Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ବିଶ୍ୱବିଦ୍ୟାଳୟର ୧୦୧ତମ ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଦିଲ୍ଲୀ ବିଶ୍ୱବିଦ୍ୟାଳୟର ୧୦୧ତମ ସମାବର୍ତ୍ତନ ସମାରୋହରେ କେନ୍ଦ୍ରମନ୍ତ୍ରୀ

February 22, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଦିଲ୍ଲୀ ବିଶ୍ୱବିଦ୍ୟାଳୟ ହେଉଛି ଦେଶର ଅମୂଲ୍ୟ ଐତିହ୍ୟ। ଜ୍ଞାନ, ବିଜ୍ଞାନ ଏବଂ ବିଚାରର ପ୍ରୟୋଗଶାଳା। ଆଗାମୀ ଦିନରେ ଏହା ବିଶ୍ୱର ଜ୍ଞାନ ପେଣ୍ଠସ୍ଥଳୀ ହେବାର ଯଥେଷ୍ଟ ସମ୍ଭାବନା କରୁଛି ବୋଲି ଶନିବାର ଦିଲ୍ଲୀ ବିଶ୍ୱବିଦ୍ୟାଳୟର ୧୦୧ତମ ସମାବର୍ତ୍ତନ ସମାରୋହରେ ଯୋଗଦେଇ କହଛନ୍ତି  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ କହିଛନ୍ତି ବିଗତ ଦିନରେ ଦିଲ୍ଲୀ ବିଶ୍ଵବିଦ୍ୟାଳୟ ସାମାଜିକ, ରାଜନୈତିକ ଓ ଅର୍ଥନୈତିକ କ୍ଷେତ୍ରରେ ରାଷ୍ଟ୍ରର ନେତୃତ୍ଵ ନେଇଛି । ଭାରତର ପ୍ରତ୍ୟେକ କୋଣ ଅନୁକୋଣରୁ ଛାତ୍ରଛାତ୍ରୀ ଓ ପ୍ରାଧ୍ୟାପକମାନେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ପ୍ରତିନିଧିତ୍ଵ କରୁଛନ୍ତି । ଏହା କେବଳ ଏକ ବିଶ୍ୱବିଦ୍ୟାଳୟ ନୁହେଁ, ବରଂ ଏକ କ୍ଷୁଦ୍ର ଭାରତ । ୧୦୧ ବର୍ଷରେ ଉପନୀତ ହୋଇଥିବା ଦିଲ୍ଲୀ ବିଶ୍ୱବିଦ୍ୟାଳୟ ବିଗତ ବର୍ଷରେ ଆୟୋଜିତ ସମାବର୍ତ୍ତନ ସମାରୋହରେ ପୂର୍ବତନ ରାଷ୍ଟ୍ରପତି ପୂର୍ବତନ ରାଷ୍ଟ୍ରପତି ଡା. ସର୍ବପଲ୍ଲୀ ରାଧାକୃଷ୍ଣନ, ଡ଼. ଏପିଜେ ଅବଦୁଲ କଲାମ, ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ରାଷ୍ଟ୍ରପତି  ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇଛନ୍ତି । ସେହି ବିଶ୍ୱବିଦ୍ୟାଳୟରେ ଅତିଥି ଭାବେ ଯୋଗଦେବା ମୋ ପାଇଁ ଗର୍ବର ବିଷୟ ।

୧୯୭୪-୭୫ ମସିହାରେ ଦ୍ଵିତୀୟ ଥର ପାଇଁ ଭାରତର ସମ୍ବିଧାନକୁ ବଦଳା ଗଲା ଏବଂ ବ୍ୟକ୍ତିର କହିବାର ଅଧିକାରକୁ ଛଡେଇ ନିଆଗଲା । ଏହା ବିରୋଧରେ ଯଦି କେବି ସର୍ବ ପ୍ରଥମେ ସ୍ଵର ଉତ୍ତୋଳନ କରିଥିଲା ସେ ହେଉଛି ଦିଲ୍ଲୀ ବିଶ୍ୱବିଦ୍ୟାଳୟ, ଯାହାର ନେତୃତ୍ଵ ତତ୍କାଳୀନ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ସଭାପତି ଅରୁଣ ଜେଟଲି ନେଇଥିଲେ । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଆହୁରି କହିଛନ୍ତି ଯେ ଆମେ ମୂଳ ବିଷୟ ସହ ଯୋଡ଼ି ହୋଇ ହିମାଳୟ ଭଳି ଦୃଷ୍ଟିକୋଣ ସହିତ ଭବିଷ୍ୟତକୁ ଦେଖିବା ଉଚିତ । ତେବେ ଯାଇ ଆମେ ବିଶ୍ୱକୁ ସମାଧାନ ପ୍ରଦାନ କରିବାରେ ସମର୍ଥ ହୋଇପାରିବୁ । ଭାରତ ଏପରି ଏକ ରାଷ୍ଟ୍ର ଯିଏ କେବେ ବି କେବଳ ନିଜ ବିଷୟରେ ଚିନ୍ତା କରିନାହିଁ, ବରଂ ସର୍ବଦା ବିଶ୍ୱ କଲ୍ୟାଣ ଭାବନା ସହିତ ଆଗକୁ ବଢ଼ିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତକୁ ଏକ ‘ବିକଶିତ ଭାରତ’ରେ ପରିଣତ କରିବା ପାଇଁ ଜାତୀୟ ଶିକ୍ଷା ନୀତିର ପରିକଳ୍ପନା କରିଛନ୍ତି ଏବଂ ଏହାର କାର୍ଯ୍ୟକାରିତାରେ ନେତୃତ୍ୱ ନେଉଛି ଦଲ୍ଲୀ ବିଶ୍ୱବିଦ୍ୟାଳୟ । ଭାରତ ୨୦୪୭ ସୁଦ୍ଧା ‘ବିକଶିତ ଭାରତ’ର ଲକ୍ଷ୍ୟ ହାସଲ କରିବାକୁ ଚାହୁଁଛି । ତେବେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ନେତୃତ୍ୱରେ ସାରା ଦେଶରେ ଜାତୀୟ ଶିକ୍ଷା ନୀତିର ସଫଳ ରୂପାୟନ ଦ୍ୱାରା ସମ୍ଭବ ହେବ ବୋଲି ସେ ସେ କହିଛନ୍ତି ।

ଏହି ସମାରୋହରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଯୋଗେଶ ସିଂହ ଯୋଗଦେଇଥିଲେ ।

ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026
Latest News

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.