ଫେବୃଆରୀ ୧୭ ଏବଂ ୨୪ ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

Published: Feb 15, 2025, 8:11 pm IST

ଭୁବନେଶ୍ୱର: ଆଗାମୀ ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର  ଥିବା ହେତୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ।

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related posts