Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ – ୨୦୨୫ କୁ ଉଦଘାଟନ କଲେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ
ଆଜିର ଖବର

ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ – ୨୦୨୫ କୁ ଉଦଘାଟନ କଲେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ

April 7, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ଭୁବନେଶ୍ବରର ସପ୍ତମ ବାଟାଲିୟନ ପଡିଆରେ ୭୩ ତମ ସର୍ବଭାରତୀୟ ପୁଲିସ ହକି ଚାମ୍ପିଅନସିପ୍ – ୨୦୨୫ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ଯୋଗ ଦେଇ ଭବ୍ୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସମସ୍ତ ପ୍ରତିଯୋଗୀ ଓ କ୍ରୀଡା ପରିଚାଳକମାନଙ୍କୁ ଖେଳୁଆଡ ମନୋଭାବ ନେଇ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ସମସ୍ତ ଅଂଶଗ୍ରହଣକାରୀ ଦଳ, ପ୍ରଶିକ୍ଷକ ଓ କ୍ରୀଡ଼ା ଅଧିକାରୀଙ୍କୁ ସ୍ୱାଗତ କରିବା ସହ ସଫଳତା କାମନା କରିଥିଲେ। ଏହି ଅବସରରେ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଖୁରାନିଆ ଓଡିଶା ପୋଲିସକୁ ଏହି ଗୁରୁଦାୟିତ୍ଵ ପ୍ରଦାନ କରିଥିବାରୁ ସର୍ବ ଭାରତୀୟ ପୋଲିସ କ୍ରୀଡା ନିୟନ୍ତ୍ରଣ ବୋର୍ଡକୁ କୃତଜ୍ଞତା ଜଣାଇଥିଲେ। ଏହି ସର୍ବଭାରତୀୟ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନରେ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ସହଯୋଗ ପ୍ରଦାନ କରିଥିବାରୁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଚଳିତ ପ୍ରତିଯୋଗିତାରେ ଖେଳାଳୀ ମାନେ ସେମାନଙ୍କ ଶ୍ରେଷ୍ଠ କ୍ରୀଡ଼ା କୌଶଳ ପ୍ରଦର୍ଶନ କରିବେ ବୋଲି ଶ୍ରୀ ଖୁରାନିଆ ଆଶା ବ୍ୟକ୍ତ କରିଛନ୍ତି।

କିଛି ଦିନ ତଳେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ସର୍ବ ଭାରତୀୟ ପୋଲିସ ଜଳ କ୍ରୀଡା, ବନ୍ଧୁକ ଚାଳନା, ଫୁଟବଲ, ହକି ଆଦି ଖେଳରେ ପଦକ ହାସଲ କରି ଗୌରବ ବଢାଇଛନ୍ତି। ଆଗାମୀ ଦିନରେ ଓଡ଼ିଶା ପୋଲିସର କ୍ରୀଡାବିତ ମାନେ ରାଜ୍ୟ ପୋଲିସ ପାଇଁ ଆହୁରି ସୁନାମ ଆଣିବେ ବୋଲି ଡିଜିପି ଆଶାବ୍ୟକ୍ତ କରିଛନ୍ତି।

ଭାରତୀୟ ହକିର ପୀଠ ଭାବେ ପରିଚିତ ସୁନ୍ଦରଗଡ଼ ଜିଲ୍ଲାର ଉଲ୍ଲେଖନୀୟ ପରମ୍ପରା ସମ୍ପର୍କରେ ଡିଜିପି ଉଲ୍ଲେଖ କରିବା ସହ ପଦ୍ମଶ୍ରୀ ଦିଲୀପ ତିର୍କୀ, ଲାଜରସ୍ ବାର୍ଲା, ପ୍ରବୋଧ ତିର୍କୀ, ବୀରେନ୍ଦ୍ର ଲାକ୍ରା ଏବଂ ଲିଲିମା ମିଞ୍ଜଙ୍କ ଭଳି ଅନେକ କିମ୍ବଦନ୍ତୀ ଖେଳାଳି ଅନ୍ତର୍ଜାତୀୟ ସ୍ତରରେ ଉଭୟ ଓଡ଼ିଶା ଓ ଭାରତର ପ୍ରତିନିଧିତ୍ୱ କରି ଦେଶ ପାଇଁ ଗୌରବ ଆଣିଛନ୍ତି ବୋଲି ମତବ୍ୟକ୍ତ କରିଥିଲେ।

ସମାରୋହର ପ୍ରାରମ୍ଭରେ ଆଇଜି (ପ୍ରଶିକ୍ଷଣ) ତଥା ଆୟୋଜକ କମିଟିର ସମ୍ପାଦକ ଅନୁପ କୁମାର ସାହୁ ପ୍ରାରମ୍ଭିକ ଅଭିଭାଷଣ ଦେଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ତଥା ଆୟୋଜକ କମିଟିର ଉପାଧ୍ୟକ୍ଷ ଦୟାଲ ଗଙ୍ଗୱାର ସ୍ୱାଗତ ଭାଷଣ ଦେଇଥିଲେ। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ସଶସ୍ତ୍ର ) ତଥା କମିଟିର ଉପସଭାପତି ରାଜେଶ କୁମାର ଧନ୍ୟବାଦ ଅର୍ପଣ କରିଥିଲେ।

୨୦୨୫ ଏପ୍ରିଲ ୭ରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ। ଲିଗ୍ କମ୍ ନକଆଉଟ୍ ଫର୍ମାଟରେ ଖେଳାଯିବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟରେ ବିଭିନ୍ନ ରାଜ୍ୟ ପୁଲିସ ଓ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବାହିନୀର ଦଳ ଅଂଶଗ୍ରହଣ କରୁଛନ୍ତି। ୨୬ ଟି ପୁରୁଷ ଓ ୯ ଟି ମହିଳା ଦଳ ଏହି ଚାମ୍ପିଅନସିପରେ ଭାଗ ନେଉଛନ୍ତି।

ଡିଜିପି ସମସ୍ତ ଆୟୋଜକ ସଦସ୍ୟଙ୍କୁ ଆତିଥ୍ୟ, ଅନୁସଙ୍ଗିକ ସୁବିଧା ଏବଂ ମ୍ୟାଚ୍ ପରିଚାଳନା ସମ୍ବନ୍ଧୀୟ ତ୍ରୁଟିମୁକ୍ତ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେବା ସହ ରାଜ୍ୟର ଗୌରବକୁ ପ୍ରତିନିଧିତ୍ୱ କରିବାରେ ଉଚ୍ଚ ମାନଦଣ୍ଡ ବଜାୟ ରଖିବାକୁ ଓଡ଼ିଶା ପୁଲିସକୁ ଅନୁରୋଧ କରିଛନ୍ତି।

ଆଜିର ଏହି ଉଦଘାଟନି ସମାରୋହରେ ଅବସରପ୍ରାପ୍ତ ପୋଲିସ ଅଧିକାରୀ, ବରିଷ୍ଠ ପୋଲିସ ଅଧିକାରୀ, ସମସ୍ତ ଟିମର ଅଧିନାୟକ, ଖେଳାଳି ପ୍ରମୁଖ ଉପସ୍ଥିତ ଥିଲେ।

ଯୋଗେଶ ବାହାଦୁର ଖୁରାନିଆ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.