Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଉଦ୍‌ଘାଟିତ
ଆଜିର ଖବର

ସୋଆରେ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଉଦ୍‌ଘାଟିତ

March 22, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ପାଇଁ ଆରମ୍ଭ ହେବାକୁ ଯାଉଥିବା ସୋଆ ଏନ୍‌ଏସ୍‌ଏସ୍ ବ୍ୟୁରୋ ଦ୍ୱାରା ଆୟୋଜିତ ଦୁଇ ଦିନିଆ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) କ୍ୟାମ୍ପସର ବାଂଶୁରୀଗୁରୁ ଅଡିଟୋରିୟମ୍‌ରେ ଶୁକ୍ରବାର ଉଦ୍‌ଘାଟିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଖୋର୍ଦ୍ଧା ଜିଲ୍ଲା ପାଇଁ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟକୁ ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ର ନୋଡାଲ କେନ୍ଦ୍ର ଭାବେ ଚୟନ କରିଥିବାରୁ ନେହେରୁ ଯୁବ କେନ୍ଦ୍ର ସଂଗଠନ ଭୁବନେଶ୍ୱର ଓ ଏନ୍‌ଏସ୍‌ଏସ୍ ଭୁବନେଶ୍ୱରକୁ ସାଧୁବାଦ ଦେଇଥିଲେ।

କାର୍ଯ୍ୟକ୍ରମରେ ସୋଆ ଆଉଟ୍‌ରିଚ୍ ନିର୍ଦ୍ଦେଶକ ତଥା ଏନ୍‌ଏସ୍‌ଏସ୍ ବ୍ୟୁରୋର କାର୍ଯ୍ୟକ୍ରମ ସଂଯୋଜକ ପ୍ରଫେସର ଡକ୍ଟର ନଚିକେତା ଶର୍ମା ସମସ୍ତ ଅତିଥିବୃନ୍ଦଙ୍କୁ ସ୍ୱାଗତ କରି ସେମାନଙ୍କର ପରିଚୟ ପ୍ରଦାନ କରିଥିଲେ। ଏନଏସ୍‌ଏସ୍ ଭୁବନେଶ୍ୱରର ଯୁବ ଅଧିକାରୀ ଅଜିତ କୁମାର ଯୁବ ସଂସଦ କାର୍ଯ୍ୟକ୍ରମର ଗଠନ ଉପରେ ବକ୍ତବ୍ୟ ରଖିଥିଲେ।

ଏନଏସଏସ୍ ଭୁବନେଶ୍ୱରର ଆଂଚଳିକ ନିର୍ଦ୍ଦେଶିକା ସରିତା ପଟେଲ ତାଙ୍କ ବକ୍ତବ୍ୟରେ କହିଥିଲେ ‘ଭାରତ ସରକାରଙ୍କର ଏହି ‘ବିକଶିତ ଭାରତ ଯୁବ ସଂସଦ ୨୦୨୫’ କାର୍ଯ୍ୟକ୍ରମ ଅନେକ ଯୁବାପ୍ରତିଭାଙ୍କୁ ଆଗକୁ ଆସିବାର ସୁଯୋଗ ପ୍ରଦାନ କରିଛି ଏବଂ ସେମାନଙ୍କ ପ୍ରତିଭା ଓ ବିଚାରକୁ ସର୍ବ ସମ୍ମୁଖରେ ଉପସ୍ଥାପିତ କରିବାର ସୁଯୋଗ ପ୍ରଦାନ କରିଛି। ସେହିପରି ନେହେରୁ ଯୁବ କେନ୍ଦ୍ର ସଂଗଠନ ଭୁବନେଶ୍ୱର (ପୂର୍ବାଂଚଳ)ର ଆଂଚଳିକ ନିର୍ଦ୍ଦେଶକ ଶିବାଜୀ ମୁରଲୀଧର ଖରାଟ ମଧ୍ୟ କହିଥିଲେ ଯେ ଆମ ଯୁବ ବକ୍ତାଙ୍କୁ ଶୁଣିଲେ ଲାଗେ ଆମ ଭାରତରେ କେତେ ପ୍ରତିଭାପୂର୍ଣ୍ଣ ଯୁବକ ଅଛନ୍ତି।

ନେହେରୁ ଯୁବ କେନ୍ଦ୍ର ସଂଗଠନର ଜିଲ୍ଲା ଯୁବ ଅଧିକାରୀ ବିପିନ କୁମାର ତାଙ୍କ ଅଭିଭାଷଣରେ କହିଥିଲେ ଯେ ପୂର୍ବରୁ କରୋନା ସମୟରେ ଏହି କାର୍ଯ୍ୟକ୍ରମ ଅନ୍‌ଲାଇନ୍ ମାଧ୍ୟମରେ ହେଉଥିଲା। ଏବେ ଅଫଲାଇନ୍ ମାଧ୍ୟମରେ ହେଉଛି ଯେଉଁଥିରେ ଅଂଶଗ୍ରହଣ କରିଥିବା ଯୁବାମାନେ ଭାରତର ବିକାଶ ପାଇଁ ତାଙ୍କ ବକ୍ତବ୍ୟ ରଖିବେ ଏବଂ ଯୁବ ସଂସଦ ପାଇଁ ମନୋନୀତ ହେବେ।

କାର୍ଯ୍ୟକ୍ରମର ସଂଯୋଜକ ସୋଆ ଏନଏସଏସ୍ ବ୍ୟୁରୋ ଡକ୍ଟର କମଳଲୋଚନ ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରୁ ପ୍ରାୟ ୧୨୦ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମର ମୁଖ୍ୟ ବିଷୟ ‘ଏକ ଦେଶ, ଏକ ନିର୍ବାଚନ’ ରହିଛି। ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତାର ଆୟୋଜନ କରାଯାଉଥିବା ବେଳେ ୫ ଜଣ ବିଚାରକ ଭୂମିକା ତୁଲାଇବେ।

ଖୋର୍ଦ୍ଧା ଜିଲ୍ଲା ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.