
ପୁରୀ: ଆଜି ଚୈତ୍ର କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କର ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବା ପରେ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ଘଟିକା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବାକୁ ଧାର୍ଯ୍ୟ କରାଯାଇଅଛି। ଏହି ଗୁପ୍ତ ନୀତି ସମ୍ପାଦନ ସମୟରେ ଶ୍ରୀଜୀଉ ମାନଙ୍କର ସର୍ବସାଧାରଣ ଦର୍ଶନ ପ୍ରାୟ ୫ ଘଣ୍ଟା ପାଇଁ ବନ୍ଦ ରହିବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଅଛି।