Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୁବ ଶୀଘ୍ର ଘୋଷଣା ହେବ ଦିଲ୍ଲୀ ସିଏମଙ୍କ ନାମ! ଅମିତ ଶାହାଙ୍କ ବାସଭବନରେ ଜେପି ନଡ୍ଡା-ବୈଜୟନ୍ତ ପଣ୍ଡା
ଆଜିର ଖବର

ଖୁବ ଶୀଘ୍ର ଘୋଷଣା ହେବ ଦିଲ୍ଲୀ ସିଏମଙ୍କ ନାମ! ଅମିତ ଶାହାଙ୍କ ବାସଭବନରେ ଜେପି ନଡ୍ଡା-ବୈଜୟନ୍ତ ପଣ୍ଡା

February 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଅମିତ ଶାହ
ଆତଙ୍କବାଦ ବିରୋଧରେ 'ଶୂନ୍ୟ ସହନଶୀଳତା' ନୀତି: ବ୍ୟାନ୍ ହେଲା 'ଶାହଜାଦ୍ ଭଟ୍ଟି ନେଟୱର୍କ'

ନୂଆଦିଲ୍ଲୀ: ୨୭ ବର୍ଷ ପରେ ରାଜଧାନୀ ଦିଲ୍ଲୀରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଗଠନ ହେବାକୁ ଯାଉଛି। ଦିଲ୍ଲୀର ୭୦ ଟି ଆସନରୁ ୪୮ ଟି ବିଜେପି ଜିତିଥିବାବେଳେ AAP କୁ କେବଳ ୨୨ ଟି ଆସନ ସହ ସନ୍ତୁଷ୍ଟ ହେବାକୁ ପଡିଛି। ସେପଟେ ରାଜଧାନୀ ଦିଲ୍ଲୀରେ ସରକାର ଗଠନ ପାଇଁ ବିଜେପି ପ୍ରସ୍ତୁତି ଆରମ୍ଭ କରିଛି।

ଦିଲ୍ଲୀରେ ସରକାରୀ ଗଠନ ସମ୍ପର୍କରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବାସଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ଜେପି ନଡ୍ଡା, ବୈଜୟନ୍ତ ପଣ୍ଡା ଏବଂ ବି.ଏଲ୍ ସନ୍ତୋଷ ମଧ୍ୟ ଉପସ୍ଥିତ ଥିଲେ। କୁହାଯାଉଛି ଯେ, ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଏବଂ ଦିଲ୍ଲୀ ମନ୍ତ୍ରୀ ପଦ ପାଇଁ ନାମ ଆଲୋଚନା କରାଯାଇଥିଲା।

ସୂଚନା ଅନୁଯାୟୀ, ଦିଲ୍ଲୀ ବିଜେପି ସଭାପତି ବିରେନ୍ଦ୍ର ସଚ୍ଚେଦେବା ଆଜି ସନ୍ଧ୍ୟାରେ ସମସ୍ତ ବିଧାୟକଙ୍କୁ ଭେଟିବେ। ଏହି ସମୟରେ ସେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବେ ଏବଂ ସରକାର ଗଠନ ବିଷୟରେ ମଧ୍ୟ ଆଲୋଚନା କରିପାରନ୍ତି। ଏହାପୂର୍ବରୁ ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ଶନିବାର ସନ୍ଧ୍ୟାରେ ବିଜେପି କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ମୋଦୀ, ଜେପି ନଡ୍ଡା, ଅମିତ ଶାହାଙ୍କ ସହ ଦିଲ୍ଲୀରେ ହେବାକୁ ଥିବା ଶପଥ ଗ୍ରହଣ ଏବଂ ସରକାରର ରୂପରେଖା ଉପରେ ଆଲୋଚନା ହୋଇଥିଲା।

ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ବିଦେଶ ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯାଇପାରେ ବୋଲି ସୂତ୍ରରୁ ପ୍ରକାଶ। ଫେବୃଆରୀ ୧୪ ତାରିଖ ରାତିରେ ପ୍ରଧାନମନ୍ତ୍ରୀ ମୋଦୀ ଫେରିବେ। ଏହା ପରେ ହିଁ ଦିଲ୍ଲୀରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇପାରେ। ଶପଥ ଗ୍ରହଣ ସମାରୋହରେ ଏନଡିଏ ନେତାମାନେ ଅଂଶଗ୍ରହଣ କରିବେ ବୋଲି ଆଶା କରାଯାଉଛି। ଏହା ବ୍ୟତୀତ ସମସ୍ତ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ଡକାଯିବ।

Delhi Assembly Election 2025 Delhi Election 2025 Delhi Election Result Delhi Election Result 2025 Elections 2025
Share. Facebook Twitter LinkedIn Email WhatsApp Copy Link

Related Posts

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026

ଗୁଜରାଟରେ ଦେଶର ପ୍ରଥମ ବନ୍ଦର-ଭିତ୍ତିକ ‘ଇ-ମିଥାନଲ୍’ ପ୍ଲାଣ୍ଟ: ୩୫୦୦ରୁ ଅଧିକ ସୃଷ୍ଟି ହେବ ନିଯୁକ୍ତି

September 27, 2026

କୋହଲିଙ୍କ ଶେଷ ବିଶ୍ୱକପ୍‌ ହେବ ୨୦୨୭ ବିଶ୍ୱକପ୍

September 27, 2026
Latest News

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026

କମର୍ସିଆଲ୍ ବିମାନରେ ଯାତ୍ରୀଙ୍କୁ କାହିଁକି ଦିଆଯାଏନି ପାରାଚ୍ୟୁଟ୍? ଜାଣନ୍ତୁ ଏହା ପଛର ୫ଟି ବଡ଼ କାରଣ

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026

ପାକିସ୍ତାନରେ ଆତ୍ମଘାତୀ ଆକ୍ରମଣରେ ୧୨ ମୃତ, ୩୦ ଗୁରୁତର

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.