Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଆଜିର ଖବର

ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

March 5, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ନିର୍ଦ୍ଦେଶ ଅନୁଯାୟୀ ଜିଲ୍ଲାସ୍ତରୀୟ ଗ୍ରୀଷ୍ମ ପ୍ରବାହ ପ୍ରତିକାର ପାଇଁ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ଗ୍ରୀଷ୍ମ ପ୍ରବାହର ମୁକାବିଲା କରିବା ନିମନ୍ତେ ଏହି ବୈଠକରେ ଆଲୋଚନା ହୋଇଥିଲା। ଜିଲ୍ଲାର ବିଭିନ୍ନ ସ୍ଥାନମାନଙ୍କରେ ପିଇବା ପାଣି ଟାଙ୍କିର ବ୍ୟବସ୍ଥା କରାଯିବା, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ, ପୌର ପରିଷଦର ନିର୍ବାହୀ ଅଧିକାରୀ ଏବଂ ବିଡିଓମାନେ ଏଥି ପାଇଁ ବିହିତ ପଦକ୍ଷେପ ଗ୍ରହଣ କରିବା, ଜନଗହଳିପୂର୍ଣ୍ଣ ସ୍ଥାନମାନଙ୍କରେ ଜଳଛତ୍ର ଖୋଲିବା ସହ ବିଶୁଦ୍ଧ ପାନୀୟ ଜଳ ପ୍ରଦାନ କରିବାର ବ୍ୟବସ୍ଥା କରିବା, ନାଳ ତଥା କେନାଲରେ ଆବଶ୍ୟକସ୍ଥଳେ ପାଣି ଛାଡିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।

ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପିଲାମାନଙ୍କୁ ସାଙ୍ଗରେ ପାଣି ବୋତଲ ଆଣି ଆସିବାକୁ ପରାମର୍ଶ ଦେବା ସହ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀଙ୍କୁ ଗର୍ଭବତୀ ମା ମାନଙ୍କୁ ସତର୍କତା ଅବଲମ୍ବନ କରିବା, ପରିବହନ ଅଧିକାରୀଙ୍କୁ ଯାତାୟତ ବସରେ ପାନୀୟ ଜଳ ବ୍ୟବସ୍ଥା କରିବା ପାଇଁ ପରାମର୍ଶ ଦିଆଯାଇଥିଲା। ବିଦ୍ୟୁତ ବିଭାଗକୁ ନିରବଚ୍ଛିନ୍ନ ବିଦ୍ୟୁତ ଯୋଗାଣ ସହ ଆବଶ୍ୟକସ୍ଥଳେ ବିଦ୍ୟୁତ କାଟ କରିବା ପୂର୍ବରୁ ଡାକବାଜି ଯନ୍ତ୍ର ଯୋଗେ ପ୍ରାକ୍ ସୂଚନା ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ସ୍ୱାସ୍ଥ୍ୟ ବିଭାଗ ଥରଫରୁ ଓ.ଆର.ଏସ. ଏବଂ ଆବଶ୍ୟକୀୟ ଔଷଧ, ସ୍ଵତନ୍ତ୍ର ଅଂଶୁଘାତଜନିତ ୱାର୍ଡ ଏବଂ ଅଂଶୁଘାତଜନିତ ମୃତ୍ୟୁକୁ ତହସିଲଦାର ଏବଂ ମେଡ଼ିକାଲ ଅଫିସରଙ୍କ ମିଳିତ ଅନୁସନ୍ଧାନ ପରେ ତୁରନ୍ତ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଥିଲା।

ଆସନ୍ତା ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ଏକ ଆପାତକାଳୀନ କଣ୍ଟ୍ରୋଲ ରୁମ ପରିଚାଳିତ କରି ଜନସାଧାରଣଙ୍କ ଆବଶ୍ୟକ ଅନୁଯାୟୀ ସାହାଯ୍ୟ ଯୋଗାଇବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କୁ ନିୟମ ଅନୁଜେ ସରକାରଙ୍କ ପ୍ରଦତ୍ତ ଗାଇଡଲାଇନ ଅନୁସାରେ ଗଣମାଧ୍ୟମର ସହାୟତାରେ ସଚେତନତା ସୃଷ୍ଟି କରିବା ନିମନ୍ତେ ପରାମର୍ଶ ଦିଆଯାଇଥିଲା।

ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ନିର୍ବାହୀ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଅଜାମ୍ବର ମହାନ୍ତି, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରୀ ପ୍ରମୋଦ କୁମାର ପ୍ରହରାଜ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ, ସମସ୍ତ ବିଡିଓ ଏବଂ ତହସିଲଦାର, ଡେପୁଟି କଲେକ୍ଟର, କେନ୍ଦ୍ରାପଡା ପୌରପାଳିକା ନିର୍ବାହୀ ଅଧିକାରୀ, ଅଧୀକ୍ଷଣ ଯନ୍ତ୍ରୀ (ରାସ୍ତା ଏବଂ କୋଠାବାଡି, ଜନ ସ୍ଵାସ୍ଥ୍ୟ ବିଭାଜନ, ଗ୍ରାମ୍ୟ ଉନ୍ନୟନ), ଆଞ୍ଚଳିକ ପରିବହନ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ।

ଗ୍ରୀଷ୍ମ ପ୍ରବାହ ପ୍ରତିକାର ପ୍ରସ୍ତୁତି ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.