Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷ କୃତ୍ୟ ସଂପନ୍ନ ପାଇଁ ନିଷ୍ପତ୍ତି
ଆଜିର ଖବର

ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷ କୃତ୍ୟ ସଂପନ୍ନ ପାଇଁ ନିଷ୍ପତ୍ତି

February 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦାରେ ଶେଷ କୃତ୍ୟ ସଂପନ୍ନ ପାଇଁ ନିଷ୍ପତ୍ତି

ଭୁବନେଶ୍ବର: ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଉତ୍ତମ ମହାନ୍ତି ଥିଲେ ଓଡ଼ିଆ ସିନେ ଜଗତର ଧ୍ରୁବ ତାରା ସଦୃଶ। ଦୀର୍ଘ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସେ ଓଡ଼ିଆ ସିନେମା ଜଗତର ଥିଲେ ଅପ୍ରତିଦ୍ଵନ୍ଦୀ ନାୟକ। ଓଡ଼ିଆ କଳା ଜଗତର ସେ ଥିଲେ ଆଇକନ। ଓଡ଼ିଆ ସହିତ ଅନେକ ବଙ୍ଗାଳୀ ଓ ଏପରିକି ହିନ୍ଦୀ ଚଳଚ୍ଚିତ୍ରରେ ଅଭିନୟ କରି ସେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଏକ ଉଚ୍ଚ ସ୍ତରକୁ ନେଇଥିଲେ। ତାଙ୍କ ବିୟୋଗ ଓଡ଼ିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।

ପରଲୋକ ଗତ ଆତ୍ମାର ସଡଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ର ପରିବାର ବର୍ଗଙ୍କ ପାଇଁ ସମ ବେଦନା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉତ୍ତମ ମହାନ୍ତିଙ୍କ ପୁତ୍ର ବାବୁଶାନ୍ ଙ୍କ ସହିତ ଫୋନ୍ ଯୋଗେ କଥା ହୋଇ ନିଜର ଶୋକ ବ୍ୟକ୍ତ କରିବା ସହିତ ସମବେଦନା ପ୍ରକାଶ କରିଛନ୍ତି।

ଉତ୍ତମ ମହାନ୍ତି ଉତ୍ତମ ମହାନ୍ତିଙ୍କ ପରଲୋକ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.