![](https://thesamikhsya.com/odia/wp-content/uploads/2025/02/assemb1.jpg)
ଭୁବନେଶ୍ବର: ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେସନ। ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ୨୮ ଦିନ ଧରି ଚାଲିବ । ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ ରୁ ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ । ୧୭ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ।
ବିଧାନାସଭା ପୂର୍ବରୁ ଆଜି ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ବସିଥିଲା। ଏଥିରେ ସବୁଦଳର ବିଧାୟକଙ୍କୁ ବାଚସ୍ପତି ଗୃହ ପରିଚାଳନାରେ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ। ଆସନ୍ତାକାଲି ଅଧିବେସନର ପ୍ରଥମ ଦିନରେ ରାଜ୍ୟପାଳ ହରିଦାସ କୁମ୍ଭମପତି ଗୃହରେ ନିଜର ଅଭିଭାଷଣ ରଖିବେ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟପାଳଙ୍କୁ ସାକ୍ଷାତ କରିସାରିଛନ୍ତି। ରାଜ୍ୟପାଳ ଅଭିଭାଷଣ ପରେ ପରବର୍ତ୍ତି ଦିନରେ ଧନ୍ୟବାଦ ପ୍ରସ୍ତାବରେ ଆଲୋଚନା ହେବ।