Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ୩ୟ ରାଜ୍ୟସ୍ତରୀୟ ସମବାୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ
ଆଜିର ଖବର

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ୩ୟ ରାଜ୍ୟସ୍ତରୀୟ ସମବାୟ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ

March 5, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ୩ୟ ରାଜ୍ୟସ୍ତରୀୟ ସମବାୟ ଉନ୍ନୟନ (ଏସସିଡିସି) କମିଟି ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆନ୍ତଜାତିକ ସମବାୟ ବର୍ଷ ୨୦୨୫ ପାଳନ ପ୍ରସ୍ତୁତି ସଂପର୍କିତ ଆଲୋଚନା କରାଯାଇଥିଲା। ସୂଚନା ଯୋଗ୍ୟ ଯେ, ମିଳିତ ଜାତିସଂଘ ସାଧାରଣ ସଭାରେ ୨୦୨୫କୁ ଆନ୍ତର୍ଜାତିକ ସମବାୟ ବର୍ଷ (ଆଇଓ୍ୱାଇସି) ଭାବେ ଘୋଷଣା କରାଯାଇଛି। “ଉତ୍ତମ ବିଶ୍ୱ ଗଠନରେ ସମବାୟ” ଶୀର୍ଷକ ଆଧାରରେ ଏହି ବର୍ଷ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ୨୦୩୦ ସୁଦ୍ଧା ନିରନ୍ତର ବିକାଶ ଲକ୍ଷ୍ୟ (ଏସଡିଜି) ହାସଲ କାର୍ଯ୍ୟକାରିତାରେ ବୈଶ୍ୱିକ ଆହ୍ୱାନର ସମାଧାନରେ ସମବାୟ ମଡେଲର ଗୁରୁତ୍ୱ ରହିଛି। ମାନ୍ୟବର ଭାରତର ପ୍ରଧାନମନ୍ତ୍ରୀ ଦେଶରେ ଆଇୱାଇସି – ୨୦୨୫ ର ଶୁଭାରମ୍ଭ କରିସାରିଛନ୍ତି। ଭାରତ ସରକାରଙ୍କ ସମବାୟ ମନ୍ତ୍ରାଳୟ ବର୍ଷ ସାରା ବିଭିନ୍ନ ରାଜ୍ୟରେ ଏହା କିପରି ପାଳନ କରାଯିବ, ସେଥିପାଇଁ ରାଜ୍ୟମାନଙ୍କୁ ମାର୍ଗଦର୍ଶିକା ଜାରି କରିଛନ୍ତି।

ବୈଠକରେ ଓଡ଼ିଶାରେ ଆନ୍ତର୍ଜାତିକ ସମବାୟ ବର୍ଷ ପାଳନ ପରିପ୍ରେକ୍ଷୀରେ ରାଜ୍ୟ ସମବାୟ ବିଭାଗ କମିଶନର ତଥା ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ ଚଳିତ ମାର୍ଚ୍ଚ ୨୦୨୫ରୁ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷ ବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ସମ୍ପର୍କରେ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ କୃଷି ଓ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ ଡଃ. ଅରବିନ୍ଦ କୁମାର ପାଢ଼ୀ, ଗ୍ରାମ୍ୟ ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ସୂଚନା ଓ ଲୋକସଂପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ, କୃଷି ନିର୍ଦ୍ଦେଶକ, ଉଦ୍ୟାନ କୃଷି ନିର୍ଦ୍ଦେଶକଙ୍କ ସମେତ କମିଟିର ଅନ୍ୟ ସଦସ୍ୟ ସଦସ୍ୟାମାନେ ଉପସ୍ଥିତ ଥିଲେ। କୃଷି ଓ କୃଷକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସମବାୟ କ୍ଷେତ୍ରରେ ଗଠନାତ୍ମକ ପରିବର୍ତ୍ତନ ଓ ପରିଚାଳନା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଥିଲେ।

