Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ -୨୦୨୫ ଅନୁଷ୍ଠିତ
ଆଜିର ଖବର

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ -୨୦୨୫ ଅନୁଷ୍ଠିତ

February 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ବୁଦ୍ଧ ମନ୍ଦିର ସଭାଗୃହରେ ଉତ୍କଳୀୟମ ଫାଉଣ୍ଡେସନ ଟ୍ରଷ୍ଟ, ଭୁବନେଶ୍ୱର, ଓଡିଶା ପକ୍ଷରୁ ରାଜ୍ୟ ସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ -୨୦୨୫ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଭୁବନେଶ୍ୱର ମଧ୍ୟମର ବିଧାୟକ ଅନନ୍ତ ନାରାୟଣ ଜେନା, ଉଦଘାଟକ ଭାବେ ଛତିଶଗଡ଼ର କଳିଙ୍ଗ ବିଶ୍ୱବିଦ୍ୟାଳୟର ମୁଖ୍ୟ ପ୍ରତିଷ୍ଠାତା ବଦ୍ରୀନାଥ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ଦୂରଦର୍ଶୀ ଖବର କାଗଜର ମୁଖ୍ୟ ସଂପାଦକ ଦୁର୍ଗା ପ୍ରସାଦ ସାମନ୍ତରାୟ, ସମ୍ମାନୀତ ବକ୍ତା ଭାବେ ଖୋର୍ଦ୍ଧା ଜିଲ୍ଲା ଜାତୀୟ ସେବା ଯୋଜନାର ପ୍ରମୁଖ ସଂଯୋଜକ ଡ଼.ରଘୁନାଥ ମଣ୍ଡଳ, ସମ୍ମାନିତ ଅତିଥି ଭାବେ ଯୁବନେତା ତ୍ରିନାଥ ବିଶ୍ୱାଳ, ନାରୀନେତ୍ରୀ ସ୍ମିତା ସିଂହ, କଣ୍ଟାବାଡ ବ୍ଲକର ପୂର୍ବତନ ଅଧ୍ୟକ୍ଷା ସ୍ମିତା ସ୍ୱାଇଁ ଓ ଉତ୍କଳୀୟମ ଫାଉଣ୍ଡେସନର ରାଜ୍ୟ ସଂଗଠନ ସମ୍ପାଦକ ଜିତେନ୍ଦ୍ର ସାହୁ ପ୍ରମୁଖ ଯୋଗ ଦେଇଥିଲେ।

ଅତିଥିମାନଙ୍କୁ ଚନ୍ଦନ, ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ମାନିତ କରାଯାଇଥିଲା। ଏହି ସଭାକାର୍ଯ୍ୟକୁ ଉତ୍କଳୀୟମ ଫାଉଣ୍ଡେସନର ଅଧ୍ୟକ୍ଷ ତଥା ଆଇନୀଜୀବୀ ରାଜିବ ଲୋଚନ ପ୍ରଧାନ ସଭାକାର୍ଯ୍ୟକୁ ପରିଚାଳନା କରିଥିଲେ। ଓଡିଶାରେ ବିକାଶରେ ବୁଦ୍ଧିଜୀବି ସମାଜର ଭୂମିକା ସମ୍ପର୍କରେ ବିଷୟରେ ଖୋର୍ଦ୍ଧା ଜିଲ୍ଲା ଜାତୀୟ ସେବା ଯୋଜନାର ପ୍ରମୁଖ ସଂଯୋଜକ ଡ଼.ରଘୁନାଥ ମଣ୍ଡଳ ବିସ୍ତୃତ ଭାବେ ଆଲୋଚନା କରିଥିଲେ।

ଏହି ଉତ୍କଳୀୟମ ଫାଉଣ୍ଡେସନ କେବଳ ଓଡିଶା ନୁହେଁ ଓଡିଶା ବାହାରେ ଏକ ଟ୍ରଷ୍ଟ ଭାବେ କାର୍ଯ୍ୟ କରି ଆସୁଅଛି। ଏହି ଫାଉଣ୍ଡେସନ ବର୍ତମାନ ସୁଧା ୧୧ ଟି ରାଜ୍ୟରେ କାର୍ଯ୍ୟ କରି ଆସୁଅଛି।

