Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାର୍ଚ୍ଚ ୧୦ ରେ ରାଜଧାନୀରେ ବିଶାଳ ଶିକ୍ଷକ ସମାବେଶ: ଜାଣନ୍ତୁ କ’ଣ ରହିଛି ଦାବି?
ଆଜିର ଖବର

ମାର୍ଚ୍ଚ ୧୦ ରେ ରାଜଧାନୀରେ ବିଶାଳ ଶିକ୍ଷକ ସମାବେଶ: ଜାଣନ୍ତୁ କ’ଣ ରହିଛି ଦାବି?

March 8, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଭିନ୍ନ ସମସ୍ୟା ନେଇ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ବ୍ୟାନରରେ ଆଗାମୀ ମାର୍ଚ୍ଚ ୧୦ ତାରିଖରେ ରାଜଧାନୀର ରାଜରାସ୍ତାରେ ଏକ ବିଶାଳ ଶିକ୍ଷକ ସମାବେଶ ସଂଗଠିତ କରିବାକୁ ଯାଉଛନ୍ତି ବୋଲି ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶ ପ୍ରେସ୍‌ମିଟ୍ ଜରିଆରେ ଗଣମାଧ୍ୟମକୁ ଜଣାଇଛନ୍ତି। ସମସ୍ତ ଅନୁଦାନ ଯୋଗ୍ୟ ବିଦ୍ୟାଳୟକୁ ତୁରନ୍ତ ଅନୁଦାନ ପ୍ରଦାନ କରିବା ଏବଂ ଅବସର ନେଉଥିବା ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନଙ୍କୁ ପେନସନ୍‌, ଅବସରକାଳୀନ ସୁବିଧା, ଚାକିରି ସର୍ତ୍ତାବଳୀ ପ୍ରଦାନ କ୍ଷେତ୍ରରେ ସରକାର ଅହେତୁକ ବିଳମ୍ବ କରୁଥିବା ପ୍ରତିବାଦରେ ଏ ସମାବେଶ ଅନୁଷ୍ଠିତ ହେଉଛି ବୋଲି ସମନ୍ୱୟ ସମିତି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଥାଉକି, ୨୦୦୪ ରୁ ୨୦୨୪ ମସିହା ମଧ୍ୟରେ ପାଞ୍ଚ ହଜାରରୁ ଊର୍ଦ୍ଧ୍ୱ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ଶୂନ୍ୟ ହସ୍ତରେ ଅବସର ନେଉଛନ୍ତି ଓ ମୃତ୍ୟୁବରଣ କରୁଛନ୍ତି। ଏହା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ। ପ୍ରବାଦ ପୁରୁଷ ସ୍ୱର୍ଗତଃ ବିଜୁବାବୁ ମୁଖ୍ୟମନ୍ତ୍ରୀ ଥିବା ସମୟରେ ୧୯୯୪ ମସିହାରେ ୩୦୧୨ ବିଦ୍ୟାଳୟ ସରକାରୀକରଣ ହୋଇଥିଲା। ତେଣୁ ନୂତନ ସରକାର ୩୦ ବର୍ଷ ପରେ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସମସ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ସରକାରୀକରଣ କଲେ ସମସ୍ତ ସମସ୍ୟାର ସମାଧାନ ହୋଇପାରିବ। ସେଗୁଡ଼ିକ ହେଲା ଅନୁଦାନଯୋଗ୍ୟ ବିଦ୍ୟାଳୟକୁ ଅନୁଦାନ ପ୍ରଦାନ କରିବା, ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ କଲେଜକୁ ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶାନୁସାରେ ଚାକିରି ସର୍ତ୍ତାବଳୀ ସହିତ ପେନସନ୍ ପ୍ରଦାନ କରିବା ଏବଂ ପୂର୍ଣ୍ଣ ଅନୁଦାନରୁ ବଞ୍ଚିତ ହୋଇଥିବା ବିଦ୍ୟାଳୟକୁ ପୂର୍ଣ୍ଣ ଅନୁଦାନ ପ୍ରଦାନ କରିବା, ନୂତନ ପେନସନ୍ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନସନ୍ ବ୍ୟବସ୍ଥା ଲାଗୁ କରିବା, ୨୦୦୪ ରୁ ୨୦୧୩ ମଧ୍ୟରେ ନିଯୁକ୍ତି ପାଇଥିବା ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ୬ଟି ନୋସନାଲ୍ ଇନ୍‌କ୍ରିମେଣ୍ଟ ଦେବା ସହିତ ବରିଷ୍ଠତା ପ୍ରଦାନ କରିବା, ୨୦୦୪ ମସିହାଠାରୁ ଅଦ୍ୟାବଧି ଅବସର ନେଇଥିବା ଏବଂ ଆଗାମୀ ଦିନରେ ଅବସର ନେବାକୁ ଥିବା ଶିକ୍ଷକ କର୍ମଚାରୀ ମାନଙ୍କୁ ପେନସନ୍ ଓ ଅବସରକାଳୀନ ସୁବିଧା ପ୍ରଦାନ କରିବା, ସମସ୍ତ ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସରକାରୀ କରଣ, ଗ୍ରେଡ଼ପେ ରେ ଥିବା ଅସଙ୍ଗତି ଦୂରୀକରଣ, ସମାନ କାମକୁ ସମାନ ଦରମା ସହିତ ଅବସର ବୟସସୀମା ୬୦ ରୁ ୬୨ ବର୍ଷକୁ ବୃଦ୍ଧି କରିବା ଏବଂ ରାଜ୍ୟର ସମସ୍ତ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ପାଇଁ ସମାନ ସରକାରୀ ସୁବିଧା ସୁଯୋଗ ଯଥା- ଶିକ୍ଷାଉପକରଣ, ପୋଷାକ ଓ ସାଇକେଲ ଆଦି ଯୋଗାଇ ଦେବା ଇତ୍ୟାଦି। ୨୫ରୁ ୩୦ ବର୍ଷ ବିନା ପାରିଶ୍ରମିକରେ ବୁଭୁକ୍ଷୁ ଅବସ୍ଥାରେ କାର୍ଯ୍ୟ କରୁଥିବା ଅନୁଦାନ ଯୋଗ୍ୟ ସ୍କୁଲ କଲେଜର ଶିକ୍ଷକ କର୍ମଚାରୀମାନଙ୍କର ଏହିସବୁ ଅସମାହିତ ସମସ୍ୟାର ସମାଧାନ ନିମନ୍ତେ ଓଡ଼ିଶାର ବହୁ ଶିକ୍ଷକ ଓ ଶିକ୍ଷାକର୍ମଚାରୀ ଗାନ୍ଧିମାର୍ଗରେ ମାର୍ଚ୍ଚ ମାସ ୧୦ ତାରିଖରେ ସମବେତ ହେବେ।

ଆସନ୍ତା ମାର୍ଚ୍ଚ ୧୦ ତାରିଖରେ ହଜାର ହଜାର ଶିକ୍ଷକ ଓ ଶିକ୍ଷା କର୍ମଚାରୀ କଂଗ୍ରେସଭବନ ଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଲୋୟର ପି.ଏମ୍‌.ଜି. ଅଭିମୁଖେ ଅଗ୍ରସର ହେବେ। ବିଧାନସଭା ସମ୍ମୁଖସ୍ଥ ଗାନ୍ଧିମାର୍ଗରେ ସଭା ଅନୁଷ୍ଠିତ ହେବ। ଉକ୍ତ ସଭାରେ ବୁଦ୍ଧିଜୀବୀ, ବିଶିଷ୍ଟ ବ୍ୟକ୍ତି ଓ ବିଧାୟକମାନେ ଉପସ୍ଥିତ ରହି ଉଦ୍‌ବୋଧନ ଦେବେ। ରାଜ୍ୟ ସରକାର ତୁରନ୍ତ ସମନ୍ୱୟ ସମିତିର ନେତୃତ୍ୱ ମାନଙ୍କ ସହିତ ଆଲୋଚନା କରି ସମସ୍ୟା ସମାଧାନର ରାସ୍ତା ବାହାର କରିବା ପାଇଁ ସମନ୍ୱୟ ସମିତିର ଆବାହକ ରଞ୍ଜନ କୁମାର ଦାଶଙ୍କ ସମେତ ସମନ୍ୱୟ ସମିତିର ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ. କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, କଳିଙ୍ଗ କେଶରୀ ପ୍ରଧାନ, ସୁରେଶ ଚନ୍ଦ୍ର ଦାସ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା ଏବଂ ମଧୁସୂଦନ ଦେ ପ୍ରମୁଖ ସରକାରଙ୍କ ନିକଟରେ ଦୃଢ଼ ଦାବୀ ଜଣାଇଛନ୍ତି।

ଅନୁଦାନ ଯୋଗ୍ୟ ବିଦ୍ୟାଳୟ ପେନସନ୍ ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026

ଗିରଫ ହେଲେ ରାମ ମନ୍ଦିରରେ ନମାଜ ପାଠ କରୁଥିବା ଅଭିଯୁକ୍ତ: ଜାଣନ୍ତୁ ଏହି ମାମଲାରେ କ’ଣ ହେବ ଦଣ୍ଡ?

January 10, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.