Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଝଲସିବ ରାଜ୍ୟର ପ୍ରମୁଖ ଶକ୍ତିପିଠ ମା’ ଭଗବତୀ ମନ୍ଦିର, ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଆଇନ ମନ୍ତ୍ରୀ
ଆଜିର ଖବର

ଝଲସିବ ରାଜ୍ୟର ପ୍ରମୁଖ ଶକ୍ତିପିଠ ମା’ ଭଗବତୀ ମନ୍ଦିର, ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଆଇନ ମନ୍ତ୍ରୀ

February 9, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ନବମ ଶତାବ୍ଦୀର ନିର୍ମିତ ବାଣପୁରର ଅଧିଷ୍ଠାତ୍ରୀ ଦେବୀ ତଥା ଓଡ଼ିଶାର ପ୍ରମୁଖ ଶକ୍ତିପିଠ ମା’ ଭଗବତୀଙ୍କ ପୀଠର ସର୍ବବିଧ ବିକାଶ କରି ଏହାକୁ ଏକ ଆକର୍ଷଣୀୟ ଧର୍ମୀୟ ପର୍ଯ୍ୟଟନ କ୍ଷେତ୍ର ଭାବରେ ପ୍ରତିଷ୍ଠିତ କରିବା ପାଇଁ ମୋହନ ସରକାର ବଦ୍ଧପରିକର। ଏହି ପରିପ୍ରେକ୍ଷୀରେ ଆଜି ଐତିହ କିର୍ତ୍ତିରାଜୀର ସମନ୍ୱିତ ବିକାଶ ଓ ପର୍ଯ୍ୟଟନସ୍ଥଳୀ ଯୋଜନା ଅଧୀନରେ ପାରିପର୍ଶ୍ଵ ଉନ୍ନୟନ ମୂଳକ କାର୍ଯ୍ୟର ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମନ୍ଦିର ପରିସର ଓ ଚର୍ତୁପାର୍ଶ୍ଵର ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ ଚିଲିକା ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ସିଂହଦ୍ୱାରଠାରୁ ଆରମ୍ଭ କରି ପରିକ୍ରମା, ଘାଟ, ନାଟ୍ୟ ମଣ୍ଡପର ବାହ୍ୟ ଆବରଣ, ଶ୍ରୀ ଜଗନ୍ନାଥ ମନ୍ଦିର, ସିଂହ ଦ୍ୱାରର ଉନ୍ନତୀକରଣ ଏବଂ ଦୋଳବେଦୀ ନିର୍ମାଣ‌ ସହିତ ବହୁମୁଖୀ ହଲ୍, ରାସ୍ତା ଓ ନଦୀଘାଟ ଆଦିର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ଦିଆଯାଇଛି। ମନ୍ଦିରର ବହୁ ପୁରୁଣା ଐତିହ୍ୟକୁ ସଂରକ୍ଷଣ କରିବା ସହ ଏହାକୁ ଏକ ଜୀବନ୍ତ ଆଧ୍ୟାତ୍ମିକ ଓ ସାଂସ୍କୃତିକ କେନ୍ଦ୍ରରେ ପରିଣତ କରିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି। ଏତଦ୍‍ବ୍ୟତୀତ ମନ୍ଦିରର ନିରାପତ୍ତା, ସୁରକ୍ଷା ଏବଂ ଜଳ ନିଷ୍କାସନ ପ୍ରଣାଳୀକୁ ସମନ୍ୱିତ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ବୈଠକରେ ସ୍ଥିର କରାଯାଇଛି।

ଉକ୍ତ ବୈଠକରେ ରାଜ୍ୟ ଦେବୋତ୍ତର ଆୟୁକ୍ତ ଲଲାଟେନ୍ଦୁ ଜେନା ,ଖୋର୍ଦ୍ଧା ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଲ ରଣା, ଖୋର୍ଦ୍ଧା ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପ ଜିଲ୍ଲାପାଳ କିଶୋର କୁମାର ପଣ୍ଡା, ରାଜ୍ୟ ପ୍ରତ୍ନତତ୍ତ୍ଵ ବିଭାଗ ଅଧିକାରୀ ଅଶ୍ଵିନୀ ଶତପଥୀ, ଓଡ଼ିଶା ସେତୁ ଓ ନିର୍ମାଣ ନିଗମର ପରିଚାଳନା ନିର୍ଦ୍ଦେଶକ ସମୀର ହୋତା, ଓବିସିସି ଯୁଗ୍ମ ଉପଦେଷ୍ଟା ଜୟ କୃଷ୍ଣ ଦାସ, ବାଣପୁର ବିଡ଼ିଓ ଶୀତଲ ଅଗ୍ରୱାଲ, ବାଣପୁର ତହସିଲଦାର ଟି. ପଦ୍ମନାଭ ଦୋରା, ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ମିଟୁ ନାୟକ, ଶ୍ରୀ ଶ୍ରୀ ଦକ୍ଷେଶ୍ଵର ଭଗବତୀ ଦେବୋତ୍ତର କାର୍ଯ୍ୟାଳୟ କାର୍ଯ୍ୟନିର୍ବାହୀ ଅଧିକାରୀ ବାଳମୁକୁନ୍ଦ ଦାସଙ୍କ ସହ ବିଭାଗୀୟ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

ଖୋର୍ଦ୍ଧା ଜିଲ୍ଲା ବାଣପୁର ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026
Latest News

ଭୟଙ୍କର ଦୁର୍ଘଟଣା: ଜଣେ ମୃତ ୧୦ ରୁ ଅଧିକ ଆହତ

October 15, 2026

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.