ଆଜିର କାର୍ଯ୍ୟକ୍ରମ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରିଥିଲା। ୨୦୧୪ ମସିହାରୁ ଉତ୍କଳୀୟମ ଫାଉଣ୍ଡେସନ ପକୃତି, ସଂସ୍କୃତି ଓ ମାନବିକ ଅଧିକାର ସୁରକ୍ଷା କ୍ଷେତ୍ରରେ ସମଗ୍ର ଭାରତ ବର୍ଷରେ କାର୍ଯ୍ୟ କରିଆସୁଅଛି। ଏବେ ଏହି ସଂଗଠନ ଭୁବନେଶ୍ୱରରେ କେବଳ ଓଡିଶାରେ ସୀମିତ ହୋଇ ନାହିଁ, ତାହା ଦେଶ ଓ ରାଜ୍ୟ ରାଜ୍ୟ ମଧ୍ୟରେ ପ୍ରସିଦ୍ଧି ଲାଭ କରିଛି ବୋଲି ମୁଖ୍ୟ ଅତିଥି ଅନନ୍ତ ନାରାୟଣ ଜେନା ମତ ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ରଣପୁର ନନ୍ଦପୁର କେଳା କେଳୁଣୀ କଳାର ନିଖୁଣ ଅଭିନୟ ଅଜୟ ଦାସ ଓ ତାଙ୍କ ଟିମ କିଛି ସମୟ ପର୍ଯ୍ୟନ୍ତ ଆକର୍ଷଣୀୟ ତଥା ଚମତ୍କାର ଭାବେ କଳା ପ୍ରଦର୍ଶନ କରିଥିଲେ। ଏଥିରେ ବିଭିନ୍ନ ବୁଦ୍ଧିଜୀବି , ସାମାଜିକ କର୍ମୀ, ସାମ୍ବାଦିକ, ପୋଲିସ, ସରପଞ୍ଚ, କୁନି ନୃତ୍ୟ ଶିଳ୍ପୀ, ଶିକ୍ଷକ, କବି କବୟିତ୍ରୀଙ୍କୁ ମାନପତ୍ର ଓ ଉପଢୌକନ ଦିଆ ଯାଇ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଓଡିଶାର ଅଞ୍ଚଳର କୋଣ ଅନୁକୋଣରୁ ବିଭିନ୍ନ ବ୍ୟକ୍ତି ଯୋଗ ଦେଇଥିଲେ।

ବୁଦ୍ଧ ମନ୍ଦିର ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026
Latest News

ଶାମି ଏବଂ ସିରାଜଙ୍କ ସମର୍ଥନରେ ଆସିଲେ ଏହି ଅଭିଜ୍ଞ କ୍ରିକେଟର: ଗମ୍ଭୀର କଲେ ସମାଲୋଚନା

July 21, 2026

୬୬ତମ ଓଡ଼ିଶା ରାଜ୍ୟ ଜୁନିୟର ଓ ସବ୍-ଜୁନିୟର ସନ୍ତରଣ ପ୍ରତିଯୋଗିତା ଆରମ୍ଭ

July 21, 2026

ସଂସ୍କୃତ ଓ ଅର୍ଥଶାସ୍ତ୍ର ବିଷୟର ୧୨୦ ନବନିଯୁକ୍ତ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଇଁ ଦିଗଦର୍ଶନ କର୍ମଶାଳା

July 21, 2026

କ୍ୟାଚ୍‌ ଦ ରେନ୍‌ ଅଭିଯାନ ଅଧୀନରେ ୭୫ଟି ଅମୃତ ସାମ୍‌ ସହର ସହିତ ଜାତୀୟ ମତବିନିମୟ କାର୍ଯ୍ୟକ୍ରମ

July 21, 2026

ତୁରନ୍ତ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କର ସମସ୍ୟା ସମାଧାନ କରନ୍ତୁ: ସମନ୍ୱୟ ସମିତି

July 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.