Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୦୦ କୋଟିରୁ ଅଧିକ ମୂଲ୍ୟ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଆଜିର ଖବର

୧୦୦ କୋଟିରୁ ଅଧିକ ମୂଲ୍ୟ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

March 4, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ପୂର୍ତ୍ତ ବିଭାଗ ଅଧୀନରେ ଥିବା ୧୦୦ କୋଟିରୁ ଅଧିକ ପ୍ରକଳ୍ପ ମୂଲ୍ୟର ରାସ୍ତାଘାଟ, ସେତୁ ତଥା କୋଠାବାଡ଼ି ଆଦି କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା ବୈଠକରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଅଧ୍ୟକ୍ଷତା କରିଥିଲେ।

ଓଡ଼ିଶାବାସୀଙ୍କୁ ଉନ୍ନତ ଭିତ୍ତିଭୂମି ଯୋଗାଇଦେବା‌ ପାଇଁ ଆମ ସରକାର ସଂକଳ୍ପବଦ୍ଧ। ଜଗତସିଂହପୁର, ଯାଜପୁର, ଜୟପୁର ବାଇପାସ୍ ରାସ୍ତା ସମେତ ବିଭିନ୍ନ ପ୍ରମୁଖ ରାସ୍ତା, କୋରାପୁଟ ହସ୍ପିଟାଲ, ଜୟପୁର ହସ୍ପିଟାଲ, ଯାଜପୁର ହସ୍ପିଟାଲ ଓ କ୍ୟାପିଟାଲ ହସ୍ପିଟାଲର ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ସମେତ ବିଭିନ୍ନ କୋଠାବାଡ଼ି ପ୍ରକଳ୍ପର ଅଗ୍ରଗତି ଏବଂ ବିଭିନ୍ନ ନଦୀ ଉପରେ ହାଇଲେବୁଲ ସେତୁର ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମାନ୍ୟବର ମନ୍ତ୍ରୀ ବିଭାଗୀୟ ଅଧିକାରୀ, ଇଞ୍ଜିନିୟର ଓ ଠିକ୍ ସଂସ୍ଥାଙ୍କ ଠାରୁ ପଚ଼ାରି ବୁଝିଥିଲେ।

ଠିକା ସଂସ୍ଥାଙ୍କ ଆବଶ୍ୟକ ସମସ୍ୟାର ସମାଧାନ ସହ କାର୍ଯ୍ୟକୁ ତ୍ବରାନ୍ବିତ କରିବା ପାଇଁ ବିଭାଗୀୟ ଅଧିକାରୀ ଉଦ୍ୟମ ଜାରି ରଖିବା ସହ କାର୍ଯ୍ୟଭାର ନେଇଥିବା ଏଜେନ୍ସି ଅବା ଠିକା ସଂସ୍ଥା ନିଜର ମାନବସମ୍ବଳ ଓ ଜ୍ଞାନକୌଶଳକୁ ଉପଯୋଗ କରି ଧାର୍ଯ୍ୟ ସମୟସୀମା ମଧ୍ୟରେ କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ।ପ୍ରକଳ୍ପ କାର୍ଯ୍ୟରେ ବିଳମ୍ବ କିମ୍ବା ଗୁଣବତ୍ତା ନେଇ କୌଣସି ସଂସ୍ଥା ବିରୋଧରେ ଅଭିଯୋଗ ଆସିଲେ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କେବେ ବି ପଛଘୁଞ୍ଚା ଦେବେ ନାହିଁ ଏବଂ ଆଗାମୀ ଦିନରେ ପ୍ରକଳ୍ପ କାର୍ଯ୍ୟାଦେଶ ପ୍ରଦାନ ସମୟରେ ପୂର୍ବ ପ୍ରଦର୍ଶନକୁ ଗୁରୁତ୍ୱ ଦିଆଯିବ ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ କହିଥିଲେ।

ପ୍ରକଳ୍ପ ଗୁଡ଼ିକର‌ ଅଗ୍ରଗତି ସମ୍ପର୍କରେ ବିଭାଗୀୟ ଅଧିକାରୀ,ମୁଖ୍ୟଯନ୍ତ୍ରୀ,ସୁପରିଟେଣ୍ଡେଣ୍ଟ ଇଞ୍ଜିନିୟର ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀମାନେ ନିୟମିତ କାର୍ଯ୍ୟର ତଦାରଖ ସହ ପ୍ରତି ମାସରେ କାର୍ଯ୍ୟର ସମୀକ୍ଷା କରିବେ ବୋଲି ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଥିଲେ।

ଏହି ସମୀକ୍ଷା ବୈଠକରେ ପୂର୍ତ୍ତ ବିଭାଗ ଶାସନ ସଚିବ ବୀର ବିକ୍ରମ ଯାଦବ, ଇଆଇସି (ସିଭିଲ୍) ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ପୂର୍ଣ ବିଭାଗ ସ୍ଵତନ୍ତ୍ର ଶାସନ ସଚିବ ଏଲ୍.କେ. ପାଢ଼ୀ,ଓବିସିସିର ପରିଚାଳନା ନିର୍ଦ୍ଦେଶକ‌‌ ସମୀର ହୋତାଙ୍କ ସମେତ ବିଭିନ୍ନ ବିଭାଗୀୟ ବରିଷ୍ଠ ଅଧିକାରୀ ଓ ଠିକା ସଂସ୍ଥାର ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

ଅଗ୍ରଗତି ସମୀକ୍ଷା ଓଡିଶା ସରକାର ପୂର୍ତ୍ତ ବିଭାଗ ପୃଥ୍ୱୀରାଜ ହରିଚନ୍ଦନ ଲୋକସେବା ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.