୨୦୨୫ ବର୍ଷରେ ପ୍ରତି ମାସରେ ରାଜ୍ୟ, ଜିଲ୍ଲା ଓ ତୃଣମୂଳ ସ୍ତରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବାକୁ କାର୍ଯ୍ୟ ଯୋଜନା ଉପସ୍ଥାପନ କରାଯାଇଥିଲା। ଏଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟ ସର୍ବୋଚ୍ଚ କମିଟିର ମୁଖ୍ୟ ରହିଛନ୍ତି। ଓଡ଼ିଶାରେ ଉତ୍ସବ ପାଳନ ପାଇଁ ଏକ ଆକ୍ସନ ପ୍ଲାନ୍ ଉପସ୍ଥାପିତ ହୋଇଛି। ଏହି ସର୍ବୋଚ୍ଚ କମିଟି ରାଜ୍ୟସ୍ତରୀୟ ବିଭିନ୍ନ କାର୍ଯ୍ୟକ୍ରମର ତଦାରଖ, ଏବଂ ମାର୍ଗଦର୍ଶନ କରିବ। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟ ସମବାୟ ଉନ୍ନୟନ ସମିତି (ଏସସିଡିସି) ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମର ଯୋଜନା ଓ କାର୍ଯ୍ୟକାରିତା ତଦାରଖ କରିବ। ଗଠିତ ଜିଲ୍ଲାସ୍ତରୀୟ ସମବାୟ ଉନ୍ନୟନ କମିଟି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମଗୁଡ଼ିକର ତଦାରଖ, ସହଯୋଗ ଏବଂ ମାର୍ଗଦର୍ଶନ କରିବ। ଯୋଜନା କାର୍ଯ୍ୟକଳାପଗୁଡ଼ିକର ବ୍ୟାପକ ପ୍ରସାର ପାଇଁ ବ୍ୟାପକ ଗଣମାଧ୍ୟମ ଯୋଜନା ପ୍ରସ୍ତୁତ କରାଯିବା ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଥିଲା।

ବର୍ଷସାରା ବିଭିନ୍ନ ମାସରେ ସମବାୟର ବିକାଶ ଉପରେ ଆଲୋଚନା ଚକ୍ର, କର୍ମଶାଳା, ବୈଠକ ଏବଂ ବିଶେଷଜ୍ଞଙ୍କ ଦ୍ୱାରା ଆଲୋଚନା ଆୟୋଜନ କରାଯିବ। ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ, ବିତର୍କ, କୁଇଜ୍ ପ୍ରତିଯୋଗିତା ଆଦି ଅନୁଷ୍ଠିତ ହେବ। କାର୍ଯ୍ୟକ୍ରମଗୁଡ଼ିକରେ ମହିଳାମାନଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ନିର୍ଦ୍ଦିଷ୍ଟ କାର୍ଯ୍ୟକ୍ରମର ଆୟୋଜନ, ସମବାୟ ସମ୍ବନ୍ଧିତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ, ଗ୍ରାମ ପଂଚାୟତ ଓ ଗ୍ରାମ ସ୍ତରରେ ପଥପ୍ରାନ୍ତ ନାଟକ ଆଦି ଆୟୋଜନ, ସମବାୟ ସମ୍ପର୍କରେ ସୂଚନା, ପ୍ରଚାର ଓ ପ୍ରସାର ପାଇଁ ରାଜ୍ୟ ଏବଂ ଜିଲ୍ଲାସ୍ତରୀୟ ସମବାୟ ସମିତି ଦ୍ୱାରା “:ସମବାୟ ରଥ” ପରିଭ୍ରମଣ ,ସମବାୟ କାର୍ଯ୍ୟକ୍ରମ ବୃଦ୍ଧି ଏବଂ ସଦସ୍ୟତା ବୃଦ୍ଧି ସଂପର୍କରେ ସଚେତନତା ସୃଷ୍ଟି କରିବା ପାଇଁ କୃଷକ ଶିବିର ଆୟୋଜନ କରାଯିବ। ସମବାୟ ସମିତିଗୁଡ଼ିକୁ ବହୁମୁଖୀ ସଂଗଠନରେ ପରିଣତ କରିବା ପାଇଁ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯିବ। ଉତ୍ତମ ପ୍ରଦର୍ଶନ କାରୀ ସମବାୟ ସମିତିକୁ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା, ମଡେଲ ପ୍ୟାକ୍ସ ଉଦଘାଟନ ଆଦି ବିଭିନ୍ନ କାର୍ଯ୍ୟକ୍ରମ ବର୍ଷସାରା ଅନୁଷ୍ଠିତ ହେବା ସଂପର୍କରେ ସମବାୟ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଥିଲା।

ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.