Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡିରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ
ଆଜିର ଖବର

କଳାହାଣ୍ଡିରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ

March 5, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି: ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ କର୍ମଚାରୀ ବୀମା, ଓଡ଼ିଶା, ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଦୁଇଦିନିଆ କଳାହାଣ୍ଡି ଗସ୍ତରେ ଆସି ଆଜି ଜିଲ୍ଲାପରିଷଦ ସଭାଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଯୋଗଦେଇ ଜିଲ୍ଲାରେ ସରକାରଙ୍କର ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଓ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ। ମନ୍ତ୍ରୀ ଶ୍ରୀ ଖୁଣ୍ଟିଆ ଏହି ସମୀକ୍ଷା ବୈଠକରେ ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ପାନୀୟଜଳ, ଜଳସେଚନ, ଗମନାଗମନ, ଗ୍ରାମ୍ୟ ଉନ୍ନୟନ, ପ୍ରଧାନମନ୍ତ୍ରୀ ଆବାସ, ବେସାମରିକ ଯୋଗାଣ, ଖରିଫଧାନ ସଂଗ୍ରହ, ନିର୍ମାଣ ଶ୍ରମିକ, ବାର୍ଦ୍ଧକ୍ୟ ଭତ୍ତା, ଅଙ୍ଗନବାଡି କେନ୍ଦ୍ରର ସ୍ଥିତି ଓ ପରିଚାଳନା, ଜଙ୍ଗଲ, ଉଦ୍ୟାନ କୃଷି ଇତ୍ୟାଦି ବିଭାଗୀୟ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପଚାରି ଥିଲେ।

କଳାହାଣ୍ଡି ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ବିକାଶ ପାଇଁ ସମସ୍ତ ବିଭାଗୀୟ ଅଧିକାରୀମାନେ ଜନକଲ୍ୟାଣ ସରକାରୀ ଯୋଜନା, କାର୍ଯ୍ୟକ୍ରମକୁ ସଫଳତାର ସହିତ ଜନହିତରେ ଅଧିକ ଯତ୍ନବାନ ହୋଇ କାର୍ଯ୍ୟ କରିବା ପାଇଁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଜନହିତରେ ଉଦ୍ଦେଶ୍ୟ ସରକାରୀ ଯୋଜନାରୁ କୌଣସି ଯୋଗ୍ୟବ୍ୟକ୍ତି ଯେପରି ବାଦ ନପଡନ୍ତି ସେଥି ପ୍ରତି ଅଧିକ ଧ୍ୟାନ ଦେବାପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ସେ ପରାମର୍ଶ ଦେଇଥିଲେ। ଗ୍ରୀଷ୍ମଋତୁରେ ଗ୍ରାମାଞ୍ଚଳରେ ପାନୀୟଜଳର ସଙ୍କଟ ଆଶଙ୍କା ଥିବାରୁ ବି.ଡି.ଓ. ମାନେ ଏହାକୁ ଗୁରୁତ୍ଵ ଦେଇ ଗ୍ରାମାଞ୍ଚଳରେ ଲୋକଙ୍କ ସୁବିଧା ପାଇଁ ପାନୀୟଜଳର ସୁବ୍ୟବସ୍ଥା କରିବା ପାଇଁ ମଧ୍ୟ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହି ସମୀକ୍ଷା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସାଂସଦ କଳାହାଣ୍ଡି ମାଳବିକା ଦେବୀ, ବିଧାୟକ ଧର୍ମଗଡ଼ ସୁଧୀର ରଞ୍ଜନ ପଟ୍ଟଯୋଷୀ, ଜିଲ୍ଲା ସଭାପତି ଭା.ଜ.ପା. ଯୁଗଳ କିଶୋର ପୋଢ, ଏସ୍.ପି. ନାଗରାଜ ଡି., ଅତିରିକ୍ତ ଜିଲ୍ଲାପାଳ (ସା.) ତନ୍ମୟ କୁମାର ଦରୱାନ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟା ପାଢୀ, ଡି.ଏଫ.ଓ. (ଉତ୍ତର) ଅନୁରାଗ ମିଶ୍ର, ଡି.ଏଫ.ଓ. (ଦକ୍ଷିଣ) କଳାଇ ଭାନାନ. ଆର., ଉପଜିଲାପାଳ ଧର୍ମଗଡ଼ ଧୀମାନ ଚକମା, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା ଙ୍କ ସମେତ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗୀୟ ଅଧିକାରୀ, ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ।

କଳାହାଣ୍ଡି ଜଳବାୟୁ ପରିବର୍ତ୍ତନ
Share. Facebook Twitter LinkedIn Email WhatsApp Copy Link

Related Posts

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026
Latest News

ଆଡମିଟ୍ କାର୍ଡ ଜାରି କଲା CBSE: ଦଶମ ଏବଂ ଦ୍ୱାଦଶ ଛାତ୍ରଛାତ୍ରୀମାନେ ତୁରନ୍ତ କରନ୍ତୁ ଡାଉନଲୋଡ୍

February 3, 2026

ଅଗ୍ନିବୀରମାନଙ୍କ ପାଇଁ ବଡ଼ ଘୋଷଣା କରିବେ ସରକାର?: ପ୍ରସ୍ତୁତି ଆରମ୍ଭ କଲା ଗୃହ ମନ୍ତ୍ରାଳୟ

February 3, 2026

୫୦୦% ଶୁଳ୍କ ଧମକ ଦେଇଥିବା ଆମେରିକା ନେତା, ଏବେ ଭାରତ ଉପରେ କହିଲେ…

February 3, 2026

U19 ବିଶ୍ୱକପ୍ ସେମିଫାଇନାଲ୍‌ରେ ଆଫଗାନିସ୍ତାନକୁ ଭେଟିବ ଭାରତ: କେଉଁଠାରେ ଦେଖିବେ ଲାଇଭ୍ ଷ୍ଟ୍ରିମିଂ

February 3, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଚ ସମିଟ୍ ୨୦୨୬: ୩୫,୦୦୦ ଟପିଲା ପଞ୍ଜୀକରଣ ସଂଖ୍ୟା

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.