Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡିରୁ “ଅନ୍ତୋଦୟ ଗୃହ ଯୋଜନା” ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଆଜିର ଖବର

କଳାହାଣ୍ଡିରୁ “ଅନ୍ତୋଦୟ ଗୃହ ଯୋଜନା” ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

March 28, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆସନ୍ତା ୩୦ ତାରିଖରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଗସ୍ତରେ ଆସି ଭବାନୀପାଟଣା କୃଷ୍ଣାନଗର ପଡିଆ ଠାରେ ଏକ ବିଶାଳ ଜନସମାବେଶରେ ଅନ୍ତୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିବା ପାଇଁ ଜିଲ୍ଲାକୁ ଆସୁଛନ୍ତି।  ଏ ନେଇ ଭବାନୀପାଟଣା ସ୍ଥିତ ହୋଟେଲ ମିଡ୍ ଟାଉନ୍ ଠାରେ ଭାରତୀୟ ଜନତା ପାର୍ଟି ତରଫ ରୁ ଏକ ସାମ୍ୱାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି।

ଜିଲ୍ଲା ବିଜେପି ସଭାପତି ଯୁଗଳ କିଶୋର ପୋଡ଼ଙ୍କ ନେତୃତ୍ୱରେ ଅୟୋଜିତ ସାମ୍ବାଦିକ ସମ୍ମିଳନୀରେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ବିଜେପି ଜିଲ୍ଲା ଉପସଭାପତି ପ୍ରଶାନ୍ତ ସାହୁ ପୂର୍ବତନ ଜିଲ୍ଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର, ଦେବେନ୍ଦ୍ର ମହାନ୍ତି,ଭଵେନ୍ଦ୍ର ପଣ୍ଡା, ଜିଲ୍ଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ବ ରେ ରାଜ୍ୟ ରେ ଭାରତୀୟ ଜନତା ପାର୍ଟି ସରକାର ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ଗରିବ ପରିବାରକୁ ପକ୍କା ଘର ଯୋଗାଇବା ପାଇଁ ସାତ ହଜାର ପାଞ୍ଚ ଶହ ପଚାଶ କୋଟି ଟଙ୍କା ର ବ୍ୟୟ ଅନୁଦାନ ରେ ଚଳିତ ବଜେଟ୍ ରେ ଏକ ନୂଆ ଯୋଜନା “ଅନ୍ତୋଦୟ ଗୃହ ଯୋଜନା” ର ଶୁଭାରମ୍ଭ କରିବାକୁ ଯାଉଛନ୍ତି।

ଏହି ଯୋଜନାରେ ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୩୨୦୦ ହିତାଧିକାରୀ ଉପକୃତ ହେବାର ଯୋଜନା ରହିଛି। ଚଳିତ ବର୍ଷ ୫୦ ହଜାରରୁ ଉର୍ଦ୍ଧ ହିତାଧିକାରୀଙ୍କୁ ୨୬୦୩ କୋଟି ଟଙ୍କା ବଜେଟ ରେ ଅର୍ଥ ବ୍ୟବସ୍ଥା କରିଛନ୍ତି। ପୂର୍ବରୁ କେନ୍ଦ୍ରୀୟ ପ୍ରାୟୋଜିତ ପ୍ରଧାନମନ୍ତ୍ରୀ ଆୱାସ ଯୋଜନା ଗ୍ରାମିନ ସମେତ ବିଭିନ୍ନ ଯୋଜନା ପ୍ରବର୍ତ୍ତନ କରିଥିଲେ ମଧ୍ୟ (PMAY-G) ର ସୀମିତତା (LIMITATION) ହେତୁ ଅନେକ ପରିବାର ଅଛନ୍ତି ଯେଉଁମାନେ ଏହି ଯୋଜନା ଅଧୀନରେ ରହିଯାଇଛନ୍ତି ଓ ପକ୍କା ଘର ପାଇ ପାରୁ ନାହାନ୍ତି। ଅପରପକ୍ଷେ, ସ୍ୱଳ୍ପ ଆୟକାରୀ ପରିବାରମାନଙ୍କୁ ଏହି ଯୋଜନାରେ ମାଗଣା ଘର ଯୋଗାଇ ଦିଆଯିବ ବୋଲି କହିଛନ୍ତି।

ଏହା ବ୍ୟତୀତ ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରାୟ ୫ ଶହ କୋଟି ଟଙ୍କାର ନୃତନ ପ୍ରକଳ୍ପ ର ଶିଳାନ୍ୟାସ ଓ ଉଦଘାଟନ ଏହି ଗସ୍ତ ସମୟରେ କରିବା ପାଇଁ ସ୍ଥିର ହୋଇଛି ବୋଲି ସାମ୍ବାଦିକ ସମ୍ମଳନୀ ରେ ବିଜେପି ପକ୍ଷରୁ ସୂଚନା ଦିଏ ଯାଇଛି। ରାଜ୍ୟରେ ଭାରତୀୟ ଜନତା ପାର୍ଟୀ ର ସରକାର ଆସିବା ପରେ ମହିଳା ମାନଙ୍କ ପାଇଁ ସୁଭଦ୍ରା ଯୋଜନା ହେଉ ଅଥବା କୃଷକ ମାନଙ୍କ ପାଇଁ ୮୦୦ ଟଙ୍କା ଇନ୍ପୁଟ ରିହାତି ଦେବା ପାଇଁ ବିଳମ୍ବ କରିନାହାନ୍ତି।

ସରକାରଙ୍କ ବିଭିନ୍ନ ଯୋଜନାରେ ସୁଫଳ ପାଇ ପାରୁ ନଥିବା ଗ୍ରାମାଞ୍ଚଳ ର ବିକାଶ ପାଇଁ ବିକଶିତ ଗାଁ ବିକଶିତ ଓଡ଼ିଶା ଭଳି ଏକ ଅଭୂତପୂର୍ବ ଯୋଜନାର ଶୁଭାରମ୍ଭ କରି ଗ୍ରାମାଞ୍ଚଳ ବିକାଶକୁ ଏକ ନୂଆ ବାଟ ଦେଖାଇଛନ୍ତି ବୋଲି ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ପ୍ରକାଶ କରିଛନ୍ତି।

ଅନ୍ତୋଦୟ ଗୃହ ଯୋଜନା କଳାହାଣ୍ଡି ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026
Latest News

ସୌରଶକ୍ତି ଉତ୍ପାଦନ ବୃଦ୍ଧି ପାଇଁ ୭୫,୦୨୧ କୋଟି ବରାଦ, ସାଂସଦ ଦିଲ୍ଲୀପ ରାୟଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର

August 4, 2026

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026

ପଳାତକ ଅପରାଧୀଙ୍କ ବିରୋଧରେ ରଣନୀତି, ୩୬ଟି ଦେଶରୁ ୨୭୪ ଜଣଙ୍କୁ ଫେରାଇ ଅଣାଯାଇଛି

August 4, 2026

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.