Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡିରୁ “ଅନ୍ତୋଦୟ ଗୃହ ଯୋଜନା” ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଆଜିର ଖବର

କଳାହାଣ୍ଡିରୁ “ଅନ୍ତୋଦୟ ଗୃହ ଯୋଜନା” ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

March 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ରାଜ୍ୟରେ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ଗରିବ ପରିବାରକୁ ପକ୍କା ଘର ଯୋଗାଇବା ପାଇଁ ବିଜେପି ରାଜ୍ୟ ସରକାରଙ୍କ ସାତ ହଜାର ପାଞ୍ଚ ଶହ ପଚାଶ କୋଟି ଟଙ୍କାର ବ୍ୟୟ ଅନୁଦାନରେ ଚଳିତ ବଜେଟରେ ଏକ ନୂଆ ଯୋଜନା “ଅନ୍ତୋଦୟ ଗୃହ ଯୋଜନା”ର ଶୁଭାରମ୍ଭ କରିବାକୁ ଯାଉଛନ୍ତି। ରାଜ୍ୟର ଏହି ବହୁ ପ୍ରତିକ୍ଷୀତ ଯୋଜନାର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ କଳାହାଣ୍ଡି ଭଳି ଏକ ଆକାଂକ୍ଷି ଜିଲ୍ଲାରେ ଆସନ୍ତା ୩୦ ମାର୍ଚ୍ଚ ରବିବାର ଦିନ ଭବାନୀପାଟଣା ଠାରେ ଶୁଭାରମ୍ଭ କରିବା ପାଇଁ କାର୍ଯ୍ୟକ୍ରମ ରହିଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରଥମ କଳାହାଣ୍ଡି ଗସ୍ତ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ କରିବା ପାଇଁ ବିଜେପି ଦଳ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଭବାନୀପାଟଣା ସର୍କିଟ ହାଉସ ଠାରେ ସଭାପତି ଯୁଗଳ କିଶୋର ପୋଡ଼ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଧର୍ମଗଡ଼ ବିଧାୟକ ସୁଧିର ପଟ୍ଟଯୋଷି, ପୂର୍ବତନ ସଭାପତି ଦେବେନ୍ଦ୍ର ମହାନ୍ତି, ଆର୍ତ୍ତତ୍ରାଣ ମହାପାତ୍ର, ଜିଲ୍ଲା ଉପସଭାପତି ପ୍ରଶାନ୍ତ କୁମାର ସାହୁ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରି ସୁଚିନ୍ତିତ ମତାମତ ଦେଇଥିଲେ ଓ ଜିଲ୍ଲା ଭାରତୀୟ ଜନତା ପାର୍ଟି ଆନ୍ତରିକ ପକ୍ଷରୁ କୃତଜ୍ଞତା ଓ ଧନ୍ୟବାଦ୍ ଅର୍ପଣ କରିଛନ୍ତି।

ଜିଲ୍ଲା ସଙ୍ଗଠନର ସମସ୍ତ କର୍ମକର୍ତ୍ତା, ସମସ୍ତ ମୋର୍ଚ୍ଚାର ସଭାପତି ଓ ଛାମୁଆ ସଂଗଠନର କର୍ମକର୍ତ୍ତା ଓ ବରିଷ୍ଠ ସଦସ୍ୟ ସଦସ୍ୟା ମାନେ ସଂଘବଦ୍ଧ ଭାବେ ମାନ୍ୟବର ମୂଖ୍ୟମନ୍ତ୍ରୀଙ୍କ କଳାହାଣ୍ଡି ଗସ୍ତକୁ ସଫଳ କରିବା ପାଇଁ ଧର୍ମଗଡ ବିଧାୟକ ସୁଧିର ପଟ୍ଟଯୋଷି ସମସ୍ତଙ୍କୁ ଅନୁରୋଧ କରିଥିଲେ। ସମସ୍ତ କର୍ମକର୍ତ୍ତା ଓ ତୃଣମୂଳ ସ୍ତର କର୍ମୀ ଏଥିରେ ସକ୍ରିୟ ସହଯୋଗ ପାଇଁ ସହମତି ପ୍ରକାଶ କରିଥିଲେ।

ଅନ୍ତୋଦୟ ଗୃହ ଯୋଜନା କଳାହାଣ୍ଡି ପକ୍କା ଘର ବିଜେପି ସରକାର ଭବାନୀପାଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Latest News

ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଅଟୋ ଆମ୍ବୁଲାନ୍ସ ପ୍ରଦାନ

April 27, 2026

ଆଜି ବାଙ୍ଗାଲୋର ବନାମ ଦିଲ୍ଲୀ: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

April 27, 2026

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.