Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ – ୨୦୨୫ ର ଶୁଭାରମ୍ଭ
ଆଜିର ଖବର

୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ – ୨୦୨୫ ର ଶୁଭାରମ୍ଭ

February 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: ଆଜି କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ ୭୩ ତମ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ – ୨୦୨୫ ଶୁଭାରମ୍ଭ ହୋଇ ଯାଇଛି। ଆର. ପି. କୋଚେ, ଆଇପିଏସ, ନିର୍ଦ୍ଦେଶକ, ଗୁଇନ୍ଦା, ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହାର ଶୁଭାରମ୍ଭ କରିଥିଲେ।

ଖେଳ ପରସ୍ପର ମଧ୍ୟରେ ଏକ ବନ୍ଧୁତ୍ଵପୂର୍ଣ୍ଣ ଭାବନା ସୃଷ୍ଟି କରିଥାଏ। ଏଭଳି ଚାମ୍ପିୟନସିପ ପୋଲିସ ଅଧିକାରୀ/ କର୍ମଚାରୀଙ୍କ ଆତ୍ମବିଶ୍ଵାସ ବୃଦ୍ଧି, ଅନୁଶାସନ ତଥା କର୍ତ୍ତବ୍ୟ ପ୍ରତି ଉତ୍ସର୍ଗୀକୃତ ମନୋଭାବ ବୃଦ୍ଧି ପାଇଥାଏ ବୋଲି ଗୁଇନ୍ଦା ନିର୍ଦ୍ଦେଶକକ ଶ୍ରୀ କୋଚେ ମତବ୍ୟକ୍ତ କରିଥିଲେ। ରାଜ୍ୟ, ଜିଲ୍ଲା, ରେଞ୍ଜ ସ୍ତରର ଖେଳାଳିମାନେ ଏହି ଟୁର୍ନାମେଣ୍ଟରେ ସାମିଲ ହୋଇଥିବାରୁ ପରସ୍ପର ମଧ୍ୟରେ ଉତ୍ତମ ସମ୍ମନ୍ଵୟ ସୃଷ୍ଟିହେବ ବୋଲି ମଧ୍ୟ ସେ ମତବ୍ୟକ୍ତ କରିଥିଲେ।

ଏହି ଅବସରରେ ଚାମ୍ପିୟନସିପ ଆୟୋଜନ ଓ ପରିଚାଳନା ନିମନ୍ତେ ସେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ।

ଏହି ଚମ୍ପିୟାନସିପରେ ସାରା ରାଜ୍ୟର ବିଭିନ୍ନ ରେଞ୍ଜ ଏବଂ ବାଟାଲିୟନରୁ ୪୧ ଟି ପୋଲିସ ଟିମ ଅଂଶ ଗ୍ରହଣ କରିଥିବା ବେଳେ ସମୁଦାୟ ୭୯୭ ଜଣ ଖେଳାଳି ସାମିଲ ହୋଇଛନ୍ତି। ୬୬୫ ଜଣ ପୁରୁଷ ଓ ୧୩୨ ଜଣ ମହିଳା ଏହି ଚାମ୍ପିୟନସିପରେ ସାମିଲ ହୋଇଛନ୍ତି। ଏହି ପ୍ରତିଯୋଗିତା ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଚାଲିବ।

ଡିଆଇଜି( କେନ୍ଦ୍ରାଞ୍ଚଳ) ଚରଣ ସିଂ ମୀନା ଏବଂ କଟକ ଡିସିପି ଜଗମୋହନ ମୀନା, ଷଷ୍ଠ ବାଟାଲିୟନ କମାଣ୍ଡାଣ୍ଟ ଶ୍ରୀ ସୂର୍ଯ୍ୟନାରାୟଣ ମଲ୍ଲିକ ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ଆଇଜି( କାର୍ମିକ) ଏସ. ପ୍ରବୀଣ କୁମାର, ଏଆଇଜି ( ମୁଖ୍ୟାଳୟ) ସୁରେଶ କୁମାର ନାଏକଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

କଟକ ରାଜ୍ୟ ପୋଲିସ ଆଥଲେଟିକ ଚାମ୍ପିୟନସିପ୍ ରିଜର୍ଭ ପୋଲିସ ଗ୍ରାଉଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ପ୍ରଥମ ବାଳିକା ଭାବରେ ଏନଡିଏରେ ସ୍ଥାନ ପାଇଲେ ଶ୍ରାବଣୀ: ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ

July 29, 2025

ପଞ୍ଚମ ଟେଷ୍ଟରେ ୩ ଟି ବଡ଼ ପରିବର୍ତ୍ତନ କରିପାରେ ଟିମ୍ ଇଣ୍ଡିଆ, ଜାଣନ୍ତୁ କାହାକୁ ମିଳିବ ସୁଯୋଗ

July 29, 2025

ମହଙ୍ଗା ହେଲା ଦେଶର ନମ୍ବର-୧ ଇଲେକ୍ଟ୍ରିକ୍ କାର, ଏବେ MG Windsor EV ପାଇଁ ଦେବାକୁ ପଡିବ ଏତେ ଟଙ୍କା

July 29, 2025

ଶଶି ଥରୁରଙ୍କ ପରେ ମନୀଷ ତିୱାରୀଙ୍କୁ ଅଣଦେଖା କଲା କଂଗ୍ରେସ: ନିଜ ଦଳକୁ ଟାର୍ଗେଟ କଲେ ଚଣ୍ଡିଗଡ଼ ସାଂସଦ

July 29, 2025
Latest News

ଓଡ଼ିଶାର ପ୍ରଥମ ବାଳିକା ଭାବରେ ଏନଡିଏରେ ସ୍ଥାନ ପାଇଲେ ଶ୍ରାବଣୀ: ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ

July 29, 2025

ପଞ୍ଚମ ଟେଷ୍ଟରେ ୩ ଟି ବଡ଼ ପରିବର୍ତ୍ତନ କରିପାରେ ଟିମ୍ ଇଣ୍ଡିଆ, ଜାଣନ୍ତୁ କାହାକୁ ମିଳିବ ସୁଯୋଗ

July 29, 2025

ମହଙ୍ଗା ହେଲା ଦେଶର ନମ୍ବର-୧ ଇଲେକ୍ଟ୍ରିକ୍ କାର, ଏବେ MG Windsor EV ପାଇଁ ଦେବାକୁ ପଡିବ ଏତେ ଟଙ୍କା

July 29, 2025

ଶଶି ଥରୁରଙ୍କ ପରେ ମନୀଷ ତିୱାରୀଙ୍କୁ ଅଣଦେଖା କଲା କଂଗ୍ରେସ: ନିଜ ଦଳକୁ ଟାର୍ଗେଟ କଲେ ଚଣ୍ଡିଗଡ଼ ସାଂସଦ

July 29, 2025

ବ୍ରହ୍ମପୁର ସହରରେ ଯକୃତ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର: ଘରୋଇ ଉପଚାର କହିଲେ ଡାକ୍ତର

July 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.