Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଥର କେବେ ପଡୁଛି ପଣା ସଂକ୍ରାନ୍ତି, ଏହି ଦିନ କିପରି ପୂଜା କଲେ ମିଳିଥାଏ ସୁଫଳ
ଆଜିର ଖବର

ଏଥର କେବେ ପଡୁଛି ପଣା ସଂକ୍ରାନ୍ତି, ଏହି ଦିନ କିପରି ପୂଜା କଲେ ମିଳିଥାଏ ସୁଫଳ

April 7, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
PanaSankranti
ଆଜି ପଣା ସଂକ୍ରାନ୍ତି ବା ବିଷୁବ ସଂକ୍ରାନ୍ତି: ଜାଣନ୍ତୁ ପୂଜା କରିବାର ବିଧି

ଭୁବନେଶ୍ବର, ପଣା ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ଓଡ଼ିଆ ନୂଆ ବର୍ଷ ଭାବରେ ପାଳନ କରାଯାଏ। ଆଜିଠାରୁ ବସନ୍ତ ଋତୁର ଶେଷ ଓ ଗ୍ରୀଷ୍ମର ଆଗମନ ହୋଇଥାଏ। ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଚଳିତ ବର୍ଷ ପଣା ସଂକ୍ରାନ୍ତି ଆସନ୍ତା 14 ତାରିଖ ସୋମବାର ଦିନ ପଡୁଛି।

ଏହିଦିନ ବର୍ଷ ଆରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ। ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟ ପଦାର୍ଥ ଗ୍ରହଣ ପାଇଁ ଆୟୋଜନ ହୋଇଥାଏ। ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି। ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି।

ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ। ତେଣୁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ। ପଣା ସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ମଧ୍ୟ ଖୋଲାଯାଏ। ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୁଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳ ସଂକ୍ରାନ୍ତି ବୋଲି ମଧ୍ୟ କହିଥାନ୍ତି। ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ। ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ମଧ୍ୟ ପଡିଥାଏ।

ଏହି ଦିନ ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧି ଦିଆଯାଏ। ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ। ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ। ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ।

ଚଣ୍ଡୀ, ସାରଳା, ବିରଜା ଆଦି ଠାକୁରାଣୀ ମନ୍ଦିରମାନଙ୍କରେ ଏହି ଦିନ ଝାମୁ ଯାତ ପାଳନ କରାଯାଏ। ଘଣ୍ଟ ପାଟୁଆମାନେ ଘଣ୍ଟ ମୁଣ୍ଡେଇ, କାଠ ଗୋଡ଼ ପିନ୍ଧି ଠାକୁରାଣୀ ମନ୍ଦିର ଆଗରେ ନିଆଁ ଉପରେ ଚାଲିବାର ପ୍ରଥା ରହିଛି । ଦକ୍ଷିଣ ଓଡ଼ିଶାରେ ମାସାଧିକ କାଳ ଧରି ଚାଲିଥିବା ଦଣ୍ଡନାଚର ଅନ୍ତ ଭାବେ ଏହି ଦିନ ମେରୁ ଯାତ ପାଳନ କରାଯାଏ। ଲୋକେ ବେଲ ପଣା ଓ ଛତୁଆ ସହ ଏହାକୁ ପାଳନ କରନ୍ତି । ଉତ୍ତର ଓଡ଼ିଶାରେ ଏହି ଦିନକୁ ଚଡ଼କ ପର୍ବ ନାମରେ ପାଳନ କରାଯାଏ।

PanaSankranti ପଣା ସଂକ୍ରାନ୍ତି ମହାବିଷୁବ ସଂକ୍ରାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Latest News

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.