Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାନ୍ଧିମାର୍ଗରେ ନ୍ୟାୟ ମାଗୁଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ, ସରକାର ନୀରବଦ୍ରଷ୍ଟା: ସମନ୍ୱୟ ସମିତି
ଆଜିର ଖବର

ଗାନ୍ଧିମାର୍ଗରେ ନ୍ୟାୟ ମାଗୁଛନ୍ତି ଶିକ୍ଷକ ଓ ଶିକ୍ଷାକର୍ମଚାରୀ, ସରକାର ନୀରବଦ୍ରଷ୍ଟା: ସମନ୍ୱୟ ସମିତି

March 13, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
teacher strike
ସରକାର ଶିକ୍ଷକମାନଙ୍କର ସମସ୍ୟା ଯଥାଶିଘ୍ର ସମାଧାନ କରନ୍ତୁ: ଓଷ୍ଟା

ଭୁବନେଶ୍ୱର: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତିର ଆହ୍ୱାନ କ୍ରମେ ବିଧାନସଭା ସମ୍ମୁଖରେ ଚାଲିଥିବା ଅହୋରାତ୍ର ଗଣଧାରଣା ବୁଧବାର ତୃତୀୟ ଦିବସରେ ଉପନୀତ। ଗାନ୍ଧୀମାର୍ଗର ଦୃଶ୍ୟ ଯିଏ ଦେଖିବ ମୁହଁରେ ପ୍ରକାଶ କରୁ ବା ନକରୁ ରାଜ୍ୟର ଶିକ୍ଷା ଓ ଶିକ୍ଷକଙ୍କର ପ୍ରକୃତ ମାର୍ମିକ ଛବି ହୃଦୟଙ୍ଗମ କରିପାରିବ। ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ ରାଜଧାନୀର ରାଜରାସ୍ତାରେ ବିଦ୍ୟାଳୟର ସ୍ଥାୟିତ୍ୱ ସହିତ ଅନୁଦାନ, ପେନ୍‌ସନ୍ ଏବଂ ଛାତ୍ରଛାତ୍ରୀମାନଙ୍କୁ ସମାନ ସୁବିଧା ଓ ସୁଯୋଗ ପ୍ରଦାନ ପାଇଁ ବିଧାନସଭାରେ ଏହି ସମସ୍ୟାଗୁଡ଼ିକର ସମାଧାନ ନିମନ୍ତେ ତିନି ଦିନ ଧରି ଦିନ ରାତି ଖରାକାକରରେ ବସିରହିଛନ୍ତି। ଭୁବନେଶ୍ୱର ଗାନ୍ଧିମାର୍ଗରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନେ ନିଜ ନିଜ ଅଞ୍ଚଳର ପରିଚାଳନା କମିଟି, ଅଭିଭାବକ, ପୁରାତନ ଛାତ୍ରଛାତ୍ରୀ ଓ ବୁଦ୍ଧିଜୀବୀ ଜନସାଧାରଣଙ୍କ ତରଫରୁ ଆଜି ନ୍ୟାୟ ମାଗୁଛନ୍ତି। କିନ୍ତୁ ଆମ ଦୁର୍ଭାଗ୍ୟ ଯେଉଁ ମାନଙ୍କୁ ଭୋଟ୍ ଦେଇ ସରକାର ଗଢ଼ିବାର ସୁଯୋଗ ଦେଲୁ ସେହି ସରକାର ଆଜି ନୀରବଦ୍ରଷ୍ଟା ସାଜି ବସି ରହିଛନ୍ତି ବୋଲି ସମନ୍ୱୟ ସମିତିର ଆବାହକ ସଂପାଦକ ରଞ୍ଜନ କୁମାର ଦାଶ ଏକ ପ୍ରେସ୍ ବିବୃତି ମାଧ୍ୟମରେ କହିଛନ୍ତି।

ସୂଚନାଥାଉକି, ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ବର୍ତ୍ତମାନର ସରକାର କ୍ଷମତାକୁ ଆସିବା ଦିନଠାରୁ ଯୋଗ୍ୟ ବିବେଚିତ ବିଦ୍ୟାଳୟକୁ ଅନୁଦାନ ଓ ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ କଲେଜର ଶିକ୍ଷକ କର୍ମଚାରୀମାନଙ୍କୁ ଉଚ୍ଚନ୍ୟାୟାଳୟର ନିର୍ଦ୍ଦେଶନାମା ଅନୁସାରେ ପେନସନ୍ ପ୍ରଦାନ ନମିନ୍ତେ ଦାବି କରାଯାଉଛି। କିନ୍ତୁ ସରକାର ପ୍ରତିଶ୍ରୁତି ଦେଇ ତାହାକୁ ପାଳନ ନକରିବାରୁ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନେ ଘୋର ନୈରାଶ୍ୟ ଓ ମାନସିକ ଯନ୍ତ୍ରଣା ଭିତରଦେଇ ଗତିକରୁଛନ୍ତି। ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀମାନେ ବାଧ୍ୟ ହେଉଛନ୍ତି ଶ୍ରେଣୀଗୃହ ଛାଡ଼ି ରାଜରାସ୍ତାରେ ବିଧାନସଭା ସମ୍ମୁଖରେ ଆନ୍ଦୋଳନ କରିବାକୁ।

ଶିକ୍ଷକ କର୍ମଚାରୀ ମାନଙ୍କର ପ୍ରମୁଖ ଦାବିଗୁଡ଼ିକ ମଧ୍ୟରୁ ଯୋଗ୍ୟ ବିବେଚିତ ସମସ୍ତ ସ୍କୁଲ କଲେଜକୁ ତୁରନ୍ତ ଅନୁଦାନ ପ୍ରଦାନ, ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ କଲେଜକୁ ଚାକିରି ସର୍ତ୍ତାବଳୀ ସହିତ ସରକାରୀ ଅନୁଷ୍ଠାନରେ ପରିଣତ କରି ପେନ୍‌ସନ୍ ପ୍ରଦାନ କରିବା ଏବଂ ପୂର୍ଣ୍ଣ ଅନୁଦାନରୁ ବଞ୍ଚିତ ହୋଇଥିବା ବିଦ୍ୟାଳୟକୁ ପୂର୍ଣ୍ଣ ଅନୁଦାନ ପ୍ରଦାନ କରିବା, ନୂତନ ପେନସନ୍ ବ୍ୟବସ୍ଥାକୁ ବାତିଲ କରି ପୂର୍ବ ପ୍ରଚଳିତ ପୁରୁଣା ପେନସନ୍ ଲାଗୁ କରିବା, ଅବସର ବୟସସୀମା ୬୨ ବର୍ଷକୁ ବୃଦ୍ଧି କରିବା, ଗ୍ରେଡ଼ପେରେ ଥିବା ଅସଙ୍ଗତି ଦୂରକରିବା, ସପ୍ତମ ବେତନରୁ ବଞ୍ôଚତ ଶିକ୍ଷକମାନଙ୍କୁ ସପ୍ତମ ବେତନ ପ୍ରଦାନ, ଚୁକ୍ତିଭିତ୍ତିକ ଶିକ୍ଷକମାନଙ୍କୁ ନୋସନାଲ୍ ଇନ୍‌କ୍ରିମେଣ୍ଟ ସହିତ ବରିଷ୍ଠତା ପ୍ରଦାନ କରିବା ଏବଂ ରାଜ୍ୟର ବେସରକାରୀ ଓ ଅନୁଦାନ ଯୋଗ୍ୟ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ସମସ୍ତ ସରକାରୀ ସୁବିଧା ସୁଯୋଗ ଯୋଗାଇ ଦେବା ଆଦି ଦାବି ଅନ୍ତୁର୍ଭୁକ୍ତ ଅଟେ।

ସମନ୍ୱୟ ସମିତି ପକ୍ଷରୁ କୁହାଯାଇଛି ଯେ ରାଜ୍ୟରେ ଯେଉଁ ଅନୁଦାନ ନୀତି ଅଛି ତାହା କାର୍ଯ୍ୟକାରୀ ହେଉ ନାହିଁ। ଫଳରେ ଅନୁଦାନ ଯୋଗ୍ୟ ସ୍କୁଲ କଲେଜ ଗୁଡ଼ିକ ଅନୁଦାନ ପାଉ ନାହାଁନ୍ତି। ୩୦ ବର୍ଷ ହେଲା ସେହି ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷକ ଓ ଶିକ୍ଷାକର୍ମଚାରୀମାନେ ମାଗଣାରେ ଗୋତି ଶ୍ରମିକ ଭଳି ଖଟୁଛନ୍ତି ଓ ନୂତନ ଅନୁଦାନ ପ୍ରାପ୍ତ ସ୍କୁଲ କଲେଜ ଗୁଡ଼ିକର ଶିକ୍ଷକ ଓ ଶିକ୍ଷାକର୍ମଚାରୀ ଶୂନ୍ୟ ହସ୍ତରେ ଅବସର ନେଉଛନ୍ତି ଓ ଅବସର ପରେ ହା ହତାଶ ମଧ୍ୟରେ ଜୀବନ ନିର୍ବାହ କରୁଛନ୍ତି। ରାଜ୍ୟରେ ପେନ୍‌ସନ ରୁଲ୍ ରହିଛି। ଏବେବି ଏକ ସଂଶୋଧିତ ରୁଲ୍ ଅଛି। କିନ୍ତୁ ଉଚ୍ଚ ନ୍ୟାୟାଳୟର ନିର୍ଦ୍ଦେଶ ଥିଲେ ମଧ୍ୟ ତାହାକୁ କାର୍ଯ୍ୟକାରୀ କରାଯାଉ ନାହିଁ। ଅବସର ବେଳେ ଶିକ୍ଷକଟିକୁ ରିକ୍ତ ହସ୍ତରେ ବିଦା କରାଯାଉଛି। ଯାହାବି ହେଉ ସମସ୍ୟା ସମାଧାନ ପାଇଁ ସରକାର ଆଗେଇ ନ ଆସିଲେ ଆନ୍ଦୋଳନ ଥମିବ ନାହିଁ।

ପାଲଲହଡ଼ାର ମାନ୍ୟବର ବିଧାୟକ ଅଶୋକ ମହାନ୍ତି ମହୋଦୟ ଗଣଶିକ୍ଷା ବିଭାଗର ମାନ୍ୟବର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ତରଫରୁ ଆନ୍ଦୋଳନ ସ୍ଥଳକୁ ଆସି ଶିକ୍ଷକ ମାନଙ୍କର ସମସ୍ୟାକୁ ତୁରନ୍ତ ସମାଧାନ କରିବା ପାଇଁ ପ୍ରସ୍ତାବ ରଖିଥିଲେ । ଶିକ୍ଷକ ମାନଙ୍କର ସମସ୍ୟା ସମ୍ପର୍କରେ ସରକାର ଅବଗତ ଅଛନ୍ତି କହିବା ସହିତ ଏହାକୁ ସମାଧାନ କରିବା ପାଇଁ ସରକାର ବଦ୍ଧପରିକର ବୋଲି କହିଥିଲେ । ମାନ୍ୟବର ବିଧାୟକ ଆନ୍ଦୋଳକୁ ସ୍ଥଗିତ କରିବା ପାଇଁ ନେତୃତ୍ୱମାନଙ୍କୁ ନିବେଦନ କରିଥିଲେ । ଓଷ୍ଟାର ପ୍ରାକ୍ତନ ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି ପ୍ରତିବାଦ ସଭାରେ ଉଦ୍‌ବୋଧନ ଦେଇଥିଲେ ।

ମାନ୍ୟବର ମୁଖ୍ୟମନ୍ତ୍ରୀ ଆଗକୁ ଆସି ଶିକ୍ଷକ ଓ ଶିକ୍ଷାକର୍ମଚାରୀ ମାନଙ୍କର ସମସ୍ୟା ସମାଧାନ କରି ଏକ ଶୈକ୍ଷିକ ବାତାବରଣ ସୃଷ୍ଟି କରିବେ ବୋଲି ସମନ୍ୱୟ ସମିତିର ନେତୃମଣ୍ଡଳୀ ସର୍ବଶ୍ରୀ ଆବାହକ ରଞ୍ଜନ କୁମାର ଦାଶ, ସମନ୍ୱୟ ସମିତିର ସଭାପତି ସୁକାନ୍ତ କୁମାର ବେହେରା, ଅକ୍ଷୟ କୁମାର ମିଶ୍ର, ବିକ୍ରମ କୁମାର ଦାସ, ପ୍ରମୋଦ କୁମାର ହୋତା, ହରେକୃଷ୍ଣ ପାଣିଗ୍ରାହୀ, ରଞ୍ଜନ କୁମାର ପଣ୍ଡା, ଏମ୍‌.ଏ.କାସିମ୍ ବେଗ୍‌, ପ୍ରଶାନ୍ତ କୁମାର ପତି, କଳିଙ୍ଗ କେଶରୀ ପ୍ରଧାନ, ସୁରେଶ ଚନ୍ଦ୍ର ଦାସ, ରାଜା ଓସିମ୍‌, ନୀଳମଣି ପୁରୋହିତ, ବ୍ରଜ କିଶୋର ବିଶ୍ୱାଳ, ଅଶୋକ କୁମାର ମହାପାତ୍ର, ଶଙ୍କର କୁମାର ସୁବୁଦ୍ଧି, ରାଜଲକ୍ଷ୍ମୀ ବେହେରା, ଜୟନ୍ତୀ ବଳ, ମାଣିକେଶ୍ୱର ସ୍ୱାଇଁ, ରମାକାନ୍ତ ମହାପାତ୍ର, ପ୍ରଦୀପ କୁମାର ମଙ୍ଗରାଜ, ନବକୁମାର ପଣ୍ଡା ଏବଂ ମଧୁସୂଦନ ଦେ ପ୍ରମୁଖ ସରକାରଙ୍କ ନିକଟରେ ଦାବି କରିଛନ୍ତି।

ଅହୋରାତ୍ର ଧାରଣା ଗାନ୍ଧିମାର୍ଗ ସମନ୍ୱୟ ସମିତି
Share. Facebook Twitter LinkedIn Email WhatsApp Copy Link

Related Posts

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026
Latest News

କନ୍ଧମାଳରେ ମାଓବାଦୀ ବିରୋଧୀ ଅଭିଯାନ: ଦୁଇ ମାଓବାଦୀ ନିହତ

February 24, 2026

ଭାରତ ଟ୍ୟାକ୍ସିର ‘ସାରଥି’ ମାନଙ୍କ ସହ ମତ ବିନିମୟ କଲେ ଅମିତ ଶାହ

February 24, 2026

ସାବଧାନ: ଆଜି ମଙ୍ଗଳବାରରେ ଏହି ରାଶିର ବ୍ୟକ୍ତିଙ୍କର ଦେଖାଯାଇପାରେ ସ୍ୱାସ୍ଥ୍ୟ ସମସ୍ୟା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.