Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବ ବିବାହିତାଙ୍କ ଆତ୍ମହତ୍ୟା
ଆଜିର ଖବର

ନବ ବିବାହିତାଙ୍କ ଆତ୍ମହତ୍ୟା

March 31, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ପୌରାଞ୍ଚଳ ଆଙ୍କୋରଡା ଅଞ୍ଚଳର ଦୀପିକା ରାଉଳ ନାମ୍ନୀ ଜଣେ ନବବିବାହିତା ମହିଳା ଶ୍ଵଶୁର ଘରେ ବିଷପାନ କରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ହିଞ୍ଜିଳି ଥାନା ଅର୍ନ୍ତଗତ କୋଳିଦାସ ପୁର ଗ୍ରାମର ଶଙ୍କର ରାଉଳଙ୍କ ଝିଅ ଦୀପିକା ଗତ ଫେବୃୟାରୀ ୭ ତାରିଖ ଦିନ ହିଞ୍ଜିଳି ଶ୍ୟାମଳାଇ ମନ୍ଦିର ରେ ବୈଦିକ ରୀତିରେ ବାହା ହେଇଥିଲା।

କିନ୍ତୁ ବାହା ହେବାର ୧୦ ଦିନ ପରେ ଅଧିକ ଟଙ୍କା ଓ ସ୍ବର୍ଣ୍ଣ ଅଳଙ୍କାର ଆଣିବା ପାଇଁ ଶ୍ଵଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ମୃତ ଦୀପିକା ନିଜ ବାପା ଓ ଅଜା କଂଗ୍ରେସ ରାଉତକୁ କହୁଥିଲା ବୋଲି ଅଜା ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଏହାର କିଛି ଦିନ ପରେ ଦୀପିକା ବିଷପାନ କରି ମର୍ମନ୍ତୁଦ ଅବସ୍ଥାରେ ଶ୍ଵଶୁର ଘରେ ପଡ଼ିଥିବା ବେଳେ ଶ୍ଵଶୁର ଘର ଲୋକେ ତାକୁ ଚିକିତ୍ସା ପାଇଁ ହିଞ୍ଜିଳି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

ଚିକିତ୍ସାଧୀନ ଅବସ୍ଥାରେ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଏହି ଘଟଣା କୁ ନେଇ ଅଜା କଂଗ୍ରେସ ରାଉତ ହିଞ୍ଜିଳି ଥାନା ରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ୨୫୨/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ସ୍ବାମୀ ପିଣ୍ଟୁକୁ ଥାନା ରେ ଅଟକ ରଖି ପଚରାଉଚରା କରୁଛନ୍ତିି ଓ ମୃତ ମହିଳାଙ୍କ ଶବ କୁ ବ୍ୟବଚ୍ଛେଦ କରିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।

ଆତ୍ମହତ୍ୟା ହିଞ୍ଜିଳି ପୌରାଞ୍ଚଳ
Share. Facebook Twitter LinkedIn Email WhatsApp Copy Link

Related Posts

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Latest News

ପୁର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ନିର୍ମମ ହତ୍ୟା

April 15, 2026

ରାଘବ ଚଢାଙ୍କୁ ମିଳିବ Z ସିକ୍ୟୁରିଟି!: ସୁରକ୍ଷା ପ୍ରତ୍ୟାହାର କରିଥିଲେ ପଞ୍ଜାବର AAP ସରକାର

April 15, 2026

ଆଜି  ପ୍ରକାଶ ପାଇବ CBSE ର ଦଶମ ପରୀକ୍ଷା ଫଳ!: ଯାଞ୍ଚ କରନ୍ତୁ ଫଳାଫଳ

April 15, 2026

ବିହାରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ସମ୍ରାଟ ଚୌଧୁରୀ: ଜେଡିୟୁରୁ ଦୁଇ ଉପମୁଖ୍ୟମନ୍ତ୍ରୀ

April 15, 2026

ରାସଗୋବିନ୍ଦପୁରରେ ଛାତ୍ରୀ ମୃତ୍ୟୁ ମାମଲା: କେନ୍ଦ୍ରାଞ୍ଚଳ RDC ତଦନ୍ତ ନିର୍ଦ୍ଦେଶ

April 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.