Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସରକାରଙ୍କ ଦ୍ବାରା ଅନୁଷ୍ଠିତ ହେବ ଜାତୀୟ କ୍ଷୁଦ୍ର ଚଳଚ୍ଚିତ୍ର ଫେଷ୍ଟିଭାଲ ଏବଂ ପ୍ରତିଯୋଗିତା
ଆଜିର ଖବର

ରାଜ୍ୟ ସରକାରଙ୍କ ଦ୍ବାରା ଅନୁଷ୍ଠିତ ହେବ ଜାତୀୟ କ୍ଷୁଦ୍ର ଚଳଚ୍ଚିତ୍ର ଫେଷ୍ଟିଭାଲ ଏବଂ ପ୍ରତିଯୋଗିତା

February 16, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସମ୍ବିଧାନର ଧାରା ୨୧ ଅନୁଯାୟୀ ପ୍ରତ୍ୟେକଙ୍କ ସମ୍ମାନର ସହିତ ବଂଚିବାର ଅଧିକାର ରହିଛି। ଏହି ଅନୁଯାୟୀ ଦିବ୍ୟାଙ୍ଗ ମାନଙ୍କୁ ଏଥିରୁ ବଂଚିତ କରାଯାଇ ପାରିବ ନାହିଁ। ଦିବ୍ୟାଙ୍ଗ ମାନଙ୍କ ସମସ୍ୟା ବିଷୟରେ ଆଲୋକପାତ କରି ସେମାନଙ୍କୁ ବିଭିନ୍ନ କ୍ଷେତ୍ରରେ ପ୍ରୋସାହିତ କରିବା ଏବଂ ସେମାନଙ୍କ ସମ୍ମାନ, ଅଧିକାର ଏବଂ କଲ୍ୟାଣ ପାଇଁ ସମର୍ଥନ ସଂଗ୍ରହ କରିବା ଜାତୀୟ କ୍ଷୁଦ୍ର ଚଳଚ୍ଚିତ୍ର ମାଧ୍ୟମ ହଁ ଅନ୍ୟ ଏକ ସର୍ବୋତ୍ତମ ମାଧ୍ୟମ ବୋଲି ଓଡିଶା ରାଜ୍ୟ ସରକାର ମନେକରିବା ସହିତ ସଚେତନ‌ତା ସୃଷ୍ଟି କରିପାରିବା ପାଇଁ ରାଜ୍ୟ ସରକାରଙ୍କ ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଏକ ଜାତୀୟ କ୍ଷୁଦ୍ର ଚଳଚ୍ଚିତ୍ର ଫେଷ୍ଟିଭାଲ ଏବଂ ପ୍ରତିଯୋଗିତା କରିବାକୁ ମନସ୍ଥ କରିଛନ୍ତି।

ଯାହାର ଶୀର୍ଷକ ହେଲା “ସାମର୍ଥ୍ୟ”। RR EVENTS & CINE PRODUCTION ପକ୍ଷରୁ ଏହାର ମୁଖ୍ୟ ରମେଶ ବାରିକ ଏହି କାର୍ଯ୍ୟକ୍ରମ ପରିଚାଳନା କରୁଥିବାବେଳେ କ୍ରିଏଟିଭ ମୁଖ୍ୟ ଅଛନ୍ତି ଶ୍ୟାମା ପ୍ରସାଦ ମିଶ୍ର।

ପ୍ରତିଯୋଗୀ ମାନେ ଆସନ୍ତା 17 ତାରିଖ ଠାରୁ ମାର୍ଚ୍ଚ 10 ତାରିଖ ପର୍ଯ୍ୟନ୍ତ ନିଜର କ୍ଷୁଦ୍ର ଚଳଚ୍ଚିତ୍ର ସହିତ ଆବେଦନ କରିପାରିବେ। ମାର୍ଚ୍ଚ 13 ରୁ 16 ତାରିଖ ପର୍ଯ୍ୟନ୍ତ ଜୁରୀ ମାନଙ୍କ ଦ୍ବାରା ସ୍କ୍ରିନିଂ କରାଯାଇ ବିଭିନ୍ନ ବିଭାଗର ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ଚୟନ କରାଯିବ।

ଏହି ସିନେମାର ଅବଧି ଦୁଇରୁ ପାଞ୍ଚ ମିନିଟ ପର୍ଯ୍ୟନ୍ତ ରହିବ। ମାର୍ଚ୍ଚ 19 ତାରିଖ ଦିନ ଏକ ବର୍ଣ୍ଣାଢ୍ୟ କାର୍ଯ୍ୟକ୍ରମରେ ବଲିଉଡ ଏବଂ ଓଲିଉଡ଼ ତାରକା ମାନଙ୍କ ସହିତ ପୁରସ୍କାର ବିତରଣ ଉତ୍ସବ କରାଯିବ । ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ କ୍ଷେତ୍ରରେ ବିଶେଷ ପାରଦର୍ଶିତା ପାଇଁ ବିଭିନ୍ନ କ୍ୟାଟେଗୋରିରେ 10 ଲକ୍ଷ ପର୍ଯ୍ୟନ୍ତ ପୁରସ୍କାର ଦିଆଯିବ।

ଏ ସମ୍ପର୍କରେ ୱେବ ସାଇଟ ସହିତ ବିଭିନ୍ନ ଗଣମାଧ୍ୟମରେ ପ୍ରଚାର କରାଯିବ।

15 ତାରିଖ ଦିନ ଭୁବନେଶ୍ବରର ଏକ ହୋଟେଲରେ ସାମ୍ବାଦିକ ସମ୍ମିଳନୀ ହୋଇଥିଲା।

ଏହି ସାମ୍ବାଦିକ ସମ୍ମିଳନୀରେ ସାମାଜିକ ସୁରକ୍ଷା ଓ ଭିନ୍ନ‌କ୍ଷମ ସଶକ୍ତିକରଣ ବିଭାଗ
ନିର୍ଦ୍ଦେଶିକା ଶ୍ରୀମତୀ ନିୟତୀ ପଟ୍ଟନାୟକ,ବିଭାଗୀୟ ବିତ୍ତ ଅଧିକାରୀ ଜୟଶ୍ରୀ ତ୍ରିପାଠୀ, ଅତିରିକ୍ତ ଶାସନ ସଚିବ ଶ୍ରୀ ଦୀପକ ରାଉତରାୟ, ଉପ ଶାସନ ସଚିବ ଶ୍ରୀ ସନ୍ୟାସୀ କୁମାର ବେହେରା,ଅତିରିକ୍ତ ଶାସନ ସଚିବ ସୋନିଆ ବେହେରା, ଚଳଚ୍ଚିତ୍ର ଜଗତର ସବ୍ୟସାଚୀ ମହାପାତ୍ର, ଗଦାଧର ପୁଟ୍ଟୀ, ଶ୍ରୀତମ ଦାସ, ପିଙ୍କି ପ୍ରଧାନ, ହରିହର ମହାପାତ୍ର, ଅଭିନେତ୍ରୀ ଅର୍ଚିତା ସାହୁ, RR ଇଭେଣ୍ଟ ଏବଂ ଆଉ ଆର ସିନେ ପ୍ରଡ଼କ୍ସନର MD ରମେଶ ବାରିକ,କ୍ରୀଏଟିଭ ମୁଖ୍ୟ ଶ୍ୟାମା ପ୍ରସାଦ ମିଶ୍ର, ଶାଶ୍ବତୀ ପତି,ଅମିତ ଘୋଷ,ପ୍ରଚାର ବିଭାଗ ମୁଖ୍ୟ ହର ପ୍ରସାଦ ମହାପାତ୍ର ପ୍ରମୁଖ ଯୋଗଦେଇ ଜାତୀୟ କ୍ଷୁଦ୍ର ଚଳଚ୍ଚିତ୍ରର ନିର୍ମାଣ ଓ ବୈଷୟିକ ଦିଗ ଉପରେ ଆଲୋକପାଚ କରିଥିଲେ।

ଅନ୍ୟ ମାନଙ୍କ ମଧ୍ୟରେ ଏହି ସାମ୍ବାଦିକ ସମ୍ମିଳନୀରେ ବିଭାଗୀୟ ଅଧିକାରୀ, ବିଭିନ୍ନ ଚଳଚ୍ଚିତ୍ର ପ୍ରଯୋଜକ, ନିର୍ଦ୍ଦେଶକ, ଅଭିନେତା, ଅଭିନେତ୍ରୀ ମାନଙ୍କ ସହିତ ଗଣ ମାଧ୍ୟମ ପ୍ରତିନିଧି ମାନେ ଯୋଗ ଦେଇଥିଲେ।

ଓଡିଶା ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ବିଧାନସଭା ନିର୍ବାଚନ: ଆରମ୍ଭ ହେଲା ମତଗଣନା

May 4, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚ, ସମିତିସଭ୍ୟାଙ୍କ ସମେତ ଶତାଧିକ କର୍ମକର୍ତ୍ତା

May 4, 2026

ଆଉ କିଛି ସମୟର ଅପେକ୍ଷା : ଆସିବ ନିର୍ବାଚନ ଫଳ

May 4, 2026

ଆଜି ମଇ ୪ ତାରିଖ ସୋମବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

May 4, 2026
Latest News

ବିଧାନସଭା ନିର୍ବାଚନ: ଆରମ୍ଭ ହେଲା ମତଗଣନା

May 4, 2026

ହର୍ମୁଜ ଦେଇ ଭାରତ ଆସୁଛି ରନ୍ଧନ ଗ୍ୟାସ: ମେ’ ୧୩ରେ ପହଞ୍ଚିବ ୪୬ ହଜାର ମେଟ୍ରିକ ଟନ୍‍ ଏଲ୍‍ପିଜି

May 4, 2026

ଚ଼ିଲିକା ବିଜେପିର ମିଶ୍ରଣ ପର୍ବ: ଯୋଗଦେଲେ ପୂର୍ବତନ ସରପଞ୍ଚ, ସମିତିସଭ୍ୟାଙ୍କ ସମେତ ଶତାଧିକ କର୍ମକର୍ତ୍ତା

May 4, 2026

ଆଉ କିଛି ସମୟର ଅପେକ୍ଷା : ଆସିବ ନିର୍ବାଚନ ଫଳ

May 4, 2026

ଆଜି ମଇ ୪ ତାରିଖ ସୋମବାରରେ ପାଞ୍ଚୋଟି ରାଶିର ଭାଗ୍ୟରେ ହେବ ବଡ ପରିବର୍ତ୍ତନ

May 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.