କାର୍ ଧକ୍କାରେ ସାଇକେଲ ଚାଳକ ମୃତ

Published: Mar 29, 2025, 3:14 pm IST

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୈଦ୍ୟନାଥ ପୁର ଥାନା ଅର୍ନ୍ତଗତ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ପେଟ୍ରୋଲ ପମ୍ପ ନିକଟରେ ସଡକ ଦୁର୍ଘଟଣା ଘଟିଛି। ଯେଉଁଥିରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ସାଇକେଲରେ ଆସୁଥିବା ବେଳେ ଗୋଟିଏ କାର୍ ତାଙ୍କୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ଫୁଲଟା ଗାଁର ବିଜୟ ନାହାକ ବୋଲି ଜଣାପଡିଛି। ଦୁର୍ଘଟଣା ଘଟାଇ କାର୍ ଚାଳକ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ବେଳେ ଆଖପାଖ ଅଂଚଳର ଲୋକ ଜାତୀୟ ରାଜପଥ ଅବରୋଧ କରିଛନ୍ତି।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ଘଟଣାକୁ ଆୟତ କରିଥିଲା ଓ ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟ ପକ୍ଷରେ ଗୋପାଳପୁର ବିଧାୟକ ତଥା ମନ୍ତ୍ରୀ ବିଭୁତି ଭୁଷଣ ଯେନା ମୃତକଙ୍କ ଘରକୁ ଯାଇ ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି।

Related posts