Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶାରେ ପୋଶ ଆଇନର କାର୍ଯ୍ୟକାରିତା ନେଇ ସମୀକ୍ଷା କଲେ ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷା
ଆଜିର ଖବର

ଓଡ଼ିଶାରେ ପୋଶ ଆଇନର କାର୍ଯ୍ୟକାରିତା ନେଇ ସମୀକ୍ଷା କଲେ ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷା

February 13, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାରେ ପୋଶ ଆଇନ ଆଇନ କାର୍ଯ୍ୟକାରିତାର ସମୀକ୍ଷା କଲେ ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷା

ଭୁବନେଶ୍ବର: ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷ ଶ୍ରୀମତୀ ବିଜୟା ରାହତକରଙ୍କ ଦି ଦିନିଆ ଗସ୍ତ କାଳରେ ଆଜି ମହିଳା ଓ ଶିଶୁ ବିକାଶ ଏବଂ ଜାତୀୟ ମହିଳା ଆୟୋଗ ର ସହଭାଗିତାରେ ରାଜ୍ୟରେ “କାର୍ଯ୍ୟକ୍ଷେତ୍ରରେ ଯୌନ ଉତ୍ପୀଡନ ନିରୋଧ ଆଇନ”(ପୋଶ ଆଇନ)ର କାର୍ଯ୍ୟକାରିତା ସମ୍ବନ୍ଧୀୟ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।

ଏହି ବୈଠକରେ ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷ ଶ୍ରୀମତୀ ବିଜୟା କେ ରାହତକର ଅଧ୍ୟକ୍ଷତା କରି କହିଲେ ଯେ ଆଜିର ଯୁଗରେ ସମାଜରେ ମହିଳାମାନଙ୍କ ଭୂମିକା ଓ କର୍ତ୍ତବ୍ୟରେ ବହୁ ପରିବର୍ତ୍ତନ ଆସିଛି । ଆଜିର କର୍ମଜୀବୀ ମହିଳା ନିଜ ଘର ଓ କାର୍ଯ୍ୟକୁ ଅତି ନିଖୁଣ ଭାବରେ ପରିଚାଳନା କରିପାରୁଛନ୍ତି ।

ଏହି ପରିପ୍ରେକ୍ଷିରେ ସେମାନଙ୍କୁ ଏକ ସୁରକ୍ଷିତ ଓ ସମ୍ମାନିତ କାର୍ଯ୍ୟକ୍ଷେତ୍ର ପ୍ରଦାନ କରିବା ଆମ ସମସ୍ତଙ୍କ ଗୁରୁ ଦାୟିତ୍ଵ ହେବା ଉଚିତ । “କାର୍ଯ୍ୟକ୍ଷେତ୍ରରେ ଯୌନ ଉତ୍ପୀଡନ ନିରୋଧ ଆଇନ”(ପୋଶ ଆଇନ ) ର ସଠିକ କାର୍ଯ୍ୟକାରିତା ଓ ଏହି ଆଇନ ସମ୍ବନ୍ଧରେ ଦୃଢ ଜନସଚେତନତା ସୃଷ୍ଟି କରିପାରିଲେ ହିଁ ଆମେ କାର୍ଯ୍ୟକ୍ଷେତ୍ରରେ ଘଟୁଥିବା ଯୌନ ଉତ୍ପୀଡନକୁ ଦମନ କରିପାରିବା ବୋଲି ଦୃଢୋକ୍ତି ରଖିଛନ୍ତି ।

ରାଜ୍ୟର ପ୍ରତ୍ୟେକ କାର୍ଯ୍ୟକ୍ଷେତ୍ରରେ ଅନ୍ତଃ ସମିତି ଓ ପ୍ରତ୍ୟେକ ଜିଲ୍ଲାରେ ଆଞ୍ଚଳିକ ସମିତିର ଗଠନ ଉପରେ ସେ ଗୁରୁତ୍ଵାରୋପ କରିଛନ୍ତି ।ସମିତିର ସଦସ୍ୟା ମାନଙ୍କ ପାଇଁ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ କରିବା ପାଇଁ ସେ ପ୍ରସ୍ତାବ ଦେଇଛନ୍ତି । ପ୍ରତି ଜିଲ୍ଲାର ସର୍ବସାଧାରଣ ସ୍ଥାନରେ ଏହି ଆଇନ ସମ୍ପର୍କରେ ବିଜ୍ଞାପନ ଓ ହୋର୍ଡିଂ ଜରିଆରେ ଲୋକମାନଙ୍କ ମଧ୍ୟରେ ଜନସଚେତନତା ସୃଷ୍ଟି କରିବା ପାଇଁ ସେ ପ୍ରସ୍ତାବ ଦେଇଛନ୍ତି । ଏହି ଆଇନ ଅନ୍ୟାୟ ବିରୁଦ୍ଧ, ପୁରୁଷ ବିରୁଦ୍ଧ ନୁହେଁ ଏବଂ ଏହି ଆଇନ ହିସାବରେ ଦୋଷୀ କୁ ନିଶ୍ଚୟ ଦଣ୍ଡ ମିଳିବ ବୋଲି ସେ ଦୃଢ ମତ ରଖିଥିଲେ ।

ମହିଳା ଓ ଶିଶୁ ବିକାଶ ବିଭାଗ ଅଧିକାରୀ ଓଡ଼ିଶାରେ “କାର୍ଯ୍ୟକ୍ଷେତ୍ରରେ ଯୌନ ଉତ୍ପୀଡନ ନିରୋଧ ଆଇନ”(ପୋଶ ଆଇନ )ର ସ୍ଥିତି ବିଷୟରେ ବିଶଦ ଉପସ୍ଥାପନ କରିଥିଲେ । ଏହି ବୈଠକରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ପୋଲିସ ଆଇଜି ଏସ.ସାଇନିଙ୍କ ସହ ବିଭାଗୀୟ ନିର୍ଦ୍ଦେଶକ ସୁଶ୍ରୀ ମୋନିଷା ବାନାର୍ଜୀ ଓ ବିଭାଗର ଉଚ୍ଚପଦସ୍ଥ ଅଧିକାରୀବୃନ୍ଦ ମାନେ ଉପସ୍ଥିତ ଥିଲେ । ରାଜ୍ୟସରକାରଙ୍କ ସମସ୍ତ ବିଭାଗର ନୋଡାଲ ଅଧିକାରୀମାନେ ଏହି ବୈଠକରେ ଯୋଗ ଦେଇଥିଲେ ।

ncw ମହିଳା ଆୟୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026
Latest News

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026

ଏଆଇ ସମ୍ମିଳନୀ ବିବାଦ: ଚାରି ଯୁବ କଂଗ୍ରେସ କର୍ମୀଙ୍କ ଜାମିନ ଆବେଦନ ଖାରଜ

February 21, 2026

କାହ୍ନା ଚାରିଟେବୁଲ ଟ୍ରଷ୍ଟ ଓ ସକ୍ଷୀ ଅନୁଷ୍ଠାନ ପକ୍ଷରୁ ସାମୁହିକ ବିବାହ କାର୍ଯ୍ୟକ୍ରମ

February 21, 2026

IND vs SA ମ୍ୟାଚ୍ ପୂର୍ବରୁ ଚିନ୍ତାଜନକ ଖବର: ଅଭ୍ୟାସ ସମୟରେ ଆହତ ହେଲେ ଭାରତୀୟ ବୋଲର

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.