Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ତରଫରୁ ୨ ଦିନିଆ ଉତ୍ସବର ଶୁଭାରମ୍ଭ
ଆଜିର ଖବର

ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ତରଫରୁ ୨ ଦିନିଆ ଉତ୍ସବର ଶୁଭାରମ୍ଭ

March 12, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ୨ ଦିନିଆ ଉତ୍ସବର ଶୁଭାରମ୍ଭ

ଭୁବନେଶ୍ବର: ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସାଂସ୍କୃତିକ ଓ କ୍ରୀଡ଼ା ସଂସଦ ପକ୍ଷରୁ ଆୟୋଜିତ ୨ ଦିନିଆ ବାର୍ଷିକ ସାଂସ୍କୃତିକ ଉତ୍ସବ-୨୦୨୫ ରବୀନ୍ଦ୍ର ମଣ୍ଡପ ଠାରେ ଆଜିଠାରୁ ଆରମ୍ଭ ହୋଇଛି ।

କାର୍ଯ୍ୟକ୍ରମର ଉଦଘାଟନୀ ସଂଧ୍ୟାରେ ମୁଖ୍ୟ ଅତିଥି ଭାବେ ମୁଖ୍ୟ ଶାସନ ସଚିବ ଶ୍ରୀଯୁକ୍ତ ମନୋଜ ଆହୁଜା ଯୋଗଦାନ କରି ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଉତ୍ସବକୁ ଉଦଘାଟନ କରିଥିଲେ। କାର୍ଯ୍ୟକ୍ରମରେ ଯୋଗଦାନ ଅବସରରେ ଶ୍ରୀ ଆହୁଜା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ସାଂସ୍କୃତିକ ଓ କ୍ରୀଡା ସଂସଦର ସମସ୍ତ କର୍ମକତ୍ତା ଓ ସଦସ୍ୟମାନଙ୍କୁ ଶୁଭେଚ୍ଛା ଜଣାଇ କହିଥିଲେ ଯେ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ରାଜ୍ୟ ସରକାରଙ୍କ ଏକ ଗୁରୁତ୍ଵପୂର୍ଣ୍ଣ ବିଭାଗ।

ସରକାରଙ୍କ ବିଭିନ୍ନ କାର୍ଯ୍ୟନିୟମ, ସାଧାରଣ ସେବା ନିୟମ ଏବଂ ସର୍ତ୍ତାବଳୀ ଆଦି ସଂପର୍କରେ ସରକାରୀ ବିଭାଗଗୁଡ଼ିକୁ ପରାମର୍ଶ ଦେବା ତଥା ପ୍ରଶାସନିକ ସଂସ୍କାରରେ ବିଭାଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥାଏ । ବ୍ୟସ୍ତ ବହୁଳ ଜୀବନ ଶୈଳୀ ମଧ୍ୟରେ ବିଭାଗର କର୍ମଚାରୀମାନେ ସଂସଦ ମାଧ୍ୟରେ ବିଭିନ୍ନ ସାମାଜିକ, ସାଂସ୍କୃତିକ ଓ କ୍ରୀଡ଼ା ଆଦି କାର୍ଯ୍ୟକ୍ରମ ଆୟୋଜନ କରୁଥିବା ପ୍ରଶଂସନୀୟ ପଦକ୍ଷେପ ବୋଲି ସେ କହିଥିଲେ ।

ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ଏବଂ ଅତିରିକ୍ତ ଶାସନ ସଚିବ ଶ୍ରୀ ମନୋଜ କୁମାର ମହାନ୍ତି ଯୋଗଦେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଆୟୋଜନ କରୁଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଓଡ଼ିଶାର ନାଟ୍ୟ ପରମ୍ପରା, ସାମାଜିକ ଓ ସାଂସ୍କୃତିକ ଐତିହ୍ୟକୁ ବଜାୟ ରଖିବାରେ ଅନନ୍ୟ ପ୍ରୟାସ କରିଆସିଛି ବୋଲି ପ୍ରକାଶ କରିଥିଲେ ।

ବିଭାଗର ସାଂସ୍କୃତିକ ଓ କ୍ରୀଡା ସଂସଦର କାର୍ଯ୍ୟକାରୀ ସଭାପତି ଶ୍ରୀ ଅମୀୟ କୁମାର ଦାସ ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ସାଧାରଣ ସମ୍ପାଦକ ଶ୍ରୀ ନୀଳକଣ୍ଠ ଶର୍ମା ସଂସଦର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । କ୍ରୀଡ଼ା ସଚିବ ଶ୍ରୀ ଲୋକନାଥ ସାହୁ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭା ପରେ ପରେ ସଂସଦ ତରଫରୁ ସଂଗୀତ କାର୍ଯ୍ୟକ୍ରମ ଓ ନାଟକ “ମାୟାବୀ ସହର” ପରିବେଷଣ କରାଯାଇଥିଲା । ନାଟ୍ୟକାର ତଥା ନିର୍ଦ୍ଦେଶକ ଶ୍ରୀ ମଳୟ ରାଉତଙ୍କ ନିର୍ଦ୍ଦେଶନାରେ ସଂସଦର କଳାକାରମାନଙ୍କ ଦ୍ୱାରା ଅନୁଷ୍ଠିତ ଏହି ନାଟକକୁ ଦର୍ଶକମାନେ ଉପସ୍ଥିତ ରହି ଉପଭୋଗ କରିଥିଲେ ।

ମନୋଜ ଆହୁଜା ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026
Latest News

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.