Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିବିଏସ୍ଏସ୍ଏଲ୍ ର ପାରମ୍ପରିକ/ମିଠା ମଞ୍ଜି ସମ୍ବନ୍ଧରେ ସମୀକ୍ଷା କଲେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ
ଆଜିର ଖବର

ବିବିଏସ୍ଏସ୍ଏଲ୍ ର ପାରମ୍ପରିକ/ମିଠା ମଞ୍ଜି ସମ୍ବନ୍ଧରେ ସମୀକ୍ଷା କଲେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ

February 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୃହମନ୍ତ୍ରୀ
ବିପର୍ଯ୍ୟୟ ପ୍ରଶମନ ପଦକ୍ଷେପକୁ ସୁଦୃଢ଼ କରିବା ପାଇଁ ୫୦୭.୩୭ କୋଟି ମଞ୍ଜୁର କଲେ ଗୃହମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱରାଷ୍ଟ୍ର ଓ ସମବାୟ ମନ୍ତ୍ରୀ ଅମିତ ଶାହ ନୂଆଦିଲ୍ଲୀଠାରେ ଭାରତୀୟ ସିଡ୍ କୋଅପରେଟିଭ୍ ସୋସାଇଟି ଲିମିଟେଡ୍ (ବିବିଏସ୍ଏସ୍ଏଲ୍)ର ପାରମ୍ପରିକ/ମିଠା ମଞ୍ଜି ସମ୍ବନ୍ଧରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ କେନ୍ଦ୍ର ସମବାୟ ମନ୍ତ୍ରୀ କହିଛନ୍ତି ଯେ ଭାରତୀୟ ସିଡ୍ କୋଅପରେଟିଭ୍ ସୋସାଇଟି ଲିମିଟେଡ୍ (ବିବିଏସଏସଏଲ) ପାରମ୍ପରିକ ମଞ୍ଜି ସଂରକ୍ଷଣ ଏବଂ ପ୍ରୋତ୍ସାହନ ପାଇଁ ନିରନ୍ତର ପ୍ରୟାସ କରୁଛି।

ଏହି ବୈଠକରେ କେନ୍ଦ୍ର ସମବାୟ ମନ୍ତ୍ରୀ ଅମିତ ଶାହ ଖରିଫ-୨୦୨୫ ଠାରୁ ଦେଶର ବିଭିନ୍ନ ଅଞ୍ଚଳର ବଛା ବଛା ପାରମ୍ପରିକ ମଞ୍ଜିଗୁଡ଼ିକର ଜୈବିକ ଉତ୍ପାଦନ ଏବଂ ବଜାରରେ ସେଗୁଡ଼ିକର ବ୍ୟାପକ ଉପଲବ୍ଧତା ସୁନିଶ୍ଚିତ କରିବା ଲାଗି ନିର୍ଦ୍ଦେଶ ଦେଇଥିଲେ। ଏହି ମଞ୍ଜିଗୁଡ଼ିକ ମଧ୍ୟରେ ଅମ୍ରେଲି ମିଲେଟ୍‌ (ଗୁଜରାଟ), ଉତ୍ତରାଖଣ୍ଡ ଗହତ୍‌ (କୋଳଥ), ଉତ୍ତରାଖଣ୍ଡ ମଣ୍ଡୁଆ (ମାଣ୍ଡିଆ), ବୁନ୍ଦେଲଖଣ୍ଡ ମେଥି, କାଠିଆ ଗହମ, ମୁନସିୟାରୀ ରାଜମା, କାଲା ଭଟ୍ଟ, ଚାରପି ପ୍ରକାରର କାଲା ନମକ ଧାନ, ଜୁହି ଧାନ (ବଙ୍ଗ) ଏବଂ ଗୋପାଳ ଭୋଗ ଧାନ (ବଙ୍ଗ) ଆଦି ପ୍ରମୁଖ ରହିଛି।

ସାରା ଦେଶରେ ଫଳ, ପନିପରିବା ଏବଂ ଖାଦ୍ୟଶସ୍ୟର ସମସ୍ତ ପାରମ୍ପରିକ ବୀଜର ଏକ ବିସ୍ତୃତ ଡାଟାବେସ୍ ପ୍ରସ୍ତୁତ କରିବା ଏବଂ ସେଗୁଡ଼ିକର ସଂରକ୍ଷଣ ତଥା ପ୍ରୋତ୍ସାହନ ପାଇଁ ଏକ ବ୍ୟାପକ କାର୍ଯ୍ୟ ଯୋଜନା କାର୍ଯ୍ୟକାରୀ କରିବା ଉପରେ କେନ୍ଦ୍ର ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହା ଗୁରୁତ୍ୱାରୋପ କରିଥିଲେ।

ଅମିତ ଶାହ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.