Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ପହଞ୍ଚିଲା ସିଆଇଏସଏଫ୍ ଗ୍ରେଟ୍ ଇଣ୍ଡିଆନ କୋଷ୍ଟାଲ ସାଇକ୍ଲୋଥନ
ଆଜିର ଖବର

ପୁରୀରେ ପହଞ୍ଚିଲା ସିଆଇଏସଏଫ୍ ଗ୍ରେଟ୍ ଇଣ୍ଡିଆନ କୋଷ୍ଟାଲ ସାଇକ୍ଲୋଥନ

March 14, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ସିଆଇଏସଏଫ ଗ୍ରେଟ୍ ଇଣ୍ଡିଆନ କୋଷ୍ଟାଲ ସାଇକ୍ଲୋଥନ ପାରାଦୀପଠାରୁ ୧୨୦ କିଲୋମିଟର ଯାତ୍ରା କରି ମାର୍ଚ୍ଚ ୧୩, ୨୦୨୫ରେ କୋଣାର୍କରେ ପହଞ୍ଚିଥିଲା। ଉପକୂଳ ସୁରକ୍ଷା, ପରିବେଶ ସଂରକ୍ଷଣ ଏବଂ ଗୋଷ୍ଠୀ ନିୟୋଜନ ପାଇଁ ନିଜର ମିଳିତ ଅଙ୍ଗୀକାରକୁ ଦୋହରାଇ ସ୍ଥାନୀୟ ଲୋକେ ସାଇକେଲ ଚାଳକମାନଙ୍କୁ ସ୍ବାଗତ କରିଥିଲେ। ସେଠାରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସିଆଇଏସ୍ଏଫ୍ ଡିଆଇଜି ନେକ୍ସ-୩ (ଏମ୍) ଡ. ମହମ୍ମଦ ସାଇକ, ଷ୍ଟେଟବ୍ୟାଙ୍କ ଓଡ଼ିଶା ସର୍କଲର ଜିଏମ୍ କୌଶଲ, ଏଏଆଇର ଏପିଡି ପ୍ରସନ୍ନ ପ୍ରଧାନ, ପାରାଲିମ୍ପିକ୍ସ ସ୍ୱର୍ଣ୍ଣ ପଦକ ବିଜେତା ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ପ୍ରମୋଦ ଭଗତ ଏବଂ ଜାତୀୟ ଭଲିବଲ୍ ଖେଳାଳି ଶ୍ରୀକାନ୍ତ ନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ସେମାନଙ୍କ ଉପସ୍ଥିତି ଜାତୀୟ ନିରାପତ୍ତା ଏବଂ ଗୋଷ୍ଠୀ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବାରେ ସାଇକ୍ଲୋଥନର ମହତ୍ତ୍ୱକୁ ରେଖାଙ୍କିତ କରିଥିଲା।

ସନ୍ଧ୍ୟାରେ ସ୍ୱାଗତ ନୃତ୍ୟ, ଦେଶାତ୍ମବୋଧକ ସଙ୍ଗୀତ, ଓଡ଼ିଶୀ ଓ ସମ୍ବଲପୁରୀ ଲୋକକଳା ପରିବେଷଣ ଓ ବିଭିନ୍ନ ପେସାଦାର ଦଳମାନଙ୍କ ପକ୍ଷରୁ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜନସାଧାରଣଙ୍କୁ ସମ୍ବୋଧିତ କରି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନାଗରିକମାନଙ୍କ ମଧ୍ୟରେ ଉପକୂଳ ସୁରକ୍ଷା ସଚେତନତା ବୃଦ୍ଧିରେ ଏହାର ଭୂମିକା ଉପରେ ଗୁରୁତ୍ବାରୋପ କରିବା ସହ ଏହି ମହାନ ପଦକ୍ଷେପ ଗ୍ରହଣ କରିଥିବାରୁ ସିଆଇଏସଏଫକୁ ପ୍ରଶଂସା କରିଥିଲେ।

ମାର୍ଚ୍ଚ ୧୪ ତାରିଖରେ ଏହି ସାଇକେଲ ଚାଳକମାନେ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ନିଜର ଦିନ ଆରମ୍ଭ କରିଥିଲେ। ଏହାପରେ ସେମାନେ ପୁରୀ ବେଳାଭୂମିରେ ପହଞ୍ଚିଥିଲେ, ଯେଉଁଠାରେ ପ୍ରସିଦ୍ଧ ବାଲୁକା ଶିଳ୍ପୀ ତଥା ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ବାରା ନିର୍ମିତ ପ୍ରେରଣାଦାୟୀ ବାଲୁକା କଳା ସହ ଏହି ଯାତ୍ରାକୁ ପତାକା ଦେଖାଇ ସ୍ବାଗତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ସ୍କୁଲ ପିଲାଙ୍କ ସମେତ ସ୍ଥାନୀୟ ସମୁଦାୟର ସକ୍ରିୟ ଅଂଶଗ୍ରହଣ କରାଯାଇଥିଲା ଏବଂ ଭାରତର ସମୃଦ୍ଧ ଐତିହ୍ୟକୁ ପାଳନ କରି ସାଂସ୍କୃତିକ ପରିବେଷଣ କରାଯାଇଥିଲା ।

ଏହାପରେ ସାଇକେଲ ଚାଳକମାନେ ବ୍ରହ୍ମଗିରି, ସାତପଡ଼ା ଓ ଜାହ୍ନିକୁଦା ଭଳି ପ୍ରମୁଖ ଉପକୂଳବର୍ତ୍ତୀ ଅଞ୍ଚଳ ଅତିକ୍ରମ କରି ସାମୁଦ୍ରିକ ସୁରକ୍ଷା, ଉପକୂଳ ସୁରକ୍ଷା ଓ ବିପର୍ଯ୍ୟୟ ପ୍ରସ୍ତୁତି ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଗୋଷ୍ଠୀ ସଚେତନତା କାର୍ଯ୍ୟକ୍ରମରେ ନିୟୋଜିତ ହୋଇଥିଲେ। ୧୨୫ କିଲୋମିଟର ରାସ୍ତା ଅତିକ୍ରମ କରିବା ପରେ ଶେଷରେ ସେମାନେ ମାଲୁଦରେ ପହଞ୍ଚିଥିଲେ, ଯାହା ସେମାନଙ୍କ ପ୍ରେରଣାଦାୟକ ଯାତ୍ରାରେ ଆଉ ଏକ ମାଇଲଖୁଣ୍ଟ।

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଦ୍ୱାରା ମାର୍ଚ୍ଚ ୭, ୨୦୨୫ରେ ଉଦଘାଟିତ ହୋଇଥିବା ସିଆଇଏସଏଫ କୋଷ୍ଟାଲ ସାଇକ୍ଲୋଥନର ଲକ୍ଷ୍ୟ ହେଉଛି ଉପକୂଳବର୍ତ୍ତୀ ସମୁଦାୟଙ୍କୁ ସଚେତନ କରିବା ଏବଂ ଭାରତର ସାମୁଦ୍ରିକ ଭିତ୍ତିଭୂମିର ସୁରକ୍ଷାରେ ସିଆଇଏସଏଫର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିବା। ଏହା ମାଧ୍ୟମରେ ପଶ୍ଚିମ ଓ ପୂର୍ବ ଉପକୂଳରେ ଦୁଇଟି ଟିମ୍ ଯାତ୍ରା କରି ୧୧ଟି ରାଜ୍ୟ ପରିକ୍ରମା କରି ଗୁରୁତ୍ୱପୂର୍ଣ୍ଣ ଉପକୂଳ କେନ୍ଦ୍ର ଓ ଶିଳ୍ପାଞ୍ଚଳକୁ ଅନ୍ତର୍ଭୁକ୍ତ କରୁଛନ୍ତି। ଏହି ରାଲିରେ ସାଧାରଣ ଜନତାଙ୍କ ଯୋଗଦାନକୁ ପ୍ରେତ୍ସାହିତ କରାଯାଉଛି। ଏ ସଂପର୍କରେ ଅଧିକ ବିବରଣୀ ଓ ସୂଚନା ଓ ଅଂଶଗ୍ରହଣ ସୁଯୋଗ ପାଇଁ ସେମାନେ www.cisfcyclothon.com ଦେଖିପାରିବେ । ଏହି ଦଳ ଓଡ଼ିଶା ଦେଇ ଆଗକୁ ବଢ଼ୁଥିବା ବେଳେ ସେମାନଙ୍କ ବାର୍ତ୍ତା ସ୍ପଷ୍ଟ ରହିଛି: ‘ସୁରକ୍ଷିତ ଉପକୂଳ, ସମୃଦ୍ଧ ଭାରତ”।

ସିଆଇଏସଏଫ୍
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.