Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସହରାଞ୍ଚଳ ଜାତୀୟ ଭୂ ସ୍ଥାନିକ ସର୍ବେକ୍ଷଣ ନକ୍ସାର ଶୁଭାରମ୍ଭ: ଖୋର୍ଦ୍ଧାରେ ଉଦଘାଟନ କଲେ ରାଜସ୍ୱ ମନ୍ତ୍ରୀ
ଆଜିର ଖବର

ସହରାଞ୍ଚଳ ଜାତୀୟ ଭୂ ସ୍ଥାନିକ ସର୍ବେକ୍ଷଣ ନକ୍ସାର ଶୁଭାରମ୍ଭ: ଖୋର୍ଦ୍ଧାରେ ଉଦଘାଟନ କଲେ ରାଜସ୍ୱ ମନ୍ତ୍ରୀ

February 18, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଭାରତୀୟ ସର୍ବେକ୍ଷଣ ସଂସ୍ଥା ସର୍ଭେ ଅଫ ଇଣ୍ଡିଆ ଆନୁକୁଲ୍ୟରେ ଆଜି ଠାରୁ ସହରାଞ୍ଚଳ ଜାତୀୟ ଭୂ ସ୍ଥାନିକ ସର୍ବେକ୍ଷଣ ନକ୍ସା ଶୁଭାରମ୍ଭ ହୋଇଛି। ଦେଶର ୧୫୨ଟି ସହର ଏଥିରେ ସ୍ଥାନ ପାଇଥିବା ବେଳେ ଓଡ଼ିଶାର ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ସ୍ଥାନ ପାଇଛି। ମଧ୍ୟପ୍ରଦେଶରୁ କେନ୍ଦ୍ର କୃଷି ଓ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଏହାର ଉଦଘାଟନ କରିଥିବା ବେଳେ ଖୋର୍ଦ୍ଧା ଜୟୀ ରାଜଗୁରୁ ଭବନ ଠାରେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ ଉଦଘାଟନ କରିଛନ୍ତି।

ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, ପୌରାଧ୍ୟକ୍ଷା କନକଲକ୍ଷ୍ମୀ ମହାନ୍ତି, ରାଜ୍ୟ ଜମି ରେକର୍ଡ ନିଦ୍ଦେର୍ଶକ ବିଜୟ କୁମାର ଖଣ୍ଡାୟତରାୟ, କେନ୍ଦ୍ର ସର୍ଭେ ଅଫ ଇଣ୍ଡିଆର ନିର୍ଦ୍ଦେଶକ ଆଶିଷ କୌଶଳ, ଅତିରିକ୍ତ ଜିଲ୍ଲାପାଳ ସାଫଲ୍ଯ ମଣ୍ଡିତ ପ୍ରଧାନ ପ୍ରମୁଖ ମଞ୍ଚାସିନ ଥିଲେ। ଖୋର୍ଦ୍ଧା ଭାରପ୍ରାପ୍ତ ତହସିଲଦାର ନିବେଦିତା ପରିଡା ସଂଯୋଜନା କରିଥିଲେ। ଜନ ପ୍ରତିନିଧି, ବୁଦ୍ଧିଜିବୀ, ଶିକ୍ଷାବିତ ଉପସ୍ଥିତ ଥିଲେ।

ଅତ୍ୟାଧୁନିକ ଜ୍ଞାନ କୌଶଳ ଯଥା ସାଟେଲାଇଟ ମାଧ୍ୟମରେ ଛବି ଉତ୍ତୋଳନ, ଡ୍ରୋନ୍ ସର୍ଭେ, GIS (ଭୂସ୍ଥାନିକ ସର୍ବେକ୍ଷଣ) ଆଧାରରେ ସହରାଞ୍ଚଳର ଭୂମି ରେକର୍ଡକୁ ଆଧୁନିକୀକରଣ କରିବା ନିମନ୍ତେ ଏହା ଭାରତ ସରକାରଙ୍କର ଏକ ଅଭିନବ ପ୍ରୟାସ

ଏହାଦ୍ବାରା ସହରାଞ୍ଚଳର ଭୂମି ସମ୍ବନ୍ଧିତ ରେକର୍ଡକୁ ସଠିକ ଭାବେ ଡିଜିଟାଲ ପୋର୍ଟାଲରେ ଉପଲବ୍ଧ କରାଯାଇପାରିବ ଏବଂ ନିୟମିତ ଭାବେ ଅପଡେଟ୍ ମଧ୍ୟ କରାଯାଇପାରିବ।

ଏହି ସର୍ବେକ୍ଷଣ ଜମିଜମା ସମ୍ବନ୍ଧିତ ବିବାଦକୁ ସହଜରେ ଦୂର କରିବା ସହ ସହରାଞ୍ଚଳର ଜମି ର ସଠିକ ମୂଲ୍ୟ ଆକଳନ ତଥା ସଠିକ ଭାବରେ ଭୂମି କର ଆଦାୟ କରିବାରେ ସହାୟକ ହେବ।

ଏହି ସର୍ବେକ୍ଷଣ ଦ୍ବାରା ସହରାଞ୍ଚଳର ସ୍ବଳ୍ପ ଜମି ର ସନ୍ତୁଳିତ ଉପଯୋଗ, ନିୟମାବଳୀ କୁ ସଠିକ ଭାବେ ଲାଗୁ କରିବା, ସ୍ଥାବର ସମ୍ପଭି ସମ୍ବନ୍ଧିତ ସେବା ପ୍ରଦାନ କରିବା , ପରିବହନ ତଥା ଅନ୍ୟାନ୍ୟ ଆପଦକାଳୀନ ସେବାକୁ ସୁଦୃଢ କରିବା ସହ ସହରାଞ୍ଚଳର ନିରନ୍ତର ବିକାଶ କୁ ସୁନିଶ୍ଚିତ କରାଯାଇପାରିବ।

ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026
Latest News

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର: ଗିରିଜା ବଳିୟାରସିଂହ ମନୋନିତ

March 17, 2026

ଆଜି ୧୭ ତାରିଖ ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିମାନେ ସବୁକ୍ଷେତ୍ରରେ ହେବେ ସଫଳତା, ଜାଣନ୍ତୁ ରାଶିଫଳ

March 17, 2026

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.