Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାଜପୁରରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କଲେ ଆଇନ ମନ୍ତ୍ରୀ
ଆଜିର ଖବର

ଯାଜପୁରରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କଲେ ଆଇନ ମନ୍ତ୍ରୀ

April 11, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଐତିହାସିକ ପଦକ୍ଷେପ ସୂରୁପ କଟକ ବାଲିଯାତ୍ରା ପଡ଼ିଆ ଠାରେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଓ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝୀଙ୍କ ଦ୍ବାରା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ବୟୋବନ୍ଦନା ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଯାଜପୁର ଜିଲ୍ଲା ସଂସ୍କୃତି ଭବନ ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ଯୋଜନାର ଶୁଭାରମ୍ଭ କରିବା ସହ ସଭାକୁ ସମ୍ବୋଧିତ କରିଥିଲେ।

କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଆୟୁଷ୍ମାନ ଭାରତ ଯୋଜନାକୁ ଆଜି ଓଡ଼ିଶାରେ ଲାଗୁ ହୋଇଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୀ ଓଡିଶାକୁ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା ଆମ ପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ପୂରଣ ହୋଇଛି।

ଆଜି ହେଉଛି ଆମ ସମସ୍ତଙ୍କ ପାଇଁ ଏକ ଖୁସି ତଥା ଐତିହାସିକ ଦିନ ।ଆଜି ଆମ ରାଜ୍ୟରେ ଲାଗୁ ହେବାକୁ ଯାଉଛି ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ବୟୋବନ୍ଦନା ଯୋଜନା। ଏହି ଯୋଜନା ଅଧିନରେ ପ୍ରତ୍ୟେକ ହିତାଧିକାରୀଙ୍କୁ ମିଳିବ ସ୍ୱାସ୍ଥ୍ୟ କାର୍ଡ ।ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ପରିବାରର ମହିଳାଙ୍କ ପାଇଁ ବାର୍ଷିକ ଅତିରିକ୍ତ ୫ ଲକ୍ଷ ଟଙ୍କା, ଅର୍ଥାତ୍‌ ବାର୍ଷିକ ୧୦ ଲକ୍ଷ ଟଙ୍କା ଚିକିତ୍ସା ସହାୟତା ପ୍ରଦାନ କରାଯିବ।

ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ୭୦ ବର୍ଷ କିମ୍ବା ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକଙ୍କୁ ମିଳିବ ପରିବାର ପିଛା ବାର୍ଷିକ ୫ ଲକ୍ଷ ଟଙ୍କା ଏବଂ ବରିଷ୍ଠ ମହିଳାଙ୍କ ପାଇଁ ପରିବାର ପିଛା ବାର୍ଷିକ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସହାୟତା। ଏହି ଯୋଜନା ଅଧିନରେ ୨୯ ହଜାରରୁ ଉର୍ଦ୍ଧ୍ବ ସରକାରୀ ଓ ପଞ୍ଜିକୃତ ଘରୋଇ ଚିକିତ୍ସାଳୟରେ ଚିକିତ୍ସା ସୁବିଧା ମିଳିପାରିବ।

ଆପଣମାନଙ୍କ ସହଯୋଗରେ ଏହି ଯୋଜନା କିପରି ଆହୁରି ସର୍ବବ୍ୟାପୀ ହୋଇପାରିବ ସେଥିପାଇଁ ଦେଶରେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଜ୍ୟରେ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ପ୍ରୟାସ ଜାରି ରହିଛି। ପବିତ୍ର ବିରଜାଙ୍କ କ୍ଷେତ୍ର ଭାବେ ପରିଚିତ ଯାଜପୁର ଜିଲ୍ଲାରେ ୧୮ ଲକ୍ଷରୁ ଅଧିକ ଲୋକ ଏହି ଯୋଜନା ଦ୍ୱାରା ଉପକୃତ ହେବାକୁ ଯାଉଛନ୍ତି। ଭବିଷ୍ୟତରେ ଆହୁରି ଅଧିକ ହିତାଧିକାରୀ ଏହି ଯୋଜନାରେ ଯେପରି ସାମିଲ ହୋଇ ପାରିବେ ସେଥିନେଇ ଉଦ୍ୟମ ଜାରି ରହିଛି।

ଏହି କାର୍ଯ୍ୟକ୍ରମ ଅବସରରେ ଯାଜପୁର ସାଂସଦ ଶ୍ରୀ ଡ଼ଃ ରବିନ୍ଦ୍ର ନାରାୟଣ ବେହେରା, ଯାଜପୁର ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀମତୀ ପି. ଅନ୍ୱେଷା ରେଡ୍ଡୀ, ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଲୋକ ସ୍ବାସ୍ଥ୍ୟ ଅଧିକାରୀଙ୍କ ସହିତ ଅନ୍ୟ ପ୍ରମୁଖ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ।

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଆୟୁଷ୍ମାନ ଭାରତ ଯୋଜନା ଜଗତ ପ୍ରକାଶ ନଡ୍ଡା ପୃଥ୍ୱୀରାଜ ହରିଚନ୍ଦନ ସ୍ବାସ୍ଥ୍ୟ ସେବା
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Latest News

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.