Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ଟୀକା ଭଣ୍ଡାର ଦେଶର ପ୍ରଥମ ଟୀକା ଭଣ୍ଡାର ଭାବେ ପାଇଲା ଆଇଏସ୍‌ଓ ସାର୍ଟିଫିକେଟ୍‌
ଆଜିର ଖବର

ରାଜ୍ୟ ଟୀକା ଭଣ୍ଡାର ଦେଶର ପ୍ରଥମ ଟୀକା ଭଣ୍ଡାର ଭାବେ ପାଇଲା ଆଇଏସ୍‌ଓ ସାର୍ଟିଫିକେଟ୍‌

February 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
VaccineStore
ରାଜ୍ୟ ଟୀକା ଭଣ୍ଡାର ଦେଶର ପ୍ରଥମ ଟୀକା ଭଣ୍ଡାର ଭାବେ ପାଇଲା ଆଇଏସ୍‌ଓ ସାର୍ଟିଫିକେଟ୍‌

ଭୁବନେଶ୍ୱର: ସାର୍ବଜନୀନ ଟୀକାକରଣ କାର୍ଯ୍ୟକ୍ରମ ଅଧୀନରେ ଟୀକାର ଗୁଣବତ୍ତାସମ୍ପର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟୀକା ଭଣ୍ଡାର ଦେଶର ପ୍ରଥମ ଟୀକା ଭଣ୍ଡାର ଭାବେ ISO 9001:2015 ପ୍ରମାଣପତ୍ର ପାଇଛି ।

ଟୀକାର ଉପଯୁକ୍ତ ସଂରକ୍ଷଣ, କୋଲ୍‌ଡ ଚେନ୍‌ ପରିଚାଳନା, ଯୋଗାଣ ଶୃଙ୍ଖଳ ପରିଚାଳନା, ଅନ୍‌ଲାଇନ୍‌ ସଫ୍ଟୱୟାର ଜରିଆରେ କମ୍ପ୍ୟୁଟରୀକୃତ ରେକର୍ଡ, ପ୍ରତ୍ୟହ ଦୁଇଥର ତାପମାତ୍ରା ପରୀକ୍ଷା ଦ୍ୱାରା ଟୀକାର ମାନ ବଜାୟ ରଖିବା ଓ ଶୂନ୍ୟ ଅପଚୟ ପରି ମାନକଗୁଡ଼ିକ ପାଇଁ ରାଜ୍ୟ ଟୀକା ଭଣ୍ଡାରକୁ ଏହି ପ୍ରମାଣପତ୍ର ମିଳିଛି । ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ ଓ ସ୍ୱାସ୍ଥ୍ୟକର୍ମୀମାନଙ୍କ ନିରନ୍ତର ପ୍ରୟାସ ଓ ଉତ୍ସର୍ଗୀକୃତ ସେବା ମନୋଭାବ ଯୋଗୁଁ ଏହି ସଫଳତା ମିଳିପାରିଛି।

ସଠିକ କୋଲ୍‌ଡ ଚେନ୍‌ ବ୍ୟବସ୍ଥା ଏବଂ ଟୀକାର ଉପଯୁକ୍ତ ପରିବହନ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମର ଏକ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ । ହିତାଧିକାରୀଙ୍କ ପାଖରେ ପହଞ୍ଚିବା ପର୍ଯ୍ୟନ୍ତ ଅନୁମୋଦିତ ତାପମାତ୍ରାରେ ଟୀକାକୁ ସୁରକ୍ଷିତ ରଖିବା ପାଇଁ ଓଡ଼ିଶାରେ ରାଜ୍ୟ ଟୀକା ଭଣ୍ଡାର, ୯ଟି ଆଞ୍ଚଳିକ ଏବଂ ୩୨ଟି ଜିଲ୍ଲା ଟୀକା ଭଣ୍ଡାର ସମେତ ୧୨୬୩ଟି କୋଲ୍‌ଡ ଚେନ୍‌ କେନ୍ଦ୍ର ରହିଛି।

ସମସ୍ତ ଟୀକାର ଦୈନନ୍ଦିନ ଯୋଗାଣ ଶୃଙ୍ଖଳ ଓ ଗୁଣବତ୍ତାର ପରିଚାଳନା ପାଇଁ ସମସ୍ତ ଟୀକା ଭଣ୍ଡାରରେ ଉତ୍ତମ ତାଲିମପ୍ରାପ୍ତ କର୍ମଚାରୀ ନିୟୋଜିତ ଅଛନ୍ତି । ପ୍ରତିବର୍ଷ ୯.୪ ଲକ୍ଷ ଗର୍ଭବତୀ ମହିଳା, ୭.୯ ଲକ୍ଷ ନବଜାତ ଓ ୨୮ ଲକ୍ଷ କିଶୋର-କିଶୋରୀଙ୍କ ଟିକାକରଣ ଲକ୍ଷ୍ୟ ପୂରଣ ପାଇଁ ଟୀକା ଭଣ୍ଡାରଗୁଡ଼ିକ ୨.୩୬ କୋଟି ଟିକାର ଉପଯୁକ୍ତ ସଂରକ୍ଷଣ ଏବଂ ସମସ୍ତ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ଏହାକୁ ସୁରକ୍ଷିତ ଭାବେ ପହଞ୍ଚାଇବା ପାଇଁ ଯତ୍ନବାନ ରହିଛି ।

ସୂଚନାଯୋଗ୍ୟ ଯେ, ପୂର୍ବରୁ ରାଜ୍ୟର ୭ଟି ଆଞ୍ଚଳିକ ଏବଂ ୨୨ଟି ଜିଲ୍ଲା ଟୀକା ଭଣ୍ଡାର ISO 9001:2015 ପ୍ରମାଣପତ୍ର ପାଇସାରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ

August 30, 2026
Latest News

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ

August 30, 2026

ଭାରତଠାରୁ ୧୦ ଲକ୍ଷ ବ୍ୟାରେଲ ତେଲ ଆମଦାନୀ କଲା ରୁଷ: ଜାଣନ୍ତୁ କାରଣ

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.