ୍ଟ ଓଡିଶୀ ନୃତ୍ୟାଙ୍ଗନା; ଗୁରୁ ଡ. ସଂଗୀତା ଗୋସାଇଁ, କେନ୍ଦ୍ର ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରାପ୍ତ ପ୍ରତିଷ୍ଠିତ ଓଡିଶୀ କଣ୍ଠଶିଳ୍ପୀ; ଗୁରୁ ଶ୍ରୀ କାଳନ୍ଦୀ ଚରଣ ପରିଡା, ଓଡ଼ିଶା ସଙ୍ଗୀତ ନାଟକ ଏକାଡ଼େମୀ ପୁରସ୍କାର ପ୍ରାପ୍ତ ଓ ଖ୍ୟାତି ସମ୍ପନ୍ନ ଓଡିଶୀ ମର୍ଦ୍ଦଳଗୁରୁ ଏବଂ ଶ୍ରୀ କ୍ଷୀରୋଦ ମୋହନ ପଟ୍ଟନାୟକ, କଳା ପ୍ରୋତ୍ସାହକ । ଏହି ପୁରସ୍କାର  ସହ ପ୍ରତ୍ୟେକଙ୍କୁ ସମ୍ମାନ ସ୍ୱରୂପ ୧ ଲକ୍ଷ ଟଙ୍କା ମାନପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯାଇଥାଏ।

ଧଉଳି ଧଉଳି କଳିଙ୍ଗ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026
Latest News

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.