Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପବିତ୍ର ଅଶୋକାଷ୍ଟମୀ, ଏହି ଦିନ ରଥରେ ପ୍ରଭୃ ଲିଙ୍ଗରାଜ କାହିଁକି ମାଉସୀ ମା’ ମନ୍ଦିର ଯାଇଥାନ୍ତି ?
ଆଜିର ଖବର

ଆଜି ପବିତ୍ର ଅଶୋକାଷ୍ଟମୀ, ଏହି ଦିନ ରଥରେ ପ୍ରଭୃ ଲିଙ୍ଗରାଜ କାହିଁକି ମାଉସୀ ମା’ ମନ୍ଦିର ଯାଇଥାନ୍ତି ?

April 5, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଭୃ ଲିଙ୍ଗରାଜ
ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ପ୍ରଥମାଷ୍ଟମୀରେ ମଧ୍ୟ ପଢୁଆଁ ହୁଅନ୍ତି ପ୍ରଭୃ ଲିଙ୍ଗରାଜ

ଭୁବନେଶ୍ବର, ଆଜି ହେଉଛି ପବିତ୍ର ଅଶୋକାଷ୍ଟମୀ। ସାରା ଓଡିଶାରେ ଏହି ପାଳିତ ହେଉ ନ ଥିଲେ ମଧ୍ୟ ପ୍ରଭୃ ଲିଙ୍ଗରାଜଙ୍କର ଏହି ଦିନଟି ହେଉଛି ବେଶ ଗୁରୁତ୍ବପୂର୍ଣ୍ଣ। କାରଣ ଏହି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଏହି ରଥଯାତ୍ରାକୁ ରୁକୁଣା ରଥଯାତ୍ରା ବୋଲି କୁହାଯାଇଥାଏ। ସାଧାରଣତଃ ଅଶୋକାଷ୍ଟମୀ ପରେ ପଡିଥାଏ ରାମ ନବମୀ। ପରଦିନ ରାମ ନବମୀ ପଡୁଥିବାରୁ ସାଧାରଣତଃ ଅଶୋକାଷ୍ଟମୀ ଅଶୋକ ବନ ସହିତ ଯୋଡି ହୋଇଥାଏ। ଏହି ଦିନ ମା ସୀତା ଦେବୀ ଅଶୋକ ଜଳପାନ କରି ସବୁ ଦୁଃଖ ଭୁଲିଯାଇଥିଲେ ବୋଲି ଲୋକ କଥା ରହିଛି।

ରୁକୁଣା ରଥ ଯାତ୍ରାର ମହତ୍ବ

ଏକ୍ରାମ କ୍ଷେତ୍ରର ଅଧୀଶ୍ୱର ପ୍ରଭୁ ଲିଙ୍ଗରାଜଙ୍କର ଚତୁର୍ଦ୍ଦଶ ଯାତ୍ରା ମଧ୍ୟରୁ ଅଶୋକାଷ୍ଟମୀ ଅନ୍ୟତମ । ଚୈତ୍ର ମାସ ଶୁକ୍ଳପକ୍ଷ ପୁନର୍ବସୁ ନକ୍ଷତ୍ରଯୁକ୍ତ ଅଷ୍ଟମୀ ତିଥିରେ ଅନୁଷ୍ଠିତ ହେଉଥିବା ପ୍ରଭୁ ଲିଙ୍ଗରାଜଙ୍କର ରଥଯାତ୍ରା ଉତ୍ସବରେ ପ୍ରଭୁଙ୍କୁ ଅଶୋକ ଫୁଲର କଢ଼ି ସମର୍ପଣ କରାଯାଉଥିବା ହେତୁ ଏହାକୁ ଅଶୋକାଷ୍ଟମୀ କୁହାଯାଏ।

ପୁରାଣ ଅନୁଯାୟୀ,ରାବଣ ଦ୍ବାରା ଅପହୃତା ସୀତା ଅଶୋକ ବନରେ ଥିବା ସମୟରେ ପୁନର୍ବସୁ ନକ୍ଷତ୍ର ଯୁକ୍ତ ଏହି ଅଷ୍ଟମୀ ତିଥିରେ ପ୍ରଭୁ ରାମଙ୍କ ସହିତ ପୁନର୍ମିଳନ ପାଇଁ ସେ ଅଶୋକ କଢ଼ି ଦ୍ୱାରା ଶିବ ଆରାଧନା କରିଥିଲେ। ସେହି ପରମ୍ପରା ଅନୁଯାୟୀ ନିଜର ଏବଂ ନିଜ ପରିବାରର ଦୁଃଖ ଦୁର୍ଦ୍ଦଶା ଦୂରୀକରଣ ପୂର୍ବକ ଶାନ୍ତି ଓ ସମୃଦ୍ଧି ପ୍ରାପ୍ତି ପାଇଁ ଏହି ଦିନ ହିନ୍ଦୁ ନାରୀମାନେ ବ୍ରତ ପାଳନ ପୂର୍ବକ ଆଠଗୋଟି ଅଶୋକ କଢ଼ି ଶିବଙ୍କୁ ସମର୍ପଣ କରି ନିଜର ଉପବାସ ଭଙ୍ଗ କରିଥାନ୍ତି ।

ଅନ୍ୟ ଏକ ମତ ଅନୁଯାୟୀ, ରାବଣକୁ ମାରି ବ୍ରହ୍ମହତ୍ୟା ପାପ ଅର୍ଜନ କରିଥିବା ହେତୁ କୁଳଗୁରୁ ବୈଶିଷ୍ଠଙ୍କ ପରାମର୍ଶ କ୍ରମେ ଭଗବାନ ରାମଚନ୍ଦ୍ର ସପରିବାର ଏକାମ୍ର ବନକୁ ଆସି ପ୍ରଭୁ ଲିଙ୍ଗରାଜଙ୍କର ପୂଜା ଅର୍ଚ୍ଚନା କରିଥିଲେ। ଏଥିରେ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ ରାମେଶ୍ୱରଠାରେ ମନ୍ଦିର ପ୍ରତିଷ୍ଠା ପୂର୍ବକ ପୂଜା ଅର୍ଚ୍ଚନା କରିବାକୁ ରାମଚନ୍ଦ୍ରଙ୍କୁ କହିଥିଲେ। ସେହି ଅନୁସାରେ ଲିଙ୍ଗରାଜମନ୍ଦିରର ଅନତି ଦୂରରେ ରହିଛି ରାମେଶ୍ବର ମନ୍ଦିର।

ତେବେ ସେହି ମନ୍ଦିରକୁ ପୂଜାଅର୍ଚ୍ଚନା କରିବା ପାଇଁ ପ୍ରଭୁ ଲିଙ୍ଗରାଜଙ୍କୁ ରାମଚନ୍ଦ୍ର ଅନୁରୋଧ କରିଥିଲେ। ଫଳେ ପ୍ରତ୍ୟେକ ବର୍ଷ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥିରେ ପ୍ରଭୁ ଲିଙ୍ଗରାଜ ରାମେଶ୍ୱର ପୀଠକୁ ଆସି ପୂଜା ଗ୍ରହଣ କରିଥାନ୍ତି। ଲିଙ୍ଗରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା ଚନ୍ଦ୍ରଶେଖରଙ୍କ ସହିତ ବାସୁଦେବ ଏବଂ ଦେବୀ ରୁକ୍ମିଣୀ ରଥାଋଢ ହୋଇ ଆସିଥାନ୍ତି।  ଏହି ରଥରେ ଦେବୀ ରୁକ୍ମିଣୀ ଆସୁଥିବାରୁ ଏହି ରଥକୁ ରୁକୁଣା ରଥ କୁହାଯାଏ ।

ରଥର ମଝିରେ ରୁକ୍ମିଣୀ, ଡାହାଣ ପାର୍ଶ୍ୱରେ ଚନ୍ଦ୍ରଶେଖର ଏବଂ ବାମ ପାର୍ଶ୍ୱରେ ବାସୁଦେବ ବିରାଜମାନ ହୁଅନ୍ତି। ଏହାପରେ ରଥଟଣା ଆରମ୍ଭ ହୋଇଥାଏ। ରଥଟଣା ସରିବା ପରେ ରଥ ଯାଇ ମାଉସୀମା’ ଛକ ନିକଟରେ ଥିବା ରାମେଶ୍ୱର ମନ୍ଦିରରେ ରହେ। ପ୍ରଭୁ ଲିଙ୍ଗରାଜ ସେଠାରେ ପାଞ୍ଚ ଦିନ ରହି ପୁନର୍ବାର ନିଜ ମନ୍ଦିରକୁ ବାହୁଡି ଆସନ୍ତି। ଅଶୋକାଷ୍ଟମୀ ଉତ୍ସବ ଭୁବନେଶ୍ୱର ସମେତ ନିରାକାରପୁର ନିକଟସ୍ଥ ଡିଆ ଗ୍ରାମର ଅଧୀଶ୍ୱର କପିଳେଶ୍ୱର ଓ ପୁରୀ ଜିଲ୍ଲାର ଷୋଳଶାସନ ଅର୍ନ୍ତଗତ ରାୟ ଚକ୍ରଧରପୁରର ନୀଳକଣ୍ଠେଶ୍ୱର ଦେବଙ୍କ ପିଠରେ ମଧ୍ୟ ପାଳିତ ହୁଏ।

ରୁକୁଣା ରଥ ନିର୍ମାଣ କାହାଣୀ

ଓଡ଼ିଶାର ଗେଜେଟିଅରର୍ସ-ପୁରୀ (୧୯୭୭ ମସିହା) ତଥ୍ୟାନୁଯାୟୀ ବସନ୍ତ ପଞ୍ଚମୀ ଦିନ ମନ୍ଦିରର ବାଉରୀ ସେବାକୁ ନୂତନ ବସ୍ତ୍ର ଦେଇ ରଥକାଠ ସଂଗ୍ରହ କରିବାକୁ କୁହାଯାଇଥାଏ। ସେମାନେ ଶିବରାତ୍ରିର ଆଠ ଦିନ ପୂର୍ବରୁ ଜଙ୍ଗଲକୁ ଯାଇ ସେଠାରେ ରଥକାଠ ଚୟନ ପୂର୍ବକ ପୂଜା ଅର୍ଚ୍ଚନା କରି ମନ୍ଦିରକୁ ଆଣନ୍ତି ଏବଂ ମହାଶିବରାତ୍ରୀ ପରେ ରଥ କାମ ଆରମ୍ଭ ହୁଏ । ଏହି ରଥ ଚାରିଚକ ବିଶିଷ୍ଟ ହୋଇଥିବା ବେଳେ ଏହାର ଉଚ୍ଚତା ୩୫ ଫୁଟ ହୋଇଥାଏ। ।

ରଥ ଉପରିସ୍ଥ ପତାକାରେ ଅର୍ଦ୍ଧଚନ୍ଦ୍ର ଚିହ୍ନ ଅଙ୍କିତ ହୋଇଥାଏ। ରଥର ଚାରିପାର୍ଶ୍ୱରେ ସୂର୍ଯ୍ୟ, ବରୁଣ, ଅଗ୍ନି, ଇନ୍ଦ୍ର, ଦୁର୍ଗା, ଶିବ ଯମ ଓ କାର୍ତ୍ତିକେୟଙ୍କ ମୂର୍ତ୍ତି କାଠରେ ଖୋଦିତ ହୋଇଥାଏ । ରଥଯାତ୍ରା ପୂର୍ବ ଦିନ ପୁରୀରୁ ନିମନ୍ତ୍ରିତ ହୋଇ ଆସିଥିବା କ୍ଷେତ୍ରବାସୀ ବ୍ରାହ୍ମଣଙ୍କ ଦ୍ୱାରା ରଥ ମାର୍ଜନା ଓ ପବିତ୍ରକରଣ କରାଯିବା ପରେ ରଥ ଶୀର୍ଷରେ ପତାକା ଖଞ୍ଜାଯାଇଥାଏ। ଏହାକୁ ନେତ ଉତ୍ସବ କୁହାଯାଏ ।

ମରିଚି କୁଣ୍ଡ ପାଣିର ରହସ୍ୟ

ଏକାମ୍ର ପୁରାଣ ଅନୁଯାୟୀ, ଏହି ନେତ ଉତ୍ସବ ରାତିରେ କୌଣସି ବନ୍ଧ୍ୟାନାରୀ ମୁକ୍ତେଶ୍ବର ମନ୍ଦିର ପ୍ରାଙ୍ଗଣେ ଥିବା ମରିଚି କୁଣ୍ଡରେ ସ୍ନାନ କଲେ ପୁତ୍ର ସନ୍ତାନ ପ୍ରାପ୍ତି ହୋଇଥାଏ। ଅଶୋକାଷ୍ଟମୀ ଦିନ ପ୍ରାତଃ କାଳରେ ପ୍ରଥମେ ମନ୍ଦିରର ମଙ୍ଗଳ ଆଳତୀ, ସାହାଣ ମେଲା, ମହାସ୍ନାନ ଓ ଅନ୍ୟପୂଜା ଆଦି ସମାପନ ପରେ ପ୍ରଥମେ ରୁକୁଣା ରଥକୁ ପୂଜା କରାଯାଏ। ରଥ ପୂଜା ପାଇଁ ଏହି ମରିଚି କୁଣ୍ଡ ପାଣିକୁ ନିଆ ଯାଇଥାଏ।

ଏହି ପାଣି ରଥ ପୂଜା ପାଇଁ ନେବା ପରେ ବନ୍ଧ୍ୟାନାରୀମାନଙ୍କୁ ପାଣି କଳସ ପ୍ରଦାନ କରାଯାଇଥାଏ। ସେଥିପାଇଁ ମୁକ୍ତେଶ୍ବର ମନ୍ଦିର କମିଟ ଏହି ପାଣିକୁ ନିଲାମ କରିଥାନ୍ତି। ଅଶୋକାଷ୍ଟମୀ ରାତିରୁ ବିଭିନ୍ନ ସ୍ଥାନରୁ ନାରୀମାନେ ଏହି ପାଣିରେ ସ୍ନାନ କରି ସନ୍ତାନ ପ୍ରାପ୍ତି ଆଶାରେ ଆସିଥାନ୍ତି। ପ୍ରଥମ କଳ ପାଇଁ ପାଣିକୁ ଲକ୍ଷାଧିକ ଟଙ୍କାରେ ବିକ୍ରି କରାଯାଇଥାଏ। ଏହାପରେ ଅନ୍ୟମାନେ ମଧ୍ୟ ନିଲାମ ଧରି ଏହି କଳସ ପାଣି ନେଇ ସ୍ନାନ କରିଥାନ୍ତି।

bhubaneswar Lingaraj Temple ଅଶୋକାଷ୍ଟମୀ ପ୍ରଭୃ ଲିଙ୍ଗରାଜ ଭୁବନେଶ୍ବର ରାମେଶ୍ବର ମନ୍ଦିର ରୁକୁଣା ରଥଯାତ୍ରା ଲିଙ୍ଗରାଜଙ୍କ ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.