Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବ ଦାସ ହତ୍ୟାକାଣ୍ଡ ମାମଲା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପତ୍ନୀ ମୀନତି ଦାସ ଏବଂ ଝିଅ ଦୀପାଳି ଦାସ
ଆଜିର ଖବର

ନବ ଦାସ ହତ୍ୟାକାଣ୍ଡ ମାମଲା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପତ୍ନୀ ମୀନତି ଦାସ ଏବଂ ଝିଅ ଦୀପାଳି ଦାସ

March 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବ ଦାସ ହତ୍ୟାକାଣ୍ଡ
ନବ ଦାସ ହତ୍ୟାକାଣ୍ଡ ମାମଲା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପତ୍ନୀ ମୀନତି ଦାସ ଏବଂ ଝିଅ ଦୀପାଳି ଦାସ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ । ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି।

ସ୍ୱର୍ଗତ ଦାସଙ୍କ ପତ୍ନୀ ଶ୍ରୀମତୀ ମୀନତି ଦାସ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ତାଙ୍କ ସ୍ୱାମୀଙ୍କ ହତ୍ୟାକାଣ୍ଡର ତଦନ୍ତ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହି ଆଲୋଚନା ସମୟରେ ତାଙ୍କ କନ୍ୟା ପୂର୍ବତନ ବିଧାୟିକା ଦୀପାଳି ଦାସ ଓ ପୁତ୍ର ବିଶାଳ ଦାସ ମଧ୍ୟ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯେଉଁଭଳି ଭାବେ ଏହି ଘଟଣା ଘଟିଲା ତାହା ଅତ୍ୟନ୍ତ ଦୁଃଖଦ ଓ ନିନ୍ଦନୀୟ । ଏହି ଘଟଣାରେ ସରକାର ସବୁ ଦିଗକୁ ପୁଣି ଥରେ ତନ୍ନ ତନ୍ନ କରି ପରୀକ୍ଷା କରିବେ ଏବଂ ପ୍ରକୃତ ଦୋଷୀକୁ ଖୋଜି ବାହାର କରିବେ। ଆଇନର ମର୍ଯ୍ୟାଦା ମଧ୍ୟରେ ଦୋଷୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଭରସା ଦେଇଥିଲେ।

ଶ୍ରୀମତୀ ଦାସଙ୍କୁ ତଦନ୍ତକାରୀ ସଂସ୍ଥାକୁ ସହଯୋଗ କରିବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେ ଯେ କୌଣସି ସମୟରେ ତାଙ୍କୁ ବ୍ୟକ୍ତିଗତ ଭାବେ ଏ ସମ୍ପର୍କରେ ଅବଗତ କରାଇପାରିବେ । ସେ ନିଜେ ଓ ତାଙ୍କ ସରକାର ନ୍ୟାୟ ସପକ୍ଷରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବ୍ୟକ୍ତିଗତ ଭାବେ ଭେଟି ଏହି ଆଲୋଚନା କରିଥିବାରୁ ଏବଂ ନ୍ୟାୟ ମିଳିବାର ଭରସା ଦେଇଥିବାରୁ ଶ୍ରୀମତୀ ଦାସ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ।

ଦୀପାଳି ଦାସ ନବ ଦାସ ହତ୍ୟାକାଣ଼୍ଡ ମୁଖ୍ୟମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱର ସର୍ବବୃହତ ଦହି ଉତ୍ପାଦନ କାରଖାନାର ଭୂମି ପୂଜନ କଲେ ଅମିତ ଶାହ

July 20, 2026

ଓଡ଼ିଶାର ନୂଆ ଉପକୂଳ ରାଜପଥ: ଆଧ୍ୟାତ୍ମିକ ଯାତ୍ରା ଏବଂ ଉପକୂଳ ପର୍ଯ୍ୟଟନର ମାର୍ଗ

July 20, 2026

ପଶ୍ଚିମବଙ୍ଗର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ଅମିତ ଶାହ

July 20, 2026

ଲୋକ ଭବନଠାରେ ରାଜ୍ୟପାଳଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସାକ୍ଷାତ

July 20, 2026
Latest News

ବିଶ୍ୱର ସର୍ବବୃହତ ଦହି ଉତ୍ପାଦନ କାରଖାନାର ଭୂମି ପୂଜନ କଲେ ଅମିତ ଶାହ

July 20, 2026

ଓଡ଼ିଶାର ନୂଆ ଉପକୂଳ ରାଜପଥ: ଆଧ୍ୟାତ୍ମିକ ଯାତ୍ରା ଏବଂ ଉପକୂଳ ପର୍ଯ୍ୟଟନର ମାର୍ଗ

July 20, 2026

ପଶ୍ଚିମବଙ୍ଗର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ଅମିତ ଶାହ

July 20, 2026

ଲୋକ ଭବନଠାରେ ରାଜ୍ୟପାଳଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ସାକ୍ଷାତ

July 20, 2026

ଦୈନିକ ରାଶିଫଳ: ଜୁଲାଇ ୨୦ ରେ କ’ଣ ରହିବ ଆପଣଙ୍କ ଭାଗ୍ୟଫଳ?, ଜାଣନ୍ତୁ

July 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.