Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅନୁଗୋଳ ବଅଁରପାଳରେ ୨ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ
ଆଜିର ଖବର

ଅନୁଗୋଳ ବଅଁରପାଳରେ ୨ କୋଟି ମୂଲ୍ୟର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ

February 23, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବଅଁରପାଳ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଅନୁଗୋଳ ବଅଁରପାଳ ଠାରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିବା ଅବସରରେ ଜିଲ୍ଲା ପ୍ରଶାସନ ସହଯୋଗରେ ସ୍ଥାନୀୟ ଅଞ୍ଚଳର ଆବଶ୍ୟକତା ଅନୁଯାୟୀ ଶିକ୍ଷା, ସ୍ୱାସ୍ଥ୍ୟ ଓ ରୋଜଗାରକୁ ଗୁରୁତ୍ୱ ଦେବା ସହ କାର୍ଯ୍ୟକୁ ବ୍ୟାପକ କରାଇବା ପାଇଁ ସହଯୋଗୀ ହେବାକୁ ଟାଟା ଷ୍ଟିଲ ଫାଉଣ୍ଡେସନକୁ ପରାମର୍ଶ ଦେଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ୧ କୋଟି ୨୫ ଲକ୍ଷ ଟଙ୍କା ବ୍ୟୟରେ ବଅଁରପାଳ ଛକର ସୌନ୍ଦର୍ଯ୍ୟକରଣ ଏବଂ ଆଲୋକୀକରଣ ପାଇଁ ସମନ୍ୱିତ ବିକାଶ ପ୍ରକଳ୍ପ ଓ ୫୦ ଲକ୍ଷ ଟଙ୍କା ବ୍ୟୟରେ ‘ଅମୃତ ସରୋବର’ ପ୍ରକଳ୍ପ ଅଧୀନରେ ଗୋତମରା ପୋଖରୀର ନବୀକରଣ ପାଇଁ ଶିଳାନ୍ୟାସ କରିଛନ୍ତି । ସେହିପରି ସ୍ଥାନୀୟ ପିଏସଏସଜେ ଜୁନିୟର ମହାବିଦ୍ୟାଳୟ ଠାରେ ଟାଟା ଷ୍ଟିଲ ଫାଉଣ୍ଡେସନର ବାର୍ଷିକ ଉତ୍ସବ ‘ଅରୁଣିମା- ୨୦୨୫’ ରେ ଯୋଗଦେବା ସହ ୨୫ ଲକ୍ଷ ଟଙ୍କା ବ୍ୟୟରେ ଏହି କଲେଜର ଲ୍ୟାବ୍ ଓ ଖେଳପଡ଼ିଆ ନିର୍ମାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ କେନ୍ଦ୍ରମନ୍ତ୍ରୀ। ଏହାସହ ବଅଁରପାଳ ଅଞ୍ଚଳରେ ଶିକ୍ଷାର ବିକାଶ ପାଇଁ ସପ୍ତମ ବା ତଦୁର୍ଦ୍ଧ ଶ୍ରେଣୀରେ ପଢୁଥିବା ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ପିଲାମାନଙ୍କୁ “ଜ୍ୟୋତି ଛାତ୍ରବୃତ୍ତି” ପ୍ରଦାନ କରିଥିଲେ।

ଜିଲ୍ଲା ପ୍ରଶାସନ ସହଯୋଗରେ ଟଟା ଷ୍ଟିଲ୍ ଫାଉଣ୍ଡେସନର ଏହି ସାଧୁ ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହ ଶ୍ରୀ ପ୍ରଧାନ କହିଛନ୍ତି ଯେ ଅନୁଗୋଳ ଓ ତାଳଚେରର ମୁଖଶାଳା ହେଉଛି ବଅଁରପାଳ। ବଅଁରପାଳ ବ୍ଲକର ଗୋତମରା ଗାଁ ଏକ ଐତିହାସିକ ଗ୍ରାମ। ଏହି ଗ୍ରାମରେ ବିଶିଷ୍ଟ ରାଜନୀତିଜ୍ଞ ସ୍ୱର୍ଗତ ଅଦ୍ୱୈତ ପ୍ରସାଦ ସିଂହ ଜନ୍ମଗ୍ରହଣ କରିଥିଲେ। ଆଜି ଶୁଭାରମ୍ଭ ହୋଇଥିବା ପାଖାପାଖି ୨ କୋଟି ମୂଲ୍ୟର ପ୍ରକଳ୍ପ ଗୁଡ଼ିକ ବଅଁରପାଳକୁ ଏକ ନୂଆ ପରିଚୟ ଦେବ। ଏହି ଗ୍ରାମର ସୌନ୍ଦର୍ଯ୍ୟକରଣ ସହ ଜନସାଧାରଣଙ୍କ ଯାତାୟତ ସୁବିଧା ପାଇଁ ଆମେ ବଦ୍ଧପରିକର। ଗୋତମରା ପୋଖରୀ ନିକଟରେ ସ୍ୱର୍ଗତ ଅଦ୍ୱୈତ ପ୍ରସାଦ ସିଂହଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ ନେଇ ଶ୍ରୀ ପ୍ରଧାନ ପ୍ରସ୍ତାବ ଦେଇଥିଲେ।

ସେହିପରି ପିଏସଏସଜେ କଲେଜରେ ଶିଳାନ୍ୟାସ ହୋଇଥିବା ପରୀକ୍ଷାଗାର ଓ ଖେଳ ପଡ଼ିଆ ଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହେବେ। ବଅଁରପାଳରେ ଖେଳର ପରମ୍ପରା ରହିଛି। ଧୀରେ ଧୀରେ ଖେଳ ପ୍ରତି ପିଲାମାନଙ୍କ ଆଗ୍ରହ ବଢୁଛି। ଏହି ଅଞ୍ଚଳରେ ଆଗାମୀ ଦିନରେ ଖେଳର ବିକାଶ ହେବ। ଜିଲ୍ଲା ପ୍ରଶାସନ ଓ ଟାଟା ଷ୍ଟିଲ ଫାଉଣ୍ଡେସନ ସହଯୋଗରେ ଅନୁଗୋଳ ଜିଲ୍ଲାକୁ ଏକ ଆଧୁନିକ ଜିଲ୍ଲା ଭାବେ ଗଢ଼ିବା ପାଇଁ ସାମୂହିକ ଦାୟିତ୍ୱ ନେବା ପାଇଁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି।

ଏହି ଗସ୍ତକାଳରେ କେନ୍ଦ୍ରମନ୍ତ୍ରୀ ବଅଁରପାଳ ବ୍ଲକ ତଳମୂଳ ସ୍ଥିତ ଦୁର୍ଗା ମାଧବ ମନ୍ଦିର ଓ ଶନିଶ୍ଚର ମନ୍ଦିରରେ ଦର୍ଶନ କରିଥିଲେ।

ଅନୁଗୋଳ ଧର୍ମେନ୍ଦ୍ର ପ୍ରଧାନ ବଅଁରପାଳ ଶିଳାନ୍ୟାସ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.