Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବର୍ତ୍ତମାନର ଜିଓ ଗ୍ରାହକଙ୍କ ପାଇଁ ସ୍ୱତନ୍ତ୍ର ଅଫର: ମାଗଣା ଆଇପିଏଲ ଦେଖିବା ସୁଯୋଗ
ଆଜିର ଖବର

ବର୍ତ୍ତମାନର ଜିଓ ଗ୍ରାହକଙ୍କ ପାଇଁ ସ୍ୱତନ୍ତ୍ର ଅଫର: ମାଗଣା ଆଇପିଏଲ ଦେଖିବା ସୁଯୋଗ

April 1, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସି ଖବର, ଜିଓ ଏହାର ନୂତନ ଏବଂ ବର୍ତ୍ତମାନର ଗ୍ରାହକଙ୍କ ପାଇଁ ଆଣିଥିବା ସ୍ୱତନ୍ତ୍ର ଅସୀମିତ କ୍ରିକେଟ ଅଫରକୁ ୧୫ ଏପ୍ରିଲ ୨୦୨୫ ଯାଏଁ ବୃଦ୍ଧି କରିଛି। ପୂର୍ବରୁ ଏହି ଅଫର ୩୧ ମାର୍ଚ୍ଚରେ ଶେଷ ହେବାକୁ ଯାଉଥିଲା। ଏହି ଅଫର ଅଧୀନରେ, ୨୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ପ୍ଲାନ୍ ସହିତ ନୂତନ ଜିଓ ସିମ୍ ସଂଯୋଗ ନେଇ କିମ୍ବା ଅତି କମରେ ୨୯୯ ଟଙ୍କା ମୂଲ୍ୟର ପ୍ଲାନ୍ ରିଚାର୍ଜ କରି ଜିଓ ଗ୍ରାହକମାନେ ଜିଓହଟଷ୍ଟାରରେ ମାଗଣାରେ ଆଇପିଏଲ କ୍ରିକେଟ୍ ସିଜିନ୍ ଉପଭୋଗ କରିପାରିବେ।

ଏହି ଅସୀମିତ କ୍ରିକେଟ୍ ଅଫରରେ, ଗ୍ରାହକମାନେ ଟିଭି କିମ୍ବା ମୋବାଇଲରେ ୯୦ ଦିନର ମାଗଣା ଜିଓହଟଷ୍ଟାର ସବସ୍କ୍ରିପସନ୍ ପାଉଛନ୍ତି ଏବଂ ତାହା ମଧ୍ୟ ୪କେ ଗୁଣବତ୍ତାରେ। ଏହାର ଅର୍ଥ ହେଉଛି ଗ୍ରାହକମାନେ ଆଇପିଏଲ କ୍ରିକେଟ ସିଜିନ ମାଗଣାରେ ଉପଭୋଗ କରିପାରିବେ।

ଏହା ସହିତ, ଜିଓ ଘର ପାଇଁ ଜିଓଫାଇବର କିମ୍ବା ଜିଓ ଏୟାରଫାଇବରର ମାଗଣା ଟ୍ରାଏଲ୍ ସଂଯୋଗ ମଧ୍ୟ ପ୍ରଦାନ କରିବ। ଅଲ୍ଟ୍ରା-ଫାଷ୍ଟ ଇଣ୍ଟରନେଟର ମାଗଣା ଟ୍ରାଏଲ୍ ସଂଯୋଗ ୫୦ ଦିନ ପାଇଁ ମାଗଣା ରହିବ। ଗ୍ରାହକମାନେ ୪କେ ଗୁଣବତ୍ତାରେ ଇମର୍ସିଭ୍ କ୍ରିକେଟ୍ ଦେଖିବାର ଅନୁଭୂତି ସହିତ ଶ୍ରେଷ୍ଠ ହୋମ ଏଣ୍ଟେରଟେନମେଣ୍ଟ ବା ଘରୋଇ ମନୋରଞ୍ଜନର ମଧ୍ୟ ମଜା ନେଇପାରିବେ। ଜିଓଫାଇବର କିମ୍ବା ଜିଓଏୟାରଫାଇବରର ମାଗଣା ଟ୍ରାଏଲ୍ ସଂଯୋଗ ସହିତ ୮୦୦+ ଟିଭି ଚ୍ୟାନେଲ୍, ୧୧+ ଓଟିଟି ଆପ୍, ଅସୀମିତ ୱାଇଫାଇ ମଧ୍ୟ ମିଳିବ।

କ୍ରିକେଟ ପ୍ରେମୀ ଗ୍ରାହକଙ୍କ ବିପୁଳ ଉତ୍ସାହକୁ ଦୃଷ୍ଟିରେ ରଖି ଏହି ଅଫର ଗ୍ରାହକମାନଙ୍କ ପାଇଁ ଏବେ ୧୫ ଏପ୍ରିଲ ୨୦୨୫ ଯାଏଁ ଉପଲବ୍ଧ ହେବ। ଏହି ଅଫରର ଲାଭ ପାଇବା ପାଇଁ, ବର୍ତ୍ତମାନର ଜିଓ ସିମ୍ ବ୍ୟବହାରକାରୀଙ୍କୁ ଅତି କମରେ ୨୯୯ ଟଙ୍କା କିମ୍ବା ଅଧିକ ମୂଲ୍ୟର ପ୍ଲାନ ରିଚାର୍ଜ କରିବାକୁ ପଡିବ। ଅନ୍ୟ ପକ୍ଷରେ ନୂତନ ଜିଓ ସିମ୍ ଗ୍ରାହକମାନଙ୍କୁ ୨୯୯ ଟଙ୍କା କିମ୍ବା ତା’ଠାରୁ ଅଧିକ ମୂଲ୍ୟର ପ୍ଲାନ୍ ସହିତ ନୂତନ ଜିଓ ସିମ୍ ନେବାକୁ ପଡିବ। ଯେଉଁ ଗ୍ରାହକମାନେ ପୂର୍ବରୁ କୌଣସି ରିଚାର୍ଜ କରିସାରିଛନ୍ତି ସେମାନେ ମଧ୍ୟ ୧୦୦ ଟଙ୍କାର ଏକ ଆଡ-ଅନ୍ ପ୍ୟାକ୍ ନେଇ ଏହି ଅଫରର ଲାଭ ଉଠାଇପାରିବେ।

ଆଇପିଏଲ ଏୟାର ଫାଇବର କ୍ରିକେଟ ଜିଓ ଫାଇବର ସ୍ୱତନ୍ତ୍ର ଅଫର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୧୭ ତାରିଖ ବୁଧବାରରେ ନଅ ଟି ରାଶି ପାଇଁ ରହିଛି ଭଲ ଦିନ, ଖୁସିରେ ରହିବେ

December 17, 2025

ଗୁଗୁଲର ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ କେନ୍ଦ୍ରମନ୍ତ୍ରୀ

December 16, 2025

ପୂର୍ବତଟ ରେଳପଥ ଦ୍ୱାରା ପ୍ରମୁଖ ପାର୍ସଲ୍ ଗ୍ରାହକମାନଙ୍କ ସହ ବ୍ୟବସାୟିକ ସୁଗମତା ବୈଠକ

December 16, 2025

ଡିସେମ୍ବର ୧୮ ରେ ସୋଆରେ ଓଡ଼ିଶା ଏଆଇ ସମ୍ମିଳନୀ

December 16, 2025
Latest News

ଆଜି ୧୭ ତାରିଖ ବୁଧବାରରେ ନଅ ଟି ରାଶି ପାଇଁ ରହିଛି ଭଲ ଦିନ, ଖୁସିରେ ରହିବେ

December 17, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

December 16, 2025

ଗୁଗୁଲର ‘ଏଆଇ ଇମ୍ପାକ୍ଟ ସମ୍ମିଟ’ରେ କେନ୍ଦ୍ରମନ୍ତ୍ରୀ

December 16, 2025

ପୂର୍ବତଟ ରେଳପଥ ଦ୍ୱାରା ପ୍ରମୁଖ ପାର୍ସଲ୍ ଗ୍ରାହକମାନଙ୍କ ସହ ବ୍ୟବସାୟିକ ସୁଗମତା ବୈଠକ

December 16, 2025

ଡିସେମ୍ବର ୧୮ ରେ ସୋଆରେ ଓଡ଼ିଶା ଏଆଇ ସମ୍ମିଳନୀ

December 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.