Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ
ଆଜିର ଖବର

ବରିଷ୍ଠ ନାଗରିକ ତୀର୍ଥଯାତ୍ରାର ଶୁଭାରମ୍ଭ

March 19, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ରାପଡା: ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଅଧିନସ୍ଥ “ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା”ରେ ୧୦୫ ଜଣ ବରିଷ୍ଠ ତୀର୍ଥଯାତ୍ରୀ କେନ୍ଦ୍ରାପଡା ଟାଉନ ହଲ ଠାରୁ ଅଯୋଧ୍ୟା – ବାରଣାସୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି। ଏହି ଉପଲକ୍ଷେ ମଙ୍ଗଳବାର ଅପରାହ୍ଣ ୦୩.୦୦ ଘଟିକା ସମୟରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର ପତାକା ଦେଖାଇ ଯାତ୍ରାର ଶୁଭାରମ୍ଭ କରିଥିଲେ।

ଟାଉନ ହଲଠାରେ ବରିଷ୍ଠ ନାଗରିକଙ୍କ ପଞ୍ଜୀକରଣ ଓ ସ୍ଵାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ସ୍ଵାସ୍ଥ୍ୟ ଯାଞ୍ଚରେ ଯୋଗ୍ୟ ବିବେଚିତ ହୋଇଥିବା ବରିଷ୍ଠ ନାଗରିକମାନେ ତୀର୍ଥଯାତ୍ରା ପାଇଁ ଉଦ୍ଧିଷ୍ଟ ବସ୍ ଯୋଗେ ଯାତ୍ରା ଆରମ୍ଭ ପାଇଁ ବସିଥିଲେ। ଏମାନଙ୍କ ମଧ୍ୟରେ ୨୭ ବରିଷ୍ଠ ଦମ୍ପତି ଓ ୫୧ ଜଣ ବରିଷ୍ଠ ନାଗରିକ ରହିଥିବା ବେଳେ ପୁରୁଷଙ୍କ ସଂଖ୍ୟା ୫୬ ଓ ମହିଳାଙ୍କ ସଂଖ୍ୟା ୪୯ ରହିଛି।

ସୂଚନାଯୋଗ୍ୟ ଯେ, ସେମାନେ ଏଠାରୁ ଯାଇ ଭୁବନେଶ୍ଵର ୟୁନିଟ – ୯ ସ୍ଥିତ ବାଳକ ଉଚ୍ଚ ବିଦ୍ୟାଳୟଠାରେ ରାତ୍ରି ବିଶ୍ରାମ କରିବାର ଆୟୋଜନ ରାଜ୍ୟ ସରକାରଙ୍କ ପକ୍ଷରୁ କରାଯାଇଛି। ଆଜି ପୂର୍ବାହ୍ଣ ୧୧.୪୫ ଘଟିକା ସମୟରେ ଭୁବନେଶ୍ଵର ରେଳ ଷ୍ଟେସନଠାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ଶୁଭ ଉଦ୍ଘାଟନ ପରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଟ୍ରେନ ଯୋଗେ ସମସ୍ତ ତୀର୍ଥଯାତ୍ରୀ ଅଯୋଧ୍ୟା – ବାରଣାସୀ ଅଭିମୁଖେ ଯାତ୍ରା ଆରମ୍ଭ କରିବେ।

ଏହି ଯାତ୍ରାର ସମୟସୀମା ମାର୍ଚ୍ଚ ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨୪ ତାରିଖରେ ଶେଷ ହେବ। କେନ୍ଦ୍ରାପଡାରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ ସମୟରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ରୂପାଲୀ ପ୍ରିୟଦର୍ଶିନୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ କେତନ ସାହୁ, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅଧିକାରୀ ତ୍ରିଭୁବନ ଜୟସିଂହ, ବରିଷ୍ଠ ତୀର୍ଥଯାତ୍ରୀ ଓ ତାଙ୍କ ପରିବାର ସଦସ୍ୟ, କର୍ମକର୍ତ୍ତା ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଯୁକ୍ତ ୪ ଜଣ ଏସ୍କର୍ଟ କର୍ମଚାରୀମାନେ ଉପସ୍ଥିତ ଥିଲେ।

ଓଡିଶା ସରକାର କେନ୍ଦ୍ରାପଡା ପର୍ଯ୍ୟଟନ ବିଭାଗ ବରିଷ୍ଠ ନାଗରିକ ତୀର୍ଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.