Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶିଶୁ ବାଟିକାରେ ନାମ ଲେଖାଇବାକୁ ଘରକୁ ଯାଇ ନିମନ୍ତ୍ରଣ ପତ୍ର ଦେଲେ ଜିଲ୍ଲାପାଳ
ଆଜିର ଖବର

ଶିଶୁ ବାଟିକାରେ ନାମ ଲେଖାଇବାକୁ ଘରକୁ ଯାଇ ନିମନ୍ତ୍ରଣ ପତ୍ର ଦେଲେ ଜିଲ୍ଲାପାଳ

March 31, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଛତ୍ରପୁର: ନୂତନ ଜାତୀୟ ଶିକ୍ଷାନୀତି ୨୦୨୦ ଅନୁଯାୟୀ ସମସ୍ତ ପ୍ରାଥମିକ ବିଦ୍ୟାଳୟରେ ଶିଶୁଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉଦ୍ଦେଶ୍ୟରେ ରାଜ୍ୟ ସରକାର ଚଳିତ ବର୍ଷ ନୂତନ ଶିକ୍ଷାନୀତି ଆରମ୍ଭ କରିଛନ୍ତି। ଶିଶୁ ଵାଟିକାରେ କୁନି କୁନି ପିଲାମାନେ ସରକାରୀ ବିଦ୍ୟାଳୟ ନାମ ଲେଖେଇବାକୁ ସ୍ୱତନ୍ତ୍ର ନିମନ୍ତ୍ରଣ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଧେଶ ଦିଆଯାଇଛି।

ଏହି ଅବସରରେ ଶିଶୁ ବାଟିକାରେ ନାମ ଲେଖେଇବାକୁ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଛତ୍ରପୁର ପୁତି ଗୋପାଳପୁର ବଡ଼ ସାହି ସ୍ଥିତ କୁନି କୁନି ପିଲାଙ୍କ ଘରକୁ ଯାଇ ବିଦ୍ୟାଳୟ ରେ ଶିଶୁ ବାଟିକାରେ ନାମ ଲେଖାଇବାକୁ ନିମନ୍ତ୍ରଣ ପତ୍ର ପରିବାର ବର୍ଗ ପ୍ରଦାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଆସିଥିବା ନିମନ୍ତ୍ରଣ ପତ୍ର ପ୍ରଦାନ କରିବା ସହ ପରିବାର ସହ ଆଲୋଚନା କରିଥିଲେ ଜିଲ୍ଲାପାଳ।

ଆସନ୍ତା ୨ ତାରିଖରେ ବିଦ୍ୟାଳୟରେ ପ୍ରବେଶ ଉତ୍ସଵ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ସେଠାରେ ନାମ ଲେଖେଇଵାକୁ ଜିଲ୍ଲାପାଳ ପରିବାରଙ୍କୁ ଅନୁରୋଧ କରିଥିଲେ। ଶିଶୁ ବାଟିକା ପିଲାମାନଙ୍କୁ ପାଠ ପଢାଇବା ପାଇଁ ବିଦ୍ୟାଳୟ ସ୍ତରରେ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରାଥମିକ ସ୍କୁଲରେ ଭିତ୍ତିଭୂମି ସଜଡା ଯାଉଛି। ପିଲାମାନଙ୍କ ପାଇଁ ଯେଉଁସବୁ ମୌଳିକ ବ୍ୟବସ୍ଥା ରହିବା କଥା ତାହାକୁ ପୂରଣ କରିବା ପାଇଁ ବ୍ୟବସ୍ଥା କରୁଛି ଶିକ୍ଷା ବିଭାଗ। ଏହା ସହିତ ଶିକ୍ଷକମାନଙ୍କୁ ଏନେଇ ତାଲିମ ମଧ୍ୟ ଦିଆଯାଇଛି।

ଶିଶୁ ବାଟିକାରେ ପିଲାଙ୍କୁ କିଭଳି ଭାବରେ ଗୁଣାତ୍ମକ ପାଠ ପଢାଯିବ ସେନେଇ ସମସ୍ତ ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ଜିଲ୍ଲାପାଳ। ଯେଉଁ ମାନଙ୍କ ବୟସ ସେପ୍ଟେମ୍ବର ୧ ସୁଦ୍ଧା ୫ ବର୍ଷରୁ ଉର୍ଦ୍ଧ ସେମାନେ ଶିଶୁ ଵାଟିକା ଓ ୬ ବର୍ଷରୁ ଉର୍ଦ୍ଧ୍ଵ ପ୍ରଥମ ଶ୍ରେଣୀ ରେ ନାମ ଲେଖାଇବେ। ଆସନ୍ତା ୨ ରୁ ୫ ତାରିଖ ପ୍ରଯ୍ୟନ୍ତ ତିନି ଦିନ ବିଦ୍ୟାଳୟ ରେ ପ୍ରବେଶ ଉତ୍ସଵ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହି ନିମନ୍ତ୍ରଣ ପତ୍ର ପ୍ରଦାନ ବେଳେ ବ୍ଲକ ଶିକ୍ଷାଧିକାରୀ, ଶିକ୍ଷକ ଓ ଅଙ୍ଗନାବାଡ଼ି କର୍ମୀ ପ୍ରମୁଖ ଉପସ୍ଥିତଥିଲେ।

ଗଞ୍ଜାମ ଜିଲ୍ଲାପାଳ ଜାତୀୟ ଶିକ୍ଷାନୀତି-୨୦୨୦
Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.