Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ପ୍ରଥମ ସକାଳୁଆ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର
ଆଜିର ଖବର

ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷରେ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ପ୍ରଥମ ସକାଳୁଆ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

April 7, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ସକାଳ. ଘ 07.00 ଟିକା ସମୟରେ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ ଚଞ୍ଚଳ ରା଼ଣାଙ୍କ ଅଧ୍ୟକ୍ଷତାରେ ପ୍ରଥମ ସକାଳୁଆ ମିଳିତ ଜନ ଅଭିଯୋଗ ଶୁଣlଣି ଶିବିର ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ ଶିବିରରେ ଆରକ୍ଷୀ ଅଧି୍କ୍ଷକ ଶାଗରୀକା ନାଥ, ଅତିରିକ୍ତ ଜିଲ୍ଲାପାଳ, ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ ) ସାଫଲ୍ୟ ମଣ୍ଡିତ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ, ଖୋର୍ଦ୍ଧା, ଜ୍ୟୋତିଶଙ୍କର ସାହୁ, ଉପ ଜିଲ୍ଲାପାଳ, ଖୋର୍ଦ୍ଧା, କିଶୋର କୁମାର ପଣ୍ଡା ଯୋଗ ଦେଇଥିଲେ।

ଆଜିର ଅଭିଯୋଗ ଶିବିରକୁ ମୋଟ 79 ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ 54 ଗୋଟି ଅଭିଯୋଗ ବ୍ୟକ୍ତିଗତ, 15 ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା l ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ 4 ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ 6 ଜଣ ଅଭିଯୋଗ କାରିଙ୍କୁ ମୋଟ 72 ହଜାର ଟଙ୍କା ଆର୍ଥିକ ସାହାୟତା ରାଶି ପ୍ରଦାନ କରିଥିଲେ। ଅନଲାଇନରେ ଆସୁଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଗୁଡିକୁ ସମ୍ପୃକ୍ତ ଅଧିକାରୀମାନେ ଯତ୍ନବାନ ହୋଇ ସେଗୁଡିକୁ ତୁରନ୍ତ ସମାଧାନ କରିବାକୁ ସେ ନିର୍ଦେଶ ଦେଇଥିଲେ।

ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ ଡେପୁଟି କଲେକ୍ଟର ଜରୁରୀ ଶ୍ରୀତପା ମିଶ୍ର, ଡେପୁଟି କଲେକ୍ଟର, ଅଭିଯୋଗ, ଆର୍ତ୍ତତ୍ରାଣ ମଲ୍ଲିକ, ସହକାରୀ କଲେକ୍ଟର, ଅଭିଯୋଗ ଭୁବନେଶ୍ୱରୀ କଅଁର, ଜିଲ୍ଲାସମାଜ କଲ୍ୟାଣ ଅଧିକାରୀ କୁଶୁମ ପ୍ରହରାଜଙ୍କ ସମେତ ବିଭିନ୍ନ ବ୍ଲକର ବି ଡ଼ି ଓ, ତହସିଲଦାର, ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ, ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ମାନେ ଯୋଗଦେଇ ଥିଲେ।

ପ୍ରକାଶ ଥାଉକି ଚଳିତ ଏପ୍ରିଲ ମାସରେ 15 ତାରିଖରେ ଟାଙ୍ଗୀ ବ୍ଲକ ଅଧୀନ କୁହୁଡି ଗ୍ରାମ ପଂଚାୟତ କାର୍ଯ୍ୟାଳୟଠାରେ, 21 ତାରିଖରେ ବାଲିପାଟଣା ବ୍ଲକ ଅମଣାକୁଦ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ଠାରେ ଏବଂ 28 ତାରିଖ ଖୋର୍ଦ୍ଧା ବ୍ଲକ ବରସାହି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ, ପୁଲିସ ଉପାଯୁକ୍ତଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ସକାଳ 07.00ଘଟିକା ଠାରୁ ପୂର୍ବାହ୍ନ 10.00ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଧାର୍ଯ୍ୟ କରାଯାଇଅଛି। ଏଣୁ ସମ୍ପୃକ୍ତ ଅଂଚଳର ଜନସାଧାରଣ ମାନଙ୍କ ଆପତ୍ତି ଅଭିଯୋଗ ଥିଲେ ସେମାନେ ସେମାନଙ୍କ ଗ୍ରାମ ପଂଚାୟତ କାର୍ଯ୍ୟାଳୟରେ ଧାର୍ଯ୍ୟ ତାରିଖ ଏବଂ ସମୟରେ ଉପସ୍ଥିତ ରହି ତାହାକୁ ସମାଧାନ କରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜଣାଇ ଦିଆଗଲା।

ଖୋର୍ଦ୍ଧା ଜିଲ୍ଲାପାଳ ଯୁଗ୍ମ ଅଭିଯୋଗ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026

୫୦୭୦ କୋଟିର ବ୍ୟୟ ଅଟକଳ ସହିତ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ସରୋବର ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

August 1, 2026

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026
Latest News

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ -ଜୀ ରାମ ଜୀ ଶୀର୍ଷକ କର୍ମଶାଳା

August 1, 2026

୨୦୩୦-୩୧ ପର୍ଯ୍ୟନ୍ତ ବଢ଼ିଲା ପିଏମ୍‌ କିଷାନ୍‌ ଯୋଜନାର ଅବଧି

August 1, 2026

୫୦୭୦ କୋଟିର ବ୍ୟୟ ଅଟକଳ ସହିତ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ସରୋବର ଯୋଜନାକୁ କ୍ୟାବିନେଟ୍‌ ମଞ୍ଜୁରି

August 1, 2026

‘ମୋତେ ଏବଂ ମୋ ସ୍ୱର୍ଗତ ମାଆଙ୍କୁ ଗାଳି କରିଥିବା ପିଲାମାନଙ୍କୁ ମୁଁ କ୍ଷମା କରୁଛି’: ପ୍ରଧାନମନ୍ତ୍ରୀ ମୋଦି

August 1, 2026

ଅଗଷ୍ଟ ୧ ତାରିଖ ରାଶିଫଳ: ଆଜି ତିନୋଟି ରାଶିର ଆର୍ଥିକ ଲାଭ ସମ୍ଭାବନା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.