Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ନାମଲେଖା ଲାଗି ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ପାଠ୍ୟକ୍ରମରେ ନାମଲେଖା ଲାଗି ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ

April 8, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
World Skill Centre
World Skill Centre extends admission deadline to May 15

ଭୁବନେଶ୍ୱର: ଦେଶ ବିଦେଶରେ ବିଭିନ୍ନ ଶିଳ୍ପ ସଂସ୍ଥା ଓ ସେବା କ୍ଷେତ୍ର ଲାଗି ଦକ୍ଷ ଯୁବପିଢ଼ିଙ୍କର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥାପିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ଦକ୍ଷତା ବିକାଶ ତାଲିମ ପାଠ୍ୟକ୍ରମ ଦିଆଯାଉଛି। ଫଳରେ ଓଡ଼ିଶାର ଯୁବପିଢ଼ି ଏଠାରେ ତାଲିମ ନେଇ ଆଜି ଦେଶ ବିଦେଶର ପ୍ରମୁଖ କମ୍ପାନିରେ ନିଯୁକ୍ତି ସୁଯୋଗ ପାଉଛନ୍ତି।

ବିଶ୍ୱ ଦକ୍ଷତା କେନ୍ଦ୍ରର ୨୦୨୫-୨୬ ବ୍ୟାଚରେ ନାମଲେଖା ଲାଗି ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ଓ ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗ ଅଧୀନରେ ଥିବା ମୋଟ ୭ଟି ଅତ୍ୟାଧୁନିକ ପାଠ୍ୟକ୍ରମରେ ନାମଲେଖା ପାଇଁ ଆଗ୍ରହୀ ପ୍ରାର୍ଥୀମାନେ ମେ’ ୩ ତାରିଖ ସୁଦ୍ଧା ଆବେଦନ କରିପାରିବେ।

‘ସ୍କୁଲ ଅଫ୍ ଇଞ୍ଜିନିୟରିଂ’ ବିଭାଗ ଅଧୀନରେ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍, ମେକାଟ୍ରୋନିକ୍ସ, ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ଏୟାର କଣ୍ଡିସନିଂ ଆଣ୍ଡ ରେଫ୍ରିଜରେସନ, ଭର୍ଟିକାଲ ଟ୍ରାନ୍ସପୋର୍ଟେସନ (ଲିଫ୍ଟ ଟେକ୍ନୋଲୋଜି) ଏବଂ ପ୍ରିସିସନ ଇଞ୍ଜିନିୟରିଂ ଆଦି ବିଷୟ ରହିଛି। ଏଥିରେ ନାମଲେଖା ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ର ପକ୍ଷରୁ ଆବେଦନ ଆହ୍ୱାନ କରାଯାଉଛି।

ଏହି ଅତ୍ୟାଧୁନିକ ବିଷୟରେ ତାଲିମ ପାଇଁ ପ୍ରାର୍ଥୀ ଓଡ଼ିଶାର କୌଣସି ସରକାରୀ ବା ଘରୋଇ ଶିଳ୍ପ ତାଲିମ କିମ୍ବା ବୈଷୟିକ ଶିକ୍ଷାନୁଷ୍ଠାନରୁ ୨ ବର୍ଷିଆ ଆଇଟିଆଇ/୩ ବର୍ଷିଆ ଡିପ୍ଲୋମା କରିଥିବା ଆବଶ୍ୟକ।

ସେହିପରି ‘ସ୍କୁଲ ଅଫ୍ ସର୍ଭିସେସ୍’ ବିଭାଗ ଅଧୀନରେ ଅତ୍ୟାଧୁନିକ ବ୍ୟୁଟି ଆଣ୍ଡ ୱେଲନେସ୍ ପାଠ୍ୟକ୍ରମରେ ନାମଲେଖା ପାଇଁ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। ଏଥିପାଇଁ ପ୍ରାର୍ଥୀ ଯୁକ୍ତ ୨, ସଂପୃକ୍ତ ବିଷୟରେ ଆଇଟିଆଇ କିମ୍ବା କୌଣସି ବିଷୟରେ ଡିପ୍ଲୋମା କରିଥିବା ଆବଶ୍ୟକ।

ଆଗ୍ରହୀ ପ୍ରାର୍ଥୀମାନେ ବିଶ୍ୱ ଦକ୍ଷତା କେନ୍ଦ୍ରର ୱେବସାଇଟରେ www.worldskillcenter.org ପ୍ରଥମେ ପଞ୍ଜୀକରଣ କରିବା ପରେ ନାମଲେଖା ପାଇଁ ଆବେଦନ କରିପାରିବେ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଚଳିତ ବ୍ୟାଚରୁ ଓଡ଼ିଶା ସହିତ ରାଜ୍ୟ ବାହାରର ପ୍ରାର୍ଥୀମାନେ ଆବେଦନ କରିପାରିବେ। ଅନ୍ୟ ରାଜ୍ୟର ପ୍ରାର୍ଥୀମାନଙ୍କ ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସିଟ୍ ସଂରକ୍ଷଣ କରାଯିବ।

ରାଜ୍ୟ ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ପକ୍ଷରୁ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍ଥାପନ କରାଯାଇଛି। ଏହି କେନ୍ଦ୍ରରେ ଅନ୍ତର୍ଜାତୀୟ ଢାଞ୍ଚାର ପାଠ୍ୟକ୍ରମ ସହ ଆବଶ୍ୟକ ଭିତ୍ତିଭୂମି, ଅତ୍ୟାଧୁନିକ ଲାବୋରେଟୋରି ଏବଂ ବିଶ୍ୱସ୍ତରୀୟ ବିଭିନ୍ନ ଯନ୍ତ୍ରପାତି ରହିଛି। ଏହି କେନ୍ଦ୍ରରେ ଫିନିସିଙ୍ଗ ସ୍କୁଲ ଢାଞ୍ଚାରେ ଯୁବକ ଯୁବତୀମାନଙ୍କୁ ଆବଶ୍ୟକ ଶିକ୍ଷା ଓ ତାଲିମ ଦିଆଯାଇ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ଶିଳ୍ପ ଓ ସେବା କ୍ଷେତ୍ର ଲାଗି ପ୍ରସ୍ତୁତ କରାଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ରହିବା ଲାଗି ହଷ୍ଟେଲ, ଖାଇବା, ୟୁନିଫର୍ମ ଏବଂ ଯିବା ଆସିବା ଲାଗି ବସ୍ ସୁବିଧା ଆଦି ମାଗଣାରେ ଦିଆଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଛାତ୍ରଛାତ୍ରୀମାନଙ୍କୁ ବିଦେଶରେ ଯାଇ ବିଶେଷ ଅନୁଭୂତି ହାସଲ କରିବା ପାଇଁ ସୁଯୋଗ ଦିଆଯାଉଛି। ଏହି ପାଠ୍ୟକ୍ରମ ଅଧୀନରେ କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀଙ୍କୁ ବଛାଯାଇ ଦୁଇ ସପ୍ତାହ ଲାଗି ‘ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ’ କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି। ସେହିପରି ପ୍ରତିବର୍ଷ ୨୪ ଜଣ ଛାତ୍ରଛାତ୍ରୀଙ୍କୁ ଚୟନ କରାଯାଇ ସିଙ୍ଗାପୁରର ବିଭିନ୍ନ କମ୍ପାନିରେ ପେଡ୍ ଇଣ୍ଟର୍ଣ୍ଣସିପ୍ କରିବାର ସୁଯୋଗ ଦିଆଯାଉଛି।

ଶିକ୍ଷା ଓ ତାଲିମ ଶେଷ ହେବା ପରେ ଛାତ୍ରଛାତ୍ରୀମାନେ କିପରି ଦେଶ ବିଦେଶର ବିଭିନ୍ନ ପ୍ରମୁଖ ସଂସ୍ଥାରେ ନିଯୁକ୍ତି ପାଇପାରିବେ ସେଥିପାଇଁ ‘ପ୍ଲେସମେଣ୍ଟ’ ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି।

ଅନଲାଇନ ଆବେଦନ ବିଶ୍ୱ ଦକ୍ଷତା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରାଜଧାନୀ ଦିଲ୍ଲୀରେ ଗୁଳିକାଣ୍ଡ : ନାବାଳକ ଆହତ

June 1, 2026

ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ପକ୍ଷରୁ ବିଶ୍ଵ ଦୁଗ୍ଧ ଦିବସ ପାଳିତ

June 1, 2026

ରାଜସ୍ୱ ଆଦାୟ ବଢାଇବାକୁ ସରକାରଙ୍କ କଡା ନିର୍ଦ୍ଦେଶ

June 1, 2026
Latest News

ରାଜ୍ୟର ୧୮ ଜିଲ୍ଲାରେ ଚାଲିଛି ମ୍ୟାଙ୍ଗୋ ଫେଷ୍ଟିଭାଲ: ଆସନ୍ତା ୧୦ ଜୁନ ପର୍ଯ୍ୟନ୍ତ ଚାଲିବ ମେଳା

June 2, 2026

ରୋଗୀ-କେନ୍ଦ୍ରିକ ସ୍ୱାସ୍ଥ୍ୟସେବା ସୁନିଶ୍ଚିତ ପାଇଁ ଇଏସ୍ଆଇସିର ଡିଜିଟାଲ୍ ପଦକ୍ଷେପ

June 2, 2026

ଆଇସିସି ଟେଷ୍ଟ କ୍ରିକେଟର ନିୟମରେ ପରିବର୍ତ୍ତନ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 2, 2026

ଯୋଗ୍ୟ ଋଣଗ୍ରହୀତାଙ୍କ ପାଇଁ ଜରୁରୀକାଳୀନ କ୍ରେଡିଟ୍ ଲାଇନ୍ ଗ୍ୟାରେଣ୍ଟି ଯୋଜନା

June 2, 2026

ରାଶିଫଳ: ଆଜି ଜୁନ ୨ ତାରିଖ ମଙ୍ଗଳବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.