Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖରାଦିନେ ଉପୁଜୁଥିବା ବିଦ୍ୟୁତଜନିତ ସମସ୍ୟାର ପ୍ରତିକାର ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ 
ଆଜିର ଖବର

ଖରାଦିନେ ଉପୁଜୁଥିବା ବିଦ୍ୟୁତଜନିତ ସମସ୍ୟାର ପ୍ରତିକାର ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ 

March 3, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସଭା ଭବନଠାରେ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟକ୍ରମ ଉପରେ ସମୀକ୍ଷା କରିଛନ୍ତି।

ଏହି ସମୀକ୍ଷା ବୈଠକରେ ଆଗାମୀ ଗ୍ରୀଷ୍ମଋତୁରେ ବିଦ୍ୟୁତ୍‍ ଯୋଗାଣ ସୁନିଶ୍ଚିତ କରିବା ପାଇଁ ଏବଂ ପି.ଏମ୍‍. ସୂର୍ଯ୍ୟଘର ଯୋଜନାରେ ରାଜ୍ୟରେ ଅଧିକ ଲୋକଙ୍କୁ ସାମିଲ୍‍ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା। ବୈଠକରେ ଶକ୍ତି ବିଭାଗର ବଜେଟ୍‍ ଖର୍ଚ୍ଚ ଅତିକମରେ ୮୫ ପ୍ରତିଶତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଖରାଦିନେ ସାଧାରଣତଃ ଓଭରଲୋଡିଂ ସମସ୍ୟା ଯୋଗୁଁ ବିଦ୍ୟୁତ୍‍ କାଟ ହୋଇଥାଏ। ଏହାକୁ ପ୍ରତିହତ କରିବା ପାଇଁ ଫିଡର ଓ ଟ୍ରାନ୍ସଫରମର୍‍ ଗୁଡ଼ିକୁ ଅପଗ୍ରେଡ୍‍ କରିବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ। ବିଦ୍ୟୁତ୍‍ ଯୋଗାଣ କ୍ଷେତ୍ରରେ ଏକ ସୁଦୃଢ଼ ବ୍ୟାକ୍‍ଅପ୍‍ ବ୍ୟବସ୍ଥା ରଖିବା ପାଇଁ ମଧ୍ୟ ସେ କହିଥିଲେ।

ପିକ୍‍ ଆୱାର’ର ଚାହିଦାକୁ ମେଣ୍ଟାଇବା ପାଇଁ ବିଭିନ୍ନ ଶକ୍ତି ଉତ୍ପାଦନକାରୀ କମ୍ପାନୀମାନଙ୍କ ସହିତ ଆଲୋଚନା କରି ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଶକ୍ତି ଉପଲବ୍ଧ କରିବାକୁ ସେ ପରାମର୍ଶ ଦେଇଥିଲେ। ଆବଶ୍ୟକ ସ୍ଥଳେ କେନ୍ଦ୍ର ସରକାରଙ୍କ ସାହାଯ୍ୟ ନେବାପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଉପଭୋକ୍ତାଙ୍କ ସୁବିଧା ପାଇଁ ବିଦ୍ୟୁତ୍‍ କାଟ ସମୟରେ Quick response ବ୍ୟବସ୍ଥାକୁ ସଂମ୍ପୂର୍ଣ୍ଣ ଭାବେ କ୍ରିୟାଶୀଳ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ। ଖରାଦିନ ପାଇଁ ରାଜ୍ୟରେ ନିରବଛିନ୍ନ ବିଦ୍ୟୁତ୍‍ ଯୋଗାଣ ପାଇଁ କାର୍ଯ୍ୟରତ ସମସ୍ତ ବିଦ୍ୟୁତ୍‍ ବିତରଣ କମ୍ପାନୀ ସଜାଗ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ଅନାବଶ୍ୟକ ଭାବେ ହେଉଥିବା ବିଦ୍ୟୁତ୍‍ ଶକ୍ତିର ଅପଚୟକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ବିଭାଗୀୟ ସଚିବଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଆଗାମୀ ଦିନରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ ସେନ୍‍ସରଯୁକ୍ତ ବିଦ୍ୟୁତ୍‍ ଉପକରଣ ବ୍ୟବହାର କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । ଏହାଦ୍ୱାରା ଆମର ଶକ୍ତି ସଂରକ୍ଷଣ ହୋଇପାରିବ ବୋଲି ସେ କହିଥିଲେ ।

ପି.ଏମ୍‍. ସୂର୍ଯ୍ୟଘର ଯୋଜନାରେ ଅଧିକ ସଂଖ୍ୟକ ଲୋକଙ୍କୁ ସାମିଲ କରିବା ପାଇଁ ରାଜ୍ୟରେ ବ୍ୟାପକ ସୂଚନା ଅଭିଯାନ କରିବାକୁ ମୁଖ୍ୟମନ୍ତ୍ରୀ କହିଥିଲେ ।

ଏହି ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ, ଓପିଟିସିଏଲ୍‍ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାସ୍କର ଜ୍ୟୋତି ଶର୍ମା, ରାଜ୍ୟର ଚାରୋଟି ଯାକ ବିଦ୍ୟୁତ ବିତରଣ କମ୍ପାନୀର ସି.ଇ.ଓ ଏବଂ ଶକ୍ତି ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ମୋହନ ଚରଣ ମାଝୀ ଶକ୍ତି ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026
Latest News

ଭୋଟ ପୂର୍ବରୁ ଝଟକା: ନୁସରତ ଜାହାନଙ୍କୁ ସମନ

April 21, 2026

ମଣିପରୁରେ ଭୂମିକମ୍ପ

April 21, 2026

ଯୁଦ୍ଧ ବନ୍ଦ କରିବ ରୁଷ ! ପୁଟିନଙ୍କ ମନ୍ତ୍ରୀ ଏବଂ ଆରାଘଚିଙ୍କ ମଧ୍ୟରେ ଆଲୋଚନା

April 21, 2026

ସତ୍ୟନଗର ଆକ୍ସିସ ବ୍ୟାଙ୍କ ଏଟିଏମରେ ଅଗ୍ନିକାଣ୍ଡ

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.