Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକସେବା ଭବନ ବିଧି ବିଭାଗ ପରିସରରେ ଇ-ଗ୍ରନ୍ଥାଳୟକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ
ଆଜିର ଖବର

ଲୋକସେବା ଭବନ ବିଧି ବିଭାଗ ପରିସରରେ ଇ-ଗ୍ରନ୍ଥାଳୟକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଲୋକସେବା ଭବନର ବିଧି ବିଭାଗ ପରିସରରେ ଇ-ଗ୍ରନ୍ଥାଳୟକୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଉଦଘାଟନ କରିଥିଲେ।

ଏହି ଗ୍ରନ୍ଥାଳୟରେ ଆଇନଗତ ଗବେଷଣା ଓ ସରକାରୀ ସ୍ଥରରେ ବିଭିନ୍ନ କାର୍ଯ୍ୟ ପାଇଁ ସହାୟକ ସର୍ବୋଚ୍ଚ ନ୍ୟାୟଳୟ, ଓଡ଼ିଶା ଉଚ୍ଚ ନ୍ୟାୟାଳୟ ତଥା ଅନ୍ୟ ଅଧସ୍ଥନ ନ୍ୟାୟଳୟର ସମସ୍ତ ଆଦେଶ ଉପଲବ୍ଧ ହେବ। ତତସହିତ ଏହି ଗ୍ରନ୍ଥାଳୟରେ ସର୍ବଶେଷ ଅଦ୍ୟତନ ଆଇନ ମାମଲା, ଦିନପଞ୍ଜି, ଉଦ୍ଧୃତି, ବ୍ୟବସାୟ ନୀତି,ଅନ୍ତର୍ଜାତୀୟ ତଥ୍ୟ, ଇ-ପୁସ୍ତକ, କମିଟି ରିପୋର୍ଟ୍, ଇସ୍ତାହାର ଏବଂ ଅଧ୍ୟାଦେଶ ଆଦି ଅତ୍ୟନ୍ତ ସୁବୋଧ ଓ ସୁଗମ୍ୟ ଭାବେ ଉପଲବ୍ଧ ହେବ।

ଏହି ଅବସରରେ ସମସ୍ତ ସରକାରୀ ବିଭାଗ ମାନଙ୍କୁ ମନୁପାତ୍ର ଅନଲାଇନ ଡାଟାବେସ୍, Orissa Law Times, ଇ-ଗ୍ରନ୍ଥାଳୟ ଓ LMS ରେ ସୁଗମ ପ୍ରବେଶ ପାଇଁ ସୁବିଧା ଯୋଗାଇ ଦିଆଯିବ ଯାହା ସର୍ବସାଧାରଣଙ୍କୁ ତ୍ଵରିତ ନ୍ୟାୟ ଦେବା ପାଇଁ ସହାୟକ ହେବ। ଏହା ଆଇନ ବିଭଗ ଦ୍ଵାରା ଏକ ଅତ୍ୟନ୍ତ ଯୁଗାନ୍ତକାରୀ ଏବଂ ସ୍ଵାଗତଯୋଗ୍ୟ ପଦକ୍ଷେପ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ମାନସ ରଞ୍ଜନ ବାରିକ, ବିଧି ଚେତକ ତଥା ସ୍ଵତନ୍ତ୍ର ଶାସନ ସଚିବ ପ୍ରଣବ କୁମାର ପାତ୍ର, ଦ୍ଵିତୀୟ ଅତିରିକ୍ତ ବିଧି ଚେତକ ତଥା ଅତିରିକ୍ତ ଶାସନ ସଚିବ ବିଭୁ ପ୍ରସାଦ ପଣ୍ଡା, ଆଇନ୍ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.