Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ପାଇଁ ୨ଟି ରେଳ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଓଡିଶା ପାଇଁ ୨ଟି ରେଳ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

April 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
MohanMajhi
ଓଡିଶା ପାଇଁ ୨ଟି ରେଳ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀ ଓ ରେଳ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ସରକାରଙ୍କ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (CCEA) ଆଜି ସାରା ଦେଶରେ ୪ଟି ରେଳ ପ୍ରକଳ୍ପ ମଞ୍ଜୁର କରିଥିବା ବେଳେ, ସେଥିରୁ ୨ଟି ପ୍ରକଳ୍ପ ଓଡିଶା ପାଇଁ ଉଦ୍ଦିଷ୍ଟ ।

ଓଡିଶାର ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଓଡିଶାର ବିକାଶ ପ୍ରତି ପ୍ରଧାନମନ୍ତ୍ରୀଙ୍କ ଫୋକସ ରହିଆସିଛି ଏବଂ କେନ୍ଦ୍ର ସରକାର ନିୟମିତ ଭାବରେ ଓଡିଶା ପ୍ରତି ଯେଉଁଭଳି ଗୁରୁତ୍ୱପୂର୍ଣ୍ଣ ବିକାଶ ପ୍ରକଳ୍ପ ଗୁଡିକ ମଞ୍ଜୁର କରୁଛନ୍ତି, ଏହା ତା’ର ପ୍ରମାଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଓଡିଶା ନିଶ୍ଚିତ ଭାବେ ଦେଶର ଏକ ଗ୍ରୋଥ୍ ଇଞ୍ଜିନ ଭାବେ ବିକଶିତ ହେବ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରେଳ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ଧନ୍ୟବାଦ ଦେଇଛନ୍ତି।

ଏହି ୨ଟି ପ୍ରକଳ୍ପ ହେଉଛି ସମ୍ବଲପୁର-ଜରପଡା(ତାଳଚେର, ଅନୁଗୋଳ) ତୃତୀୟ ଓ ଚତୁର୍ଥ ଲାଇନ୍ ଏବଂ ଝାରସୁଗୁଡା-ସାସନ (ସମ୍ବଲପୁର) ତୃତୀୟ ଓ ଚତୁର୍ଥ ଲାଇନ୍ । ସମ୍ବଲପୁର-ଜରପଡା ପ୍ରକଳ୍ପ ପାଇଁ ୩,୯୧୭ କୋଟି ଟଙ୍କା ବିନିଯୋଗ ହେବାକୁ ଥିବାବେଳେ ଝାରସୁଗୁଡା-ସାସନ ପ୍ରକଳ୍ପ ପାଇଁ ୧,୧୮୭ କୋଟି ଟଙ୍କା ବିନିଯୋଗ ହେବ । ଉଭୟ ପ୍ରକଳ୍ପ ପାଇଁ ୫,୧୦୪ କୋଟି ଟଙ୍କା ବିନିଯୋଗ ହେବ ।

ଏହି ମଲ୍ଟିଟ୍ରାକ୍ ପ୍ରକଳ୍ପ ଗୁଡିକ ଦ୍ୱାରା ସମ୍ବଲପୁର, ଅନୁଗୋଳ ଓ ଝାରସୁଗୁଡା ଜିଲ୍ଲା ଗୁଡିକରେ ରେଳ ପରିବହନ କ୍ଷେତ୍ରରେ ବ୍ୟାପକ ଗତିଶୀଳତା ଆସିବ । ଏହି ପ୍ରକଳ୍ପ ଗୁଡିକ ରେଳ ପରିଚାଳନାକୁ ସହଜ କରିବା ସହିତ ଭିଡ ହ୍ରାସ କରିବ । ପ୍ରଧାନମନ୍ତ୍ରୀଙ୍କ ପିଏମ୍ ଗତିଶକ୍ତି ଜାତୀୟ ମାଷ୍ଟର ପ୍ଲାନ ଅନୁଯାୟୀ ମଲ୍ଟି ମୋଡାଲ୍ ସଂଯୋଗ ପାଇଁ ଏହି ପ୍ରକଳ୍ପ ଗୁଡିକ କାର୍ଯ୍ୟକାରୀ କରାଯିବ ।

MohanMajhi ଓଡିଶା ରେଳ ପ୍ରକଳ୍ପ ଝାରସୁଗୁଡା-ସାସନ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରେଳ ପ୍ରକଳ୍ପ ସମ୍ବଲପୁର-ଜରପଡା
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.