Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରାପଡ଼ାରେ ନାନୋ ୟୁନିକର୍ନ୍ ଯୋଜନାର ଉଦଯାପନ ସମାରୋହ ଅନୁଷ୍ଠିତ
ଆଜିର ଖବର

କେନ୍ଦ୍ରାପଡ଼ାରେ ନାନୋ ୟୁନିକର୍ନ୍ ଯୋଜନାର ଉଦଯାପନ ସମାରୋହ ଅନୁଷ୍ଠିତ

March 14, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ରାପଡ଼ା: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ଵାରା ନାନୋ ୟୁନିକର୍ନ୍ ଯୋଜନାର ସଫଳତା ନିମନ୍ତେ ଜିଲ୍ଲା ପ୍ରଶାସନ, କେନ୍ଦ୍ରାପଡ଼ା ଓ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ନାନୋ ୟୁନିକର୍ନ୍ ଯୋଜନା ମାଧ୍ୟମରେ ଦକ୍ଷତା ବିକାଶ ତାଲିମ ପ୍ରଦାନ ପାଇଥିବା ପ୍ରାର୍ଥୀ ଓ ପ୍ରାର୍ଥୀନୀ ମାନଙ୍କୁ ଉଦ୍ୟୋଗତା ରୂପେ ଆତ୍ମ ନିର୍ଭରଶୀଳ ହେବା ନିମନ୍ତେ ଏକ ଦଶ ଦିନିଆ ତାଲିମ ପ୍ରଦାନ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଅଛି।

ଏହି ଯୋଜନା ନିମନ୍ତେ ଅନଲାଇନ ମାଧ୍ୟମରେ ପ୍ରାର୍ଥୀ ଓ ପ୍ରାର୍ଥୀନୀ ମାନେ ଆବେଦନ କରିଥିଲେ ଏବଂ ଅଧିକୃତ କମିଟି ଦ୍ଵାରା ଉପଯୁକ୍ତ ପ୍ରାର୍ଥୀ ଓ ପ୍ରାର୍ଥୀନୀ ଚୟନ କରାଯାଇ ତା ୦୪.୦୩.୨୦୨୫ ରିଖ ଠାରୁ ତା ୧୩.୦୩.୨୦୨୫ ରିଖ ପର୍ଯ୍ୟନ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ବୃନ୍ଦ ଏବଂ ଟାଟା ଷ୍ଟ୍ରାଇଭ୍ ଅଧିକାରୀ ମାନଙ୍କ ଦ୍ଵାରା ତାଲିମ ପ୍ରଦାନ କରାଯାଇଥିଲା। ଏହି ତାଲିମ ଟାଟା ଷ୍ଟ୍ରାଇଭର ଉଦ୍ୟୋଗୀକରଣ ତାଲିମ ପ୍ରଦାନ ଅଧିକାରୀ ଡେନିଶ୍ ରାଜ୍ ନାୟକ,ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟର କର୍ମଚାରୀ ବିଜୟ କୁମାର ପତି, ଶ୍ରଦ୍ଧାଞ୍ଜଳୀ ପ୍ରଧାନ, ରିଚା ବିଶ୍ଵାଳ, ଜିତେନ୍ଦ୍ର କୁମାର ସେଠୀ, ଆଶୁତୋଷ ତ୍ରିପାଠୀ, ହରିଚନ୍ଦନ ରାଉତଙ୍କ ସହଯୋଗରେ ସମାପନ କରାଯାଇଥିଲା।

ଉଦଯାପନ ଦିବସରେ ଲିଡ୍ ବ୍ୟାଙ୍କ୍ ମ୍ୟାନେଜର ମନୋଜ ପ୍ରଧାନୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ  ବିଜୟ କେତନ ସାହୁ ତାଲିମ ପ୍ରାପ୍ତ ଯୁବକ ଓ ଯୁବତୀ ମାନଙ୍କୁ ଉଦବୋଧନ ଦେଇ କହିଥିଲେ ଯେ “ନିଜର ଆର୍ଥିକ ଓ ସାମାଜିକ ଅବସ୍ତାର ଉନ୍ନତି ନିମନ୍ତେ ଦକ୍ଷତା ବିକାଶ ତାଲିମ ମାଧ୍ୟମରେ ଆତ୍ମ ନିର୍ଭରଶୀଳତା ଏକ ମାଧ୍ୟମ”।

ଏହି ଉଦଯାପନ ଦିବାସର ଶେଷ ପର୍ଯ୍ୟାୟରେ ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ଏବଂ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଘନଶ୍ୟାମ ସା ତାଲିମ ପ୍ରାପ୍ତ ଯୁବକ ଓ ଯୁବତୀ ମାନଙ୍କୁ ମାନପତ୍ର ପ୍ରଦାନ କରିଥିଲେ। ଏହି ଯୋଜନା ମାଧ୍ୟମରେ ତାଲିମ ପ୍ରାପ୍ତ ଯୁବକ ଓ ଯୁବତୀ ମାନଙ୍କୁ ଏକ ଲକ୍ଷ ଟଙ୍କାର ଆର୍ଥିକ ରାଶି ପ୍ରଦାନ କରାଯିବାର ବ୍ୟବସ୍ତା କରାଯାଇଅଛି।

ଉଦଯାପନ ସମାରୋହ ଓଡିଶା ସରକାର କେନ୍ଦ୍ରାପଡା
Share. Facebook Twitter LinkedIn Email WhatsApp Copy Link

Related Posts

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026
Latest News

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026

କେନ୍ଦୁଝର ପାଟଣା ବ୍ୟାଙ୍କକୁ ଶବ ନେବା ଘଟଣା: ମୁଖମନ୍ତ୍ରୀଙ୍କ RDC ତଦନ୍ତ ନିର୍ଦ୍ଦେଶ

April 28, 2026

ପିଲା ଚୋର ସନ୍ଦେହରେ ନିସ୍ତୁକ ମାଡ଼

April 28, 2026

ଆୟୁର୍ବେଦ, ହୋମିଓପାଥିକ ଚୁକ୍ତିଭିତ୍ତିକ ଶିକ୍ଷକଙ୍କ ଦରମା ବୃଦ୍ଧି

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.