Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଉପରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ
ଆଜିର ଖବର

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଉପରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ

February 15, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଚଳିତ ବର୍ଷ ଜୁନ ମାସ ୨୭ ତାରିଖରେ ପୁରୀରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି। ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ବ୍ୟବସ୍ଥିତ ଭାବେ ଆୟୋଜନ କରିବା ନିମନ୍ତେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ରଥଯାତ୍ରାରେ ସମ୍ଭାବ୍ୟ ଭିଡ଼ ନିୟନ୍ତ୍ରଣ ଏବଂ ଗତ ବର୍ଷ ସମ୍ମୁଖୀନ ହୋଇଥିବା ବିଭିନ୍ନ ସମସ୍ୟାକୁ ଦୃଷ୍ଟିରେ ରଖି ଏବେ ଠାରୁ ବ୍ୟାପକ ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ କରିବା  ନିମନ୍ତେ  ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ  ନିର୍ଦ୍ଦେଶ ଦେଇଥିଲେ। ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ। ଏହି ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ। ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଦେଖିବାକୁ ଆଗମନର ସମ୍ଭାବନା ରହିଛି।

ଏହାପରେ ବିଭିନ୍ନ ପ୍ରସଙ୍ଗ ସମ୍ପର୍କରେ  ବୈଠକରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା।  ଉତ୍ତରା ଛକ ଠାରୁ ପୁରୀ ପର୍ଯ୍ୟନ୍ତ ସିସିଟିଭିର ଲଗାଇବା, ଟ୍ରାଫିକ ସମସ୍ୟାର ସୁପରିଚାଳନା, ଦଳା ଚକଟା ଭଳି ପରିସ୍ଥିତିକୁ ଏଡାଇବା ନିମନ୍ତେ ସଜାଗ ତଥା ସ୍ୱତନ୍ତ୍ର ବ୍ୟବସ୍ଥା, ଗାଡି ପାର୍କିଂ, ଅତି ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ପାଇଁ ସ୍ୱତନ୍ତ୍ର ହେଲିପ୍ୟାଡ଼, ପୋଲିସ ଫୋର୍ସଙ୍କ ରହଣି ନିମନ୍ତେ ସ୍ୱତନ୍ତ୍ର ସୁବିଧା, ଶୃଙ୍ଖଳିତ ରଥଟଣା, ବ୍ୟାରିକେଡ଼ ବ୍ୟବସ୍ଥା, ଜିଲ୍ଲା ପ୍ରଶାସନ ସହ ମିଶି ବିଭିନ୍ନ ଅସୁବିଧାର ଆଶୁ ସମାଧାନ ଏବଂ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ନିମନ୍ତେ ସ୍ୱତନ୍ତ୍ର ସୁବିଧା ଇତ୍ୟାଦି ସମ୍ପର୍କରେ ଡିଜିପି ବିସ୍ତୃତ  ଭାବେ ଆଲୋଚନା କରିଥିଲେ।

ଏହି ବୈଠକରେ ଡିଜିପି (କ୍ରାଇମବ୍ରାଞ୍ଚ) ବିନୟତୋଷ ମିଶ୍ର, ନିର୍ଦ୍ଦେଶକ (ଏସସିଆରବି) ଡ଼ଃ ସନ୍ତୋଷ ଵାଲା, ଏଡିଜିପି (ଆଧୁନିକୀକରଣ) ସୌମେନ୍ଦ୍ର ପ୍ରିୟଦର୍ଶୀ, ଏଡିଜିପି (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଏଡିଜିପି (ମୁଖ୍ୟାଳୟ) ଶ୍ରୀ ଦୟାଲ ଗଙ୍ଗୱାର, ଏଡିଜିପି (ଏସଏପି) ରାଜେଶ କୁମାର, ଆଇଜିପି (ଟ୍ରେନିଂ) ଅନୁପ କୁମାର ସାହୁ, ଡିଆଇଜିପି (ଅପରେସନ) ଅଖିଳେଶ୍ବର ସିଂ, ଡିଆଇଜିପି (କେନ୍ଦ୍ରାଞ୍ଚଳ) ଚରଣ ସିଂ ମିନା, ଡିଆଇଜିପି (ଏସଆଇଡବ୍ଲୁ) ଡଃ କନୱର ବିଶାଲ ସିଂ, ଡିସିପି (ଭୁବନେଶ୍ବର) ପିନାକ ମିଶ୍ର, ଏଆଇଜିପି (ମୁଖ୍ୟାଳୟ) ଯୁଗଳ କିଶୋର କୁମାର ବନୋଥ, ଏଆଇଜିପି (ମୁଖ୍ୟାଳୟ) ବିବେକାନନ୍ଦ ଶର୍ମା ଏବଂ ପୁରୀ ଏସପି ଭିନିତ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ।

ପୁରୀ ପ୍ରସ୍ତୁତି ବୈଠକ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଶ୍ରୀ ଜଗନ୍ନାଥ ମନ୍ଦିର ଶ୍ରୀଜୀଉଙ୍କ ରୀତିନୀତି
Share. Facebook Twitter LinkedIn Email WhatsApp Copy Link

Related Posts

କର୍ମଚାରୀ ରାଜ୍ୟ ବୀମା ନିଗମ ସ୍ପ୍ରି ୨୦୨୫ ଏବଂ ଆମ୍ନେଷ୍ଟି ୨୦୨୫ ଯୋଜନା ସମ୍ବନ୍ଧରେ ସଚେତନତା

August 6, 2025

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୩ତମ ପ୍ରତିଷ୍ଠା ଦିବସ

August 6, 2025

ଆଇଆଇଏମସି ଢେଙ୍କାନାଳ ଏବଂ ଏସଆରଏଫଟିଆଇ କୋଲକାତା ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

August 6, 2025

ଭୂମିହୀନ ଏବଂ ଗରିବ ଲୋକଙ୍କ ପାଇଁ ସମବାୟ କ୍ଷେତ୍ର ସମୃଦ୍ଧିର ମାର୍ଗ ପ୍ରଶସ୍ତ କରୁଛି: ଅମିତ ଶାହ

August 6, 2025
Latest News

କର୍ମଚାରୀ ରାଜ୍ୟ ବୀମା ନିଗମ ସ୍ପ୍ରି ୨୦୨୫ ଏବଂ ଆମ୍ନେଷ୍ଟି ୨୦୨୫ ଯୋଜନା ସମ୍ବନ୍ଧରେ ସଚେତନତା

August 6, 2025

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନର ୬୩ତମ ପ୍ରତିଷ୍ଠା ଦିବସ

August 6, 2025

ଆଇଆଇଏମସି ଢେଙ୍କାନାଳ ଏବଂ ଏସଆରଏଫଟିଆଇ କୋଲକାତା ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

August 6, 2025

ଭୂମିହୀନ ଏବଂ ଗରିବ ଲୋକଙ୍କ ପାଇଁ ସମବାୟ କ୍ଷେତ୍ର ସମୃଦ୍ଧିର ମାର୍ଗ ପ୍ରଶସ୍ତ କରୁଛି: ଅମିତ ଶାହ

August 6, 2025

ଦେଶରେ ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍ ବ୍ୟବହାର କରିବାକୁ ରାଜ୍ୟମାନଙ୍କୁ ପରାମର୍ଶ

August 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.