Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’ର ସିଧାପ୍ରସାରଣ ଦେଖିଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା ୨୦୨୫’ର ସିଧାପ୍ରସାରଣ ଦେଖିଲେ କେନ୍ଦ୍ରମନ୍ତ୍ରୀ

February 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀର ସୁନ୍ଦର ନର୍ସରୀ ଠାରେ ନୂଆ ରୂପରେ ଆୟୋଜିତ ‘ପରୀକ୍ଷା ପେ ଚର୍ଚ୍ଚା(ପିପିସି)- ୨୦୨୫ର ଅଷ୍ଟମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମଗ୍ର ଭାରତବର୍ଷରୁ ବଛା ହୋଇ ଆସିଥିବା ଛାତ୍ରଛାତ୍ରୀଙ୍କ ସହ ସାକ୍ଷାତ୍ ଆଲୋଚନା କରିବା ସହ ସେମାନଙ୍କର ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇଛନ୍ତି। ପରୀକ୍ଷା ପ୍ରସ୍ତୁତି, ପରୀକ୍ଷାରୁ ଚାପ କମ କରିବା ତଥା ଆଗାମୀ ଭବିଷ୍ୟତ ପାଇଁ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀ ଓ ‘ଏଗଜାମ ଓ୍ୱାରିୟର୍ସ’ଙ୍କୁ ଦେଇଥିବା ଉପାଦେୟ ପରାମର୍ଶ ସେମାନଙ୍କ ମନୋବଳକୁ ଅଧିକ ଦୃଢ କରିଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ସୋମବାର ନୂଆଦିଲ୍ଲୀର ନ୍ୟାସନାଲ ମିଡିଆ ସେଣ୍ଟରରୁ ପ୍ରଧାନମନ୍ତ୍ରୀଙ୍କ ପରୀକ୍ଷା ପେ ଚର୍ଚ୍ଚାର ସିଧା ପ୍ରସାରଣ ଦେଖିଥିଲେ। ସେ କହିଛନ୍ତି ଯେ ଦେଶର କୋଣ ଅନୁକୋଣରୁ ବଛା ହୋଇଥିବା ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଜି ଆଲୋଚନା କରିଛନ୍ତି। ଜଣେ ବନ୍ଧୁ, ଅଭିଭାବକ ବା ପରିବାରର ସଦସ୍ୟ ଭଳି ସେ ବିଦ୍ୟାର୍ଥୀମାନଙ୍କ ସହ କଥା ହୋଇଛନ୍ତି। ଛାତ୍ରଛାତ୍ରୀଙ୍କ ମନରେ ଥିବା ଅନେକ ଅସମାହିତ ପ୍ରଶ୍ନର ସେ ଉତ୍ତର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ କାର୍ଯ୍ୟବ୍ୟସ୍ତତାରେ ଥାଇ ମଧ୍ୟ ସେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଥିବା ପରୀକ୍ଷା ଯୋଦ୍ଧାଙ୍କ ସହ ଆଲୋଚନା କରି ସେମାନଙ୍କୁ ପରୀକ୍ଷାରୁ ଚାପମୁକ୍ତ ହେବାର ମନ୍ତ୍ର ଦେଉଛନ୍ତି, ଯାହା ବହୁତ ଗୁରୁତ୍ୱ ରଖୁଛି। ପରୀକ୍ଷା ପୂର୍ବରୁ ଏହି ଆଲୋଚନା ଛାତ୍ରଛାତ୍ରୀ ଓ ପରୀକ୍ଷା ଯୋଦ୍ଧାଙ୍କୁ ଅନୁପ୍ରାଣିତ କରିଛି।

ଦେଶର ପରୀକ୍ଷା ଯୋଦ୍ଧାଙ୍କୁ ମାର୍ଗଦର୍ଶନ, ପ୍ରେରଣା ଏବଂ ସମର୍ଥନ ଦେଇଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଯେ ପରୀକ୍ଷା ପେ ଚର୍ଚ୍ଚା ଏବେ ଏକ ଜନଆନ୍ଦୋଳନରେ ପରିଣତ ହୋଇଛି। ପ୍ରତିବର୍ଷ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାକୁ ଶୁଣିବା ପାଇଁ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ଶିକ୍ଷୟିତ୍ରୀ ବହୁତ ଉତ୍କଣ୍ଠା ଓ ଆଗ୍ରହର ସହ ଅପେକ୍ଷା କରିଥା’ନ୍ତି। ଚଳିତ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଦେଶର କଳା, ସାମାଜିକ ଏବଂ ବିଭିନ୍ନ କ୍ଷେତ୍ରର ୭ ଜଣ ବିଶିଷ୍ଟ ବ୍ୟକ୍ତି ବିଶେଷମାନେ ମାନସିକ ସ୍ୱାସ୍ଥ୍ୟ ଓ ଗୋଟିଏ ବିଷୟରେ ଧ୍ୟାନ ଦେବା ଉପରେ ଛାତ୍ରଛାତ୍ରୀଙ୍କୁ ମାର୍ଗଦର୍ଶନ ଦେବେ। ଆଗାମୀ ଦିନରେ ଏହାର ଆହୁରି ଏପିସୋଡ୍ ବା ଅଧ୍ୟାୟ ଆସିବ ବୋଲି ସେ କହିଛନ୍ତି।

ପରୀକ୍ଷା ପେ ଚର୍ଚ୍ଚା ୨୦୨୫
Share. Facebook Twitter LinkedIn Email WhatsApp Copy Link

Related Posts

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026
Latest News

ସେପ୍ଟେମ୍ବର ୧ରୁ ନୂଆ ନିୟମ!: ଅନ୍ତର୍ଜାତୀୟ ଯାତ୍ରୀମାନଙ୍କୁ ଆବଶ୍ୟକ ନାହିଁ ଶାରୀରିକ ବୋର୍ଡିଂ ପାସ୍ 

August 22, 2026

ପିଲାମାନଙ୍କୁ ମିଳିବ ସୁନା ମୁଦି: ଅଳଙ୍କାର କମ୍ପାନୀକୁ କାର୍ଯ୍ୟାଦେଶ ଦେଲେ ବିଜୟ ସରକାର

August 22, 2026

ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ କାର୍ଯ୍ୟାଳୟକୁ ସିଲ୍ କଲା ଉତ୍ତର ପ୍ରଦେଶର ପ୍ରଶାସନ 

August 22, 2026

ରେଳ ଧାରଣାରୁ ଦୁଇ ମୃତଦେହ ଉଦ୍ଧାର

August 22, 2026

ତେଲେଙ୍ଗାନାରେ ରାଜନୈତିକ ଉତ୍ତେଜନା!: ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଜମି ଦୁର୍ନୀତି ଅଭିଯୋଗ